Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 2:5 - ଓଡିଆ ବାଇବେଲ

5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ଵର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ଵାସରୂପ ଧନରେ ଧନୀ ହେବା ପାଇଁ, ପୁଣି ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ପ୍ରିୟ ଭାଇମାନେ ଶୁଣ, ଈଶ୍ୱର କ’ଣ ଏ ଜଗତରେ ଦରିଦ୍ର ଲୋକଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବାକୁ ଏବଂ ତାହାଙ୍କର ଭକ୍ତମାନଙ୍କୁ ଯେଉଁ ରାଜ୍ୟ ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି, ତାହାର ଅଧିକାରୀ ହେବାକୁ ମନୋନୀତ କରି ନାହାଁନ୍ତି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ବର କଅଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାନ୍ତି?

Gade chapit la Kopi

ପବିତ୍ର ବାଇବଲ

5 ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ! ପରମେଶ୍ୱର ବିଶ୍ୱାସରେ ଧନୀ ହେବା ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ୱରଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ସେ ଯେଉଁ ରାଜ୍ୟ ଦେବା ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସେମାନଙ୍କୁ ବାଛିଛନ୍ତି।

Gade chapit la Kopi




ଯାକୁବଙ୍କ ପତ୍ର 2:5
54 Referans Kwoze  

ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର ।


ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କର ।


ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଲେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୂଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୂଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ ।


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ ।


ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ୱରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ ।


ଅର୍ଥାତ୍‍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି ।


ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ ।


ପୁଣି, ମିସରର ସମସ୍ତ ଧନ ଅପେକ୍ଷା ଖ୍ରୀଷ୍ଟଙ୍କ ନିନ୍ଦାର ସହଭାଗୀ ହେବା ଶ୍ରେଷ୍ଠତର ଧନ ବୋଲି ମନେ କଲେ, କାରଣ ସେ ଭାବି ପୁରସ୍କାର ଦାନ ପ୍ରତି ଦୃଷ୍ଟିପାତ କଲେ ।


ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କର ପିତାଙ୍କର ମହା ଆନନ୍ଦ ।


କିନ୍ତୁ ଯେପରି ଲେଖା ଅଛି, "ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ୱର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି" ।


ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;


ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ୱର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ ।


ଦୀନାବସ୍ଥାର ଭ୍ରାତା ଆପଣାର ଉନ୍ନତ ଅବସ୍ଥାରେ ଦର୍ପ କରୁ,


ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ ।


ଅଥଚ ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥଚ ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ୱରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ ।


ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଙ୍ଗତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲଗାଇବା ପାଇଁ କଜ୍ୱଳ ଆମ୍ଭ ନିକଟରୁ କିଣ ।


ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥି ନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ;


କିନ୍ତୁ ଅବ୍ରାହାମ କହିଲେ, ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ ।


ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;


ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।


ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନନ୍ତ ରାଜ୍ୟରେ ସ୍ୱଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ ।


ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍ ।


ଈଶ୍ୱରଙ୍କ ଯେଉଁ ରାଜ୍ୟ ନିମନ୍ତେ ତୁମ୍ଭେମାନେ ଦୁଃଖ ଭୋଗୁଅଛ, ସେଥିର ଯୋଗ୍ୟ ବୋଲି ଗଣିତ ହେବା ପାଇଁ ଏହା ତ ଈଶ୍ୱରଙ୍କ ଉଚିତ ବିଚାରର ପ୍ରତ୍ୟକ୍ଷ ପ୍ରମାଣ,


ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,


ଆଉ ଯଦି ସନ୍ତାନ, ତେବେ ଉତ୍ତରାଧିକାରୀ, ଅର୍ଥାତ୍‍ ଯଦି ଖ୍ରୀଷ୍ଟଙ୍କ ସହିତ ଗୌରବାନ୍ୱିତ ମଧ୍ୟ ହେବା ନିମନ୍ତେ ଆମ୍ଭେମାନେ ତାହାଙ୍କ ସାଙ୍ଗରେ ଦୁଃଖଭୋଗ କରୁ, ତେବେ ଈଶ୍ୱରଙ୍କ ଉତ୍ତରାଧିକାରୀ ଓ ଖ୍ରୀଷ୍ଟଙ୍କ ସହ ଉତ୍ତରାଧିକାରୀ ଅଟୁ ।


କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରାହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା ।


ଏଥିରେ ମୁଁ ସେହି ବଧ ନିମନ୍ତେ ଥିବା ପଲକୁ, ଓ ପ୍ରକୃତ ପଲମାନଙ୍କୁ ଚରାଇଲି; ପୁଣି, ମୁଁ ଦୁଇଗୋଟି ଯଷ୍ଟି ନେଇ ଗୋଟିକର ନାମ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲି ଆଉ, ମୁଁ ପଲ ଚରାଇଲି।


ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ ଓ ମନୁଷ୍ୟମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଉଲ୍ଲାସ କରିବେ।


ଆଉ, ଏହି ଗୋଷ୍ଠୀର ଦୂତଗଣକୁ କି ଉତ୍ତର ଦିଆଯିବ ? ଏହି ଯେ, ସଦାପ୍ରଭୁ ସିୟୋନର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତହିଁ ମଧ୍ୟରେ ତାହାଙ୍କର ଦୁଃଖଗ୍ରସ୍ତ ଲୋକମାନେ ଆଶ୍ରୟ ନିଅନ୍ତି।


ତେବେ ପରମେଶ୍ଵର ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ, ଅବା ସମସ୍ତେ ତାହାଙ୍କର ହସ୍ତକୃତ କର୍ମ ହେବାରୁ ଦରିଦ୍ର ଅପେକ୍ଷା ଧନୀକୁ ବିଶେଷ ଜ୍ଞାନ କରନ୍ତି ନାହିଁ, ତାହାଙ୍କୁ ଏପରି କହିବା କେତେ ଅଧିକ ଅନୁପଯୁକ୍ତ ?


ହେ ବୁଦ୍ଧିମାନ ଲୋକେ, ମୋ’ କଥା ଶୁଣ; ପରମେଶ୍ୱର ଯେ ଦୁଷ୍କର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ ଓ ସର୍ବଶକ୍ତିମାନ ଯେ ଅଧର୍ମ କରିବେ, ଏହା ତାହାଙ୍କଠାରୁ ଦୂରେ ଥାଉ।


ମାତ୍ର ଯେଉଁମାନେ ଆମ୍ଭଙ୍କୁ ପ୍ରେମ କରନ୍ତି ଓ ଆମ୍ଭର ଆଜ୍ଞା ପାଳନ କରନ୍ତି, ଆମ୍ଭେ ସେମାନଙ୍କର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାକାରୀ।


ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ ।


ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଈଶ୍ୱରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇ ପାର ।


ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କ'ଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କ'ଣ,


ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ୱରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ ।


ନେତାମାନଙ୍କ ମଧ୍ୟରୁ କିମ୍ବା ଫାରୂଶୀମାନଙ୍କ ମଧ୍ୟରୁ କ'ଣ କେହି ତାହାଙ୍କଠାରେ ବିଶ୍ୱାସ କରିଅଛନ୍ତି?


ଏଣୁ ମୋହର ପିତା ଯେପରି ମୋ ନିମନ୍ତେ ରାଜ୍ୟ ନିରୂପଣ କଲେ, ମୁଁ ମଧ୍ୟ ସେପରି ତୁମ୍ଭମାନଙ୍କ ନିମନ୍ତେ ନିରୂପଣ କରୁଅଛି,


ସେ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, ତୁମ୍ଭେମାନେ ସମସ୍ତେ ମୋ' କଥା ଶୁଣ ଓ ବୁଝ ।


ଆଉ, ତାହା ସେହି ଦିନ ଭଗ୍ନ ହେଲା; ତହିଁରେ ପଲର ଯତ୍ନ ଯେଉଁମାନେ ନିଅନ୍ତି ମୋ’ କଥାରେ ମନୋଯୋଗ କଲେ; ସେମାନେ ତାହା ଯେ ସଦାପ୍ରଭୁଙ୍କର ବାକ୍ୟ, ଏହା ଜାଣିଲେ।


ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ।


ଏନିମନ୍ତେ ହେ ମୋହର ପୁତ୍ରମାନେ, ମୋହର ବାକ୍ୟ ଶୁଣ, ଯେହେତୁ ଯେଉଁମାନେ ମୋହର ପଥ ଧରନ୍ତି, ସେମାନେ ଧନ୍ୟ।


ଏଣୁ ହେ ମୋହର ପୁତ୍ରମାନେ, ମୋହର କଥା ଶୁଣ ଓ ମୋ’ ମୁଖର ବାକ୍ୟରେ ମନୋନିବେଶ କର।


ମୋହରାଙ୍କିତ ମୃତ୍ତିକା ତୁଲ୍ୟ ତାହା ରୂପାନ୍ତରିତ ହୁଏ; ଓ ସକଳ ପଦାର୍ଥ ବସ୍ତ୍ର ତୁଲ୍ୟ ଦେଖାଯାଏ;


ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋ’ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”


ସ୍ତିଫାନ କହିଲେ, ହେ ଭାଇ ଓ ପିତାମାନେ, ଶୁଣନ୍ତୁ । ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣରେ ବାସ କରିବା ପୂୂର୍ବେ ଯେତେବେଳେ ସେ ମେସପଟାମିଆରେ ଥିଲେ,ସେତେବେଳେ ସେ ଗୌରବମୟ ଈଶ୍ୱର ତାହାଙ୍କୁ ଦର୍ଶନ ଦେଇ କହିଲେ,


ତହୁଁ ଲୋକମାନେ ଯୋଥମ୍‍କୁ ଏହି ସମ୍ବାଦ ଦିଅନ୍ତେ, ସେ ଯାଇ ଗରିଷୀମ ପର୍ବତ ଶିଖରରେ ଠିଆ ହୋଇ ଉଚ୍ଚୈସ୍ୱରରେ ଡାକି ସେମାନଙ୍କୁ କହିଲା, ହେ ଶିଖିମ ନିବାସୀ ଲୋକଗଣ, ଆମ୍ଭ କଥା ଶୁଣ, ତହିଁରେ ପରମେଶ୍ୱର ତୁମ୍ଭମାନଙ୍କ କଥା ଶୁଣିବେ।


ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।


କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି।


ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ । ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,


Swiv nou:

Piblisite


Piblisite