Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 1:15 - ଓଡିଆ ବାଇବେଲ

15 ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 କୁଅଭିଳାଷର ଗର୍ଭରୁ ପାପ ଜାତ ହୁଏ ଏବଂ ସେହି ପାପ ବୃଦ୍ଧି ପାଇ ପୂର୍ଣ୍ଣତା ଲାଭ କଲେ, ମୃତ୍ୟୁ ଘଟାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ।

Gade chapit la Kopi

ପବିତ୍ର ବାଇବଲ

15 ଏହି ଇଚ୍ଛା ହିଁ ପାପକୁ ଜାତ କରେ। ଏହି ପାପ ବଢ଼ି ମୃତ୍ୟୁକୁ ଜନ୍ମ ଦିଏ।

Gade chapit la Kopi




ଯାକୁବଙ୍କ ପତ୍ର 1:15
21 Referans Kwoze  

ଦେଖ, ସେ ଅଧର୍ମରୂପ ପ୍ରସବ-ବେଦନାରେ ଆକ୍ରାନ୍ତ ହେଉଅଛି; ହଁ, ସେ ଅନିଷ୍ଟ ଗର୍ଭରେ ଧାରଣ କରି ମିଥ୍ୟା ପ୍ରସବ କଲା।


ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତି ଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ।


ମାତ୍ର, ସଦସତ୍‍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”


କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି।


ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।


ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଈଷ୍କାରିୟୋଥ ଯିହୂଦା ନାମକ ପ୍ରଧାନ ଯାଜକମାନଙ୍କ ପାଖକୁ ଯାଇ କହିଲା,


ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେମାନେ ସମସ୍ତେ ପାତାଳକୁ ଚାଲିଯିବେ।


ତହୁଁ ଦାଉଦ ଦୂତ ପଠାଇ ତାହାକୁ ଆଣିଲେ, ପୁଣି ସେ ତାଙ୍କ ନିକଟକୁ ଆସନ୍ତେ, ଦାଉଦ ତାହା ସହିତ ଶୟନ କଲେ; ସେସମୟରେ ସେହି ସ୍ତ୍ରୀ ଋତୁସ୍ନାନ କରିଥିଲା। ଏଉତ୍ତାରେ ସେ ଆପଣା ଗୃହକୁ ଫେରିଗଲା।


ଯେଉଁ ଲୋକ ଧାର୍ମିକତାରେ ଅଟଳ ଥାଏ, ସେ ଜୀବନ ପାଇବ; ପୁଣି, କୁକର୍ମର ପଛେ ଯେ ଧାଏଁ, ସେ ଆପଣା ମୃତ୍ୟୁୁ ଘଟାଏ।


ତୁମ୍ଭେମାନେ ତୁଷରୂପ ଗର୍ଭଧାରଣ କରି ନଡ଼ା ପ୍ରସବ କରିବ; ତୁମ୍ଭମାନଙ୍କର ଅଗ୍ନିବତ୍‍ ଶ୍ୱାସବାୟୁ ତୁମ୍ଭମାନଙ୍କୁ ଗ୍ରାସ କରିବ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି ।


କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ;


ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥି ନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ ।


Swiv nou:

Piblisite


Piblisite