Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 1:27 - ଓଡିଆ ବାଇବେଲ

27 ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ଵର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ଯେଉଁ ଧର୍ମକର୍ମ ପିତା ଈଶ୍ୱରଙ୍କ ଦୃଷ୍ଟିରେ ବିଶୁଦ୍ଧଓ ଯଥାର୍ଥ, ତାହା ହେଉଛି- ଦୁର୍ଦ୍ଧଶାଗ୍ରସ ଅନାଥ ଓ ବଧମାନଙ୍କର ଯତ୍ନ ନେବା ଏବଂ ଜଗତରେ କଳୁଷରୁ ନିଜକୁ ମୁକ୍ତ ରଖିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।

Gade chapit la Kopi

ପବିତ୍ର ବାଇବଲ

27 ପରମେଶ୍ୱର ଯେଉଁ ଧର୍ମକୁ ଭଲ ପାଆନ୍ତି, ତାହା ହେଲା: ଅନାଥ, ବିଧବା ଓ ଅସହାୟ ଲୋକମାନଙ୍କର ଯତ୍ନ ନେବା ଓ ନିଜକୁ ଏହି ସଂସାରର ମନ୍ଦ ପ୍ରଭାବରୁ ମୁକ୍ତ ରଖିବା। ଏହି ପ୍ରକାର ଧର୍ମକୁ ପରମେଶ୍ୱର ସମ୍ପୂର୍ଣ୍ଣ ଶୁଦ୍ଧ ଓ ଉତ୍ତମ ବୋଲି ଗ୍ରହଣ କରନ୍ତି।

Gade chapit la Kopi




ଯାକୁବଙ୍କ ପତ୍ର 1:27
36 Referans Kwoze  

ତୁମ୍ଭେମାନେ ଏହି ବର୍ତ୍ତମାନ ଯୁଗର ଅନୁରୂପୀ ହୁଅ ନାହିଁ, କିନ୍ତୁ ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ଇଚ୍ଛା କ'ଣ, ଅର୍ଥାତ୍‍ ଉତ୍ତମ, ସୁଗ୍ରାହ୍ୟ ଓ ସିଦ୍ଧ ବିଷୟ କ'ଣ, ଏହା ପରୀକ୍ଷା କରି ଜାଣି ପାର, ଏଥି ନିମନ୍ତେ ଆପଣା ଆପଣା ମନର ନୂତନୀକରଣ ଦ୍ୱାରା ପରିବର୍ତ୍ତିତ ହୁଅ ।


ହେ ବ୍ୟଭିଚାରିଣୀମାନେ, ଜଗତର ମିତ୍ରତା ଈଶ୍ୱରଙ୍କର ଶତ୍ରୁତା, ଏହା କ'ଣ ଜାଣ ନାହିଁ ? ଅତଏବ, ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ୱରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ ।


କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ୱରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ ।


ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ।


କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ଵାସରୁ ଜାତ ଯେଉଁ ପ୍ରେମ,


ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ ।


ପରମେଶ୍ୱର ଆପଣା ପବିତ୍ର ବାସସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା ଅଟନ୍ତି।


ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ୱରଙ୍କ ଦର୍ଶନ ପାଇବେ ।


ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା’ନ୍ତି ଓ ପାରିତୋଷିକର ପଶ୍ଚାଦ୍‍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।


ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ୱରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ ।


କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ ।


କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋ'ଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋ' ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି ।


ସେ ଆମ୍ଭମାନଙ୍କ ପିତା ଈଶ୍ୱରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ;


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର ।


ଆଉ ଲେବୀୟ ଲୋକ ତୁମ୍ଭ ସଙ୍ଗରେ କୌଣସି ଅଂଶ କି ଅଧିକାର ନ ପାଇବାରୁ ସେ ଓ ତୁମ୍ଭ ନଗରଦ୍ୱାରରେ ଥିବା ବିଦେଶୀ ଓ ପିତୃହୀନ ଓ ବିଧବା, ଏମାନେ ଆସି ଭୋଜନ କରି ତୃପ୍ତ ହେବେ; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ।


ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି।


ଆଉ, ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଏହି ଯୁଗରେ କି ଆଗାମୀ ଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ ।


କାରଣ ମୋଶାଙ୍କ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ୱରଙ୍କ ସାକ୍ଷାତରେ ଧାର୍ମିକ ନୁହଁନ୍ତି, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ ।


ମୋଶାଙ୍କ ବ୍ୟବସ୍ଥା ଦ୍ୱାରା କେହି ଯେ ଈଶ୍ୱରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ସ୍ପଷ୍ଟ, "କାରଣ ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ ।''


ଅର୍ଥାତ୍ ଯେଉଁ ଆତ୍ମା ଏବେ ହେଁ ଅନାଜ୍ଞାବହ ସନ୍ତାନମାନଙ୍କ ଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୁର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ;


ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନ ଯାପନ କରୁ,


ତଦ୍ୱାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ୱାରା ଈଶ୍ୱରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ;


ତଦ୍ୱାରା ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ‍ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହି ସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ୱରିକ ସ୍ୱଭାବର ସହଭାଗୀ ହୁଅ ।


ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ୱାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ ।


ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;


Swiv nou:

Piblisite


Piblisite