Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 2:18 - ଓଡିଆ ବାଇବେଲ

18 କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ୱାସ ଅଛି, ପୁଣି, ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ୱାରା ତୁମ୍ଭକୁ ମୋହର ବିଶ୍ୱାସ ଦେଖାଇବି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ଵାସ ଅଛି, ପୁଣି ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ଵାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ଵାରା ତୁମ୍ଭକୁ ମୋହର ବିଶ୍ଵାସ ଦେଖାଇବି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 କିନ୍ତୁ କେହି ହୁଏତ କହିପାରେ, “ଜଣକର ବିଶ୍ୱାସ ଅଛି, ଅନ୍ୟ ଜଣକର କର୍ମ ଅଛି।” ଏ ବିଷୟରେ ମୁଁ କହିବି, “କର୍ମ ନ ଥାଇ କାହାରି ବିଶ୍ୱାସ ଥାଇପାରେ ବୋଲି ମୋତେ ପ୍ରମାଣ ଦେବି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ୱାସ ଅଛି, ପୁଣି, ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ୱାରା ତୁମ୍ଭକୁ ମୋହର ବିଶ୍ୱାସ ଦେଖାଇବି।

Gade chapit la Kopi

ପବିତ୍ର ବାଇବଲ

18 ଜଣେ ଲୋକ କହିପାରେ, “ତୁମ୍ଭ ପାଖରେ ବିଶ୍ୱାସ ଅଛି, ପୁଣି ମୋ’ ପାଖରେ କର୍ମ ଅଛି। ତୁମ୍ଭେ କର୍ମବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ ମୋ’ କର୍ମଗୁଡ଼ିକ ଦ୍ୱାରା ମୋ’ ବିଶ୍ୱାସ ତୁମ୍ଭକୁ ଦେଖାଇବି।”

Gade chapit la Kopi




ଯାକୁବଙ୍କ ପତ୍ର 2:18
20 Referans Kwoze  

ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି ? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ ।


କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ଵାସରୁ ଜାତ ଯେଉଁ ପ୍ରେମ,


ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ ? ଏପରି ବିଶ୍ୱାସ କ'ଣ ତାହାର ପରିତ୍ରାଣ କରି ପାରେ ?


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର ।


ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,


କିନ୍ତୁ ଯେ ସନ୍ଦେହ କରି ଭୋଜନ କରେ, ସେ ଦଣ୍ଡନୀୟ ହୁଏ, କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ; ଆଉ ଯାହା କିଛି ବିଶ୍ୱାସରୁ ହୁଏ ନାହିଁ, ତାହା ପାପ ।


ବିଶ୍ୱାସ ଦ୍ୱାରା ରାହାବ ବେଶ୍ୟା ଚୋରମାନଙ୍କୁ ଆଶ୍ରୟ ଦେବାରୁ ଅନାଜ୍ଞାବହମାନଙ୍କ ସହିତ ବିନଷ୍ଟ ହେଲେ ନାହିଁ ।


ବିଶ୍ୱାସ ଦ୍ୱାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖ ବନ୍ଦ କଲେ,


ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ୱର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ ।


ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ ।


ତେବେ ଆମ୍ଭମାନଙ୍କ ମୀମାଂସା ଏହି, ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ବ୍ୟତୀତ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହୁଏ।


ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ୱରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ ।


ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି ।


ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ ।


ଏହି ପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ୱର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାକୁ ଧନ୍ୟ ବୋଲି କହନ୍ତି, ଯଥା,


ଏଥିରେ ତୁମ୍ଭେ ମୋତେ କହିବ, ତେବେ ସେ ଆଉ ଦୋଷ ଧରନ୍ତି କାହିଁକି ? କାରଣ ତାହାଙ୍କର ଇଚ୍ଛା କିଏ ପ୍ରତିରୋଧ କରି ପାରେ ?


Swiv nou:

Piblisite


Piblisite