Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 4:7 - ଓଡିଆ ବାଇବେଲ

7 ଅତଏବ, ତୁମ୍ଭେମାନେ ଈଶ୍ୱରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଅତଏବ, ତୁମ୍ଭେମାନେ ଈଶ୍ଵରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଧା କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଅତଏବ, ଈଶ୍ୱରଙ୍କ ନିକଟରେ ନିଜକୁ ସମର୍ପଣ କର। ଶୟତାକୁ ପ୍ରତିରୋଧ କର। ତାହାହେଲେ, ସେ ତୁମ୍ଭମାନଙ୍କ ନିକଟକୁ ପଳାୟନ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ।

Gade chapit la Kopi

ପବିତ୍ର ବାଇବଲ

7 ଅତଏବ ନିଜକୁ ପରମେଶ୍ୱରଙ୍କଠାରେ ସମର୍ପିତ କର। ଶୟତାନକୁ ବାଧା ଦିଅ, ତା'ହେଲେ ସେ ତୁମ୍ଭଠାରୁ ଦୂରେଇ ଯିବ।

Gade chapit la Kopi




ଯାକୁବଙ୍କ ପତ୍ର 4:7
32 Referans Kwoze  

ଚୋର ଆଉ ଚୋରି ନ କରୁ,


ଅତଏବ, ଈଶ୍ୱରଙ୍କ ବଳବନ୍ତ ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା ସମୟରେ ଉନ୍ନତ କରିବେ;


ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ ?


ଯେଣୁ ଈଶ୍ୱରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ୱରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାଁନ୍ତି ।


ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର ! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।”


ଆଉ, ସେ କହିଲା, “ମୁଁ ମାତାର ଗର୍ଭରୁ ଉଲଙ୍ଗ ଆସିଅଛି ଓ ମୁଁ ଉଲଙ୍ଗ ହୋଇ ସେଠାକୁ ଫେରିଯିବି; ସଦାପ୍ରଭୁ ଦେଲେ ଓ ସଦାପ୍ରଭୁ ନେଇଅଛନ୍ତି; ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।”


ତୁମ୍ଭେମାନେ ଆପଣାମାନଙ୍କ ପିତୃଲୋକଙ୍କ ତୁଲ୍ୟ ଶକ୍ତଗ୍ରୀବ ନ ହୁଅ; ମାତ୍ର ତୁମ୍ଭମାନଙ୍କ ଉପରୁ ତାହାଙ୍କର ପ୍ରଚଣ୍ଡ କ୍ରୋଧ ଯେପରି ନିବୃତ୍ତ ହେବ, ଏଥିପାଇଁ ଆପଣାମାନଙ୍କୁ ସଦାପ୍ରଭୁଙ୍କର ବଶୀଭୂତ କର ଓ ସେ ଚିରକାଳ ନିମନ୍ତେ ଯେଉଁ ସ୍ଥାନ ପବିତ୍ର କରିଅଛନ୍ତି, ତାହାଙ୍କର ସେହି ଧର୍ମଧାମରେ ପ୍ରବେଶ କରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେବା କର।


ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋ'ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ;


ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂୂତ ହୁଅ ।


ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ,


‘ମାତ୍ର ତୁମ୍ଭଠାରେ ଆମ୍ଭର ସନ୍ତୋଷ ନାହିଁ,’ ଯଦି ସେ ଏପରି କହିବେ, ତେବେ ଦେଖ, ମୁଁ ଉପସ୍ଥିତ ଅଛି, ଯାହା ତାହାଙ୍କୁ ଭଲ ଦିଶେ, ତାହା ସେ ମୋ’ ପ୍ରତି କରନ୍ତୁ।”


ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।


ନଳବନସ୍ଥ ବନ୍ୟ ପଶୁକୁ, ଗୋଷ୍ଠୀବର୍ଗରୂପ ଗୋବତ୍ସଗଣ ସହିତ ବୃଷସମୂହକୁ ଭର୍ତ୍ସନା କରି ରୌପ୍ୟଖଣ୍ଡସବୁ ପଦ ତଳେ ଦଳି ପକାଅ; ସେ ଯୁଦ୍ଧପ୍ରିୟ ଗୋଷ୍ଠୀବର୍ଗକୁ ଛିନ୍ନଭିନ୍ନ କରିଅଛନ୍ତି।


ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।


ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ; କାରଣ ତୁମ୍ଭମାନଙ୍କର ମସ୍ତକାଭରଣ, ଅର୍ଥାତ୍‍, ଗୌରବ ମୁକୁଟ ତଳେ ପଡ଼ିଅଛି।


ଯେଣୁ ଲେଖା ଅଛି, "ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ୱା ଈଶ୍ୱରଙ୍କ ପ୍ରଶଂସା କରିବ ।"


ଅତଏବ, ହେ ରାଜନ ଆଗ୍ରିପ୍ପା ମୁଁ ସେହି ସ୍ୱର୍ଗୀୟ ଦର୍ଶନର ଅବାଧ୍ୟ ହେଲି ନାହିଁ,


କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କ'ଣ କରିବାକୁ ହେବ, ତାହା କୁହାଯିବ ।


ପୁଣି, ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ତୁମ୍ଭର ବସତି ହେବ; ବଳଦ ନ୍ୟାୟ ତୁମ୍ଭକୁ ତୃଣଭୋଜୀ କରାଯିବ, ଏହିରୂପେ ତୁମ୍ଭ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ତାହା ଦିଅନ୍ତି, ଏହା ତୁମ୍ଭେ ଜାଣିବ।


ଏଣୁ ତୁମ୍ଭେମାନେ ଯେପରି ଦୁର୍ଦ୍ଦିନରେ ପ୍ରତିରୋଧ କରି ସର୍ବଜୟୀ ହୋଇ ଅଟଳ ରହିପାର, ଏଥି ନିମନ୍ତେ ଈଶ୍ୱରଦତ୍ତ ସମସ୍ତ ସଜ୍ଜା ଗ୍ରହଣ କର ।


Swiv nou:

Piblisite


Piblisite