Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 3:15 - ଓଡିଆ ବାଇବେଲ

15 ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଶାରୀରିକ ଓ ଭୌତିକ ଅଟେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏପରି ଜ୍ଞାନ ଊର୍ଦ୍ଧ୍ଵରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଶାରୀରିକ ଓ ଭୌତିକ ଅଟେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଏହିପରି ଜ୍ଞାନ ଈଶ୍ୱରଙ୍କଠାରୁ ଆସେ ନାହିଁ; ତାହା ଜାଗତିକ, ଶରୀରିକ, ପୈଶାଚିକ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଅନାତ୍ମିକ ଓ ଶୟତାନଠାରୁ ଅଟେ;

Gade chapit la Kopi

ପବିତ୍ର ବାଇବଲ

15 ଏହି ପ୍ରକାର “ଜ୍ଞାନ” ପରମେଶ୍ୱରଙ୍କଠାରୁ ଆସେ ନାହିଁ। ମାତ୍ର ଏହି “ଜ୍ଞାନ” ସଂସାରରୁ ଆସେ। ଏହା ଆତ୍ମିକ ନୁହେଁ। ଏହା ଶୟତାନଠାରୁ ଆସିଛି।

Gade chapit la Kopi




ଯାକୁବଙ୍କ ପତ୍ର 3:15
30 Referans Kwoze  

କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ ।


ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ ।


କାରଣ ଏହି ଜଗତର ଜ୍ଞାନ ଈଶ୍ୱରଙ୍କ ନିକଟରେ ମୂର୍ଖତା । ଯେଣୁ ଲେଖା ଅଛି," ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି";


ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି ।


କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ୱରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହି ସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହି ସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ ।


ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ୱରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବଅନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ ।


କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ୱର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ ।


ଆତ୍ମା ସ୍ପଷ୍ଟରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ


ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ୱରଙ୍କ ଆତ୍ମାବିହୀନ ।


ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ ?


ଯେଣୁ ଜଗତର ବିଚାର କରିବା ନିମନ୍ତେ ଈଶ୍ୱର ଆପଣା ପୁତ୍ରଙ୍କୁ ଜଗତକୁ ପ୍ରେରଣ ନ କରି, ଜଗତ ଯେପରି ତାହାଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହୁଏ, ଏଥିପାଇଁ ତାହାଙ୍କୁ ପ୍ରେରଣ କଲେ ।


କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।


ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା ।


ପାତାଳକୁଣ୍ଡର ଦୂତ ସେମାନଙ୍କର ରାଜା, ତାହାଙ୍କର ନାମ ଏବ୍ରୀ ଭାଷାରେ ଆବଦ୍ଦୋନ୍ ଓ ଗ୍ରୀକ୍ ଭାଷାରେ ଅପଲ୍ଲିୟୋନ୍ ।


କିନ୍ତୁ ତୁମ୍ଭମାନଙ୍କୁ, ଅର୍ଥାତ୍ ଥୁୟତୀରାରେ ଥିବା ଯେଉଁ ଅବଶିଷ୍ଟ ଲୋକେ ଏହି ମତାବଲମ୍ୱୀ ନୁହଁ ଓ ଯାହାକୁ ଶୟତାନର ନିଗୁଢ଼ ଶିକ୍ଷା ବୋଲି କହନ୍ତି, ତାହା ଜ୍ଞାତ ନୁହଁ, ତୁମ୍ଭମାନଙ୍କୁ ଆମ୍ଭେ କହୁଅଛୁ, ତୁମ୍ଭମାନଙ୍କ ଉପରେ ଆମ୍ଭେ ଆଉ କୌଣସି ଭାର ଦେବୁ ନାହିଁ ।


ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,


କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି ।


କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଈଶ୍ୱରଙ୍କ ଛାମୁରେ ଗର୍ବ ନ କରେ,


ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ,


ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ ?


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା । ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ । ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା ।


ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ ।


ସେସମୟରେ ଅହୀଥୋଫଲ ଯେଉଁ ମନ୍ତ୍ରଣା ଦିଏ, ସେହି ମନ୍ତ୍ରଣା ପରମେଶ୍ୱରଙ୍କ ବାକ୍ୟ ଦ୍ୱାରା ଉତ୍ତର ପାଇବା ତୁଲ୍ୟ ଥିଲା; ଦାଉଦ ଓ ଅବଶାଲୋମ ଉଭୟଙ୍କ ପ୍ରତି ଅହୀଥୋଫଲର ସମସ୍ତ ମନ୍ତ୍ରଣା ଏହି ପ୍ରକାର ଥିଲା।


ଏଥି ମଧ୍ୟରେ ଜଣେ ଦାଉଦଙ୍କୁ କହିଲା, “ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି। ତହିଁରେ ଦାଉଦ କହିଲେ, ହେ ସଦାପ୍ରଭୁ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର।”


ମାତ୍ର ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍‍ ନାମରେ ଅମ୍ନୋନର ଜଣେ ବନ୍ଧୁ ଥିଲା; ସେହି ଯୋନାଦବ୍‍ ଅତି ଚତୁର।


Swiv nou:

Piblisite


Piblisite