Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 2:2 - ଓଡିଆ ବାଇବେଲ

2 କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି, ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ମନେକର, ତୁମ ସଭାକୁ ଜଣେ ସୁନା ମୁଦି ଓ ମୂଲ୍ୟବାନ ବସ୍ତ୍ର ପିଦ୍ଧି ଆସିଛି। ଅନ୍ୟ ଜଣେ ମଳିନ ଓ ଛିନ୍ନ ବସ୍ତ୍ର ପିଦ୍ଧି ଆସିଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ, ପୁଣି, ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ,

Gade chapit la Kopi

ପବିତ୍ର ବାଇବଲ

2 ମନେକର, ଜଣେ ଲୋକ ଖୁବ୍ ଦାମିକା ସୁନ୍ଦର ଲୁଗାପଟା ଓ ସୁନା ମୁଦି ପିନ୍ଧି ତୁମ୍ଭର ସଭାକୁ ଆସେ ଓ ଅନ୍ୟ ଗରିବ ଲୋକ ଜଣେ ମଇଳା ପୁରୁଣା ଲୁଗା ପିନ୍ଧି ସେତିକିବେଳେ ଆସେ।

Gade chapit la Kopi




ଯାକୁବଙ୍କ ପତ୍ର 2:2
9 Referans Kwoze  

କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ଲୁଗା ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୂଦି ଓ ପାଦରେ ପାଦୁକା ଦିଅ,


ଏଥିରେ ରାଜା ହାମନ୍‍ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲେ, ତାହା କାଢ଼ି ମର୍ଦ୍ଦଖୟଙ୍କୁ ଦେଲେ, ପୁଣି ଏଷ୍ଟର ହାମନ୍‍ର ଗୃହ ଉପରେ ମର୍ଦ୍ଦଖୟଙ୍କୁ ନିଯୁକ୍ତ କଲେ।


ଏଥିରେ ରାଜା ଆପଣା ହସ୍ତରୁ ସନ୍ତକ-ଅଙ୍ଗୁରୀୟ କାଢ଼ି ଯିହୁଦୀୟମାନଙ୍କର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍କୁ ଦେଲେ।


ତହିଁରେ ରିବିକା ଘରେ ଆପଣା ନିକଟରେ ଜ୍ୟେଷ୍ଠ ପୁତ୍ର ଏଷୌର ଥିବା ଉତ୍ତମ ବସ୍ତ୍ର ଆଣି କନିଷ୍ଠ ପୁତ୍ର ଯାକୁବକୁ ପିନ୍ଧାଇଲା।


କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ।


ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ ।


ଆଉ, ତୁମ୍ଭେମାନେ ଚାକଚକ୍ୟ ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା କରି କୁହ, ଏଠାରେ ଉତ୍ତମ ସ୍ଥାନରେ ବସନ୍ତୁ, ଆଉ ଦରିଦ୍ର ଲୋକକୁ କୁହ, ସେଠାରେ ଠିଆ ହୁଅ,


Swiv nou:

Piblisite


Piblisite