Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 1:14 - ଓଡିଆ ବାଇବେଲ

14 କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ଵାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ;

Gade chapit la Kopi

ପବିତ୍ର ବାଇବଲ

14 ପ୍ରତ୍ୟେକ ବ୍ୟକ୍ତି ତା'ର ନିଜର ମନ୍ଦ ପ୍ରବୃତ୍ତି ଯୋଗୁଁ ପରୀକ୍ଷିତ ହୁଏ। ତାହାର ମନ୍ଦ ଇଚ୍ଛା ତାହାକୁ ଭସାଇ ନିଏ ଓ ବାନ୍ଧି ରଖେ।

Gade chapit la Kopi




ଯାକୁବଙ୍କ ପତ୍ର 1:14
24 Referans Kwoze  

ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,


କିନ୍ତୁ ମୁଖରୁ ଯାହାସବୁ ବାହାରେ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ ।


କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥି ନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;


ସେ ଭସ୍ମ ଭୋଜନ କରେ; ସେ ଯେପରି ଆପଣା ପ୍ରାଣ ଉଦ୍ଧାର କରି ନ ପାରେ, କିଅବା ଆମ୍ଭ ଡାହାଣ ହସ୍ତରେ କି ମିଥ୍ୟା ନାହିଁ, ଏହା କହି ନ ପାରେ, ଏଥିପାଇଁ ଭ୍ରାନ୍ତ ଚିତ୍ତ ତାହାକୁ ବିପଥଗାମୀ କରିଅଛି।”


ତେବେ, ଯାହା ଉତ୍ତମ, ତାହା କି ମୋ' ପକ୍ଷରେ ମୃତ୍ୟୁଦାୟକ ହେଲା ? ତାହା କେବେ ହେଁ ନ ହେଉ । କିନ୍ତୁ ପାପ ମୃତ୍ୟୁଦାୟକ ହେଲା, ଯେପରି ଯାହା ଉତ୍ତମ, ତାହା ଦେଇ ମୋ' ପ୍ରତି ମୃତ୍ୟୁ ସାଧନ କରିବା ଦ୍ୱାରା ପାପ, ପାପ ବୋଲି ପ୍ରକାଶ ପାଏ, ପୁଣି, ଯେପରି ଆଜ୍ଞା ଦ୍ୱାରା ପାପ ଅତିଶୟ ପାପମୟ ହୁଏ ।


ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି ।


କାରଣ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋତେ ପ୍ରତାରଣା କଲା, ପୁଣି, ତାହା ଦ୍ୱାରା ମୋତେ ବଧ କଲା ।


ପୁଣି, ମୋହର ଅନ୍ତଃକରଣ ଗୋପନରେ ପ୍ରଲୋଭିତ ହୋଇଥାଏ ଓ ମୋ’ ମୁଖ ମୋ’ ହସ୍ତକୁ ଚୁମ୍ବନ କରିଥାଏ;


ଯଦି ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ୱାର ନିକଟରେ ଲୁଚି ବସିଥାଏ;


ଏହି ସମସ୍ତ ହିଁ ମନୁଷ୍ୟକୁ ଅଶୁଚି କରେ, କିନ୍ତୁ ଅଧୁଆ ହାତରେ ଖାଇବା ମନୁଷ୍ୟକୁ ଅଶୁଚି କରେ ନାହିଁ ।


ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।


ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।


ହେ ଇସ୍ରାଏଲ, ତୁମ୍ଭେ ଯେ ଆମ୍ଭର ବିପକ୍ଷ, ତୁମ୍ଭ ସହାୟର ବିପକ୍ଷ ହୋଇଅଛ, ଏହା ତୁମ୍ଭର ସର୍ବନାଶର କାରଣ।


ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।


ତହୁଁ ଦାଉଦ ଦୂତ ପଠାଇ ତାହାକୁ ଆଣିଲେ, ପୁଣି ସେ ତାଙ୍କ ନିକଟକୁ ଆସନ୍ତେ, ଦାଉଦ ତାହା ସହିତ ଶୟନ କଲେ; ସେସମୟରେ ସେହି ସ୍ତ୍ରୀ ଋତୁସ୍ନାନ କରିଥିଲା। ଏଉତ୍ତାରେ ସେ ଆପଣା ଗୃହକୁ ଫେରିଗଲା।


ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ,


କେହି ପରୀକ୍ଷିତ ହେଲେ, ମୋହର ଏହି ପରୀକ୍ଷା ଈଶ୍ୱରଙ୍କ ଆଡ଼ୁ ହେଉଅଛି ବୋଲି ନ କହୁ, କାରଣ ଈଶ୍ୱର ମନ୍ଦରେ ପରୀକ୍ଷିତ ହୋଇ ପାରନ୍ତି ନାହିଁ, ଆଉ ସେ ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ ।


ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ ।


Swiv nou:

Piblisite


Piblisite