Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 1:24 - ଓଡିଆ ବାଇବେଲ

24 ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କି ପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କିପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

24 ସେ ଭଲ କରି ନିଜ ରୂପକୁ ନିରୀକ୍ଷଣ କରେ, କିନ୍ତୁ ସେଠାରୁ ଚାଲିଯିବା ମାତ୍ରେ ତା’ର ପ୍ରକୃତ ରୂପ ସେ ଭୁଲିଯାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କି ପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ।

Gade chapit la Kopi

ପବିତ୍ର ବାଇବଲ

24 ସେ ଦର୍ପଣରେ ନିଜକୁ ଦେଖେ ଓ ଦୂରେଇ ଗ୍ଭଲିଯାଏ ଓ ଶୀଘ୍ର ଭୁଲିଯାଏ ଯେ, ସେ କିପରି ଦିଶୁଥିଲା।

Gade chapit la Kopi




ଯାକୁବଙ୍କ ପତ୍ର 1:24
8 Referans Kwoze  

ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ୱରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ,


ତାହା ଦେଖି, ଯେଉଁ ଫାରୂଶୀ ତାହାଙ୍କୁ ନିମନ୍ତ୍ରଣ କରିଥିଲେ, ସେ ମନେ ମନେ କହିଲେ, ଏ ଯଦି ଭାବବାଦୀ ହୋଇଥାଆନ୍ତା, ତାହାହେଲେ ଏହାକୁ ଯେ ସ୍ପର୍ଶ କରୁଅଛି, ସେ କିଏ ଓ କି ପ୍ରକାର ସ୍ତ୍ରୀ, ଅର୍ଥାତ୍, ସେ ଯେ ପାପିନୀ, ଏହା ଜାଣିଥାଆନ୍ତା ।


ପୁଣି, ଶୁଣିବା ଲୋକ ସମସ୍ତେ ସେହି ସବୁ ଆପଣା ଆପଣା ହୃଦୟରେ ରଖି କହିଲେ, ଏ ଶିଶୁଟି ତେବେ କ’ଣ ହେବ? କାରଣ ପ୍ରଭୁଙ୍କ ହସ୍ତ ତାହାର ସହବର୍ତ୍ତୀ ।


ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ ।


ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି ।


ଆଉ ସେ ସେବହକୁ ଓ ସଲମୁନ୍ନକୁ କହିଲେ, ତୁମ୍ଭେମାନେ ତାବୋରରେ ଯେଉଁ ଲୋକମାନଙ୍କୁ ବଧ କଲ, ସେମାନେ କି ପ୍ରକାର ଲୋକ ? ତହିଁରେ ସେମାନେ ଉତ୍ତର କଲେ, ଆପଣ ଯେପରି ସେମାନେ ସେପରି, ପ୍ରତ୍ୟେକେ ରାଜପୁତ୍ର ପରି ଥିଲେ।


କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ, ତେବେ ସେ ଦର୍ପଣରେ ଆପଣା ସ୍ୱାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ,


କିନ୍ତୁ ଯେ ସିଦ୍ଧ, ଅର୍ଥାତ୍‍, ସ୍ୱାଧୀନତାର ମୋଶାଙ୍କ ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି, ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ ।


Swiv nou:

Piblisite


Piblisite