Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 2:19 - ଓଡିଆ ବାଇବେଲ

19 ଈଶ୍ୱର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ୱାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଈଶ୍ଵର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ଵାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ଵାସ କରି ଥରହର ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ତୁମେ କ’ଣ ବିଶ୍ୱାସ କରୁଛ ଯେ, କେବଳ ଜଣେ ମାତ୍ର ଈଶ୍ୱର ଅଛନ୍ତି? ଉତ୍ତମ! ପ୍ରେତାତ୍ମାମାନେ ମଧ୍ୟ ଏ ଭଳି ବିଶ୍ୱାସ କରନ୍ତି ଏବଂ ଭୟରେ ଥରହର ହୁଅନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଈଶ୍ବର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ୱାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି।

Gade chapit la Kopi

ପବିତ୍ର ବାଇବଲ

19 ତୁମ୍ଭେ ବିଶ୍ୱାସ କର ଯେ, କେବଳ ଜଣେ ପରମେଶ୍ୱର ଅଛନ୍ତି; ଭଲ କଥା କିନ୍ତୁ ଭୂତମାନେ ମଧ୍ୟ ଏହା ବିଶ୍ୱାସ କରନ୍ତି ଓ ଭୟରେ ଥରହର ହୁଅନ୍ତି।

Gade chapit la Kopi




ଯାକୁବଙ୍କ ପତ୍ର 2:19
31 Referans Kwoze  

ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କ'ଣ ଅଛି ? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ୱରଙ୍କର ସେହି ପବିତ୍ର ବ୍ୟକ୍ତି ।


ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି ? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ୱରଙ୍କ ସେହି ପବିତ୍ର ବ୍ୟକ୍ତି ।


ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ୱରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କ'ଣ ଅଛି ? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ ?


ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ୱରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି ।


ହେ ଇସ୍ରାଏଲ, ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି।


ମଧ୍ୟସ୍ଥ ଗୋଟିଏ ପକ୍ଷର ପ୍ରତିନିଧି ନୁହଁନ୍ତି, କିନ୍ତୁ ଈଶ୍ୱର ଏକ ।


ତୁମ୍ଭେମାନେ କମ୍ପିତ କିଅବା ଭୀତ ହୁଅ ନାହିଁ; ଆମ୍ଭେ କ’ଣ ପୂର୍ବରୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରି ନାହୁଁ ଓ ତୁମ୍ଭମାନଙ୍କୁ ତାହା ଜଣାଇ ନାହୁଁ ? ତୁମ୍ଭେମାନେ ଆମ୍ଭର ସାକ୍ଷୀ। ଆମ୍ଭ ଭିନ୍ନ ଆଉ କି ପରମେଶ୍ୱର ଅଛନ୍ତି ? ଅନ୍ୟ ଶୈଳ ନାହିଁ; ଆମ୍ଭେ କାହାକୁ ଜାଣୁ ନା।”


ସେଥିରେ ମନ୍ଦଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁଁ; ମାତ୍ର ତୁମ୍ଭେମାନେ କିଏ ?


ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ୱରଙ୍କ ପୁତ୍ର ଯୀଶୁ , ତୁମ୍ଭ ସାଙ୍ଗରେ ମୋର କ'ଣ ଅଛି ? ତୁମ୍ଭକୁ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ ।


ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେହି ଦିନ ସଦାପ୍ରଭୁ ଅଦ୍ୱିତୀୟ ହେବେ ଓ ତାହାଙ୍କର ନାମ ଅଦ୍ୱିତୀୟ ହେବ।


ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ;


ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ।


ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ,” ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ।


କାରଣ ଏକମାତ୍ର ଈଶ୍ୱର ଅଛନ୍ତି, ଆଉ ଈଶ୍ୱର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;


ଯୀଶୁ ଉତ୍ତର ଦେଲେ, ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଏକମାତ୍ର ପ୍ରଭୁ ଅଟନ୍ତି;


ତଥାପି ଆମ୍ଭମାନଙ୍କର ଏକମାତ୍ର ଈଶ୍ୱର, ଅର୍ଥାତ୍‍ ଯେଉଁ ପିତାଙ୍କଠାରୁ ସମସ୍ତ ବିଷୟ ହୋଇଅଛି, ଆଉ ଆମ୍ଭେମାନେ ତାହାଙ୍କ ନିମନ୍ତେ ହୋଇଅଛୁ, ପୁଣି, ଏକମାତ୍ର ପ୍ରଭୁ, ଅର୍ଥାତ୍‍ ଯୀଶୁ ଖ୍ରୀଷ୍ଟ, ତାହାଙ୍କ ଦ୍ୱାରା ସମସ୍ତ ବିଷୟ ହୋଇଅଛି, ପୁଣି, ତାହାଙ୍କ ଦ୍ୱାରା ଆମ୍ଭେମାନେ ହୋଇଅଛୁ ।


ତହିଁରେ ଆମ୍ଭ ଛଡ଼ା ଯେ ଆଉ କେହି ନାହିଁ, ଏହା ସୂର୍ଯ୍ୟୋଦୟର ସ୍ଥାନରୁ ପଶ୍ଚିମ ଦିଗ ପର୍ଯ୍ୟନ୍ତ ଲୋକେ ଜାଣିବେ; ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।


କାରଣ ଈଶ୍ୱର ତ ଏକ, ଆଉ ସେ ବିଶ୍ୱାସ ହେତୁ ସୁନ୍ନତିକୁ ଓ ବିଶ୍ୱାସ ଦ୍ୱାରା ଅସୁନ୍ନତିକୁ ଧାର୍ମିକ ଗଣିବେ ।


ଆଉ, ଏକମାତ୍ର ସତ୍ୟ ଈଶ୍ୱର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ ।


ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି ।


ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ମୋଶାଙ୍କ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର,


ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ୱର ବିନା ଦ୍ୱିତୀୟ ନାହିଁ ।


ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ ।


କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ୱରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି ।


ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଈଶ୍ୱରଙ୍କ ଆଜ୍ଞା ଅଧିକ ଅଗ୍ରାହ୍ୟ କରୁଅଛ !


କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍ ଭୟର ସହିତ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା ।


ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ କ୍ରୋଧ କରି କି ଭଲ କରୁଅଛ ?”


ଏଥିରେ ପରମେଶ୍ୱର ଯୂନସଙ୍କୁ କହିଲେ, “ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ ?” ତହିଁରେ ସେ କହିଲେ, “ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ।”


Swiv nou:

Piblisite


Piblisite