Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 5:4 - ଓଡିଆ ବାଇବେଲ

4 ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟ ଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି ଶସ୍ୟଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ତୁମ କ୍ଷେତରେ କାମ କରୁଥିବା ମଊଲିଆମାନଙ୍କୁ ମଜୁରି ଦେ ନାହିଁ। ସେମାନଙ୍କ ଅଭିଯୋଗ ଶୁଣ। ଶସ୍ୟ କଟାଳିମାନଙ୍କର ଆର୍ତ୍ତନାଦ ସର୍ମଶକ୍ତିମାନ ପ୍ରଭୁ ଈଶ୍ୱର ଶୁଣିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି।

Gade chapit la Kopi

ପବିତ୍ର ବାଇବଲ

4 ଲୋକେ ତୁମ୍ଭ କ୍ଷେତମାନଙ୍କରେ କାମ କଲେ, କିନ୍ତୁ ତୁମ୍ଭେ ତାହାଙ୍କୁ ସେମାନଙ୍କର ମଜୁରୀ ଦେଲ ନାହିଁ। ସେମାନେ ତୁମ୍ଭ ବିରୁଦ୍ଧରେ କ୍ରନ୍ଦନ କରୁଛନ୍ତି। ସେମାନେ ତୁମ୍ଭ ପାଇଁ ଶସ୍ୟ ଆମଦାନୀ କଲେ। ଏବେ ସ୍ୱର୍ଗୀୟ ସେନାବାହିନୀର ପ୍ରଭୁ ସେମାନଙ୍କ ଚିତ୍କାର ଶୁଣିଛନ୍ତି।

Gade chapit la Kopi




ଯାକୁବଙ୍କ ପତ୍ର 5:4
23 Referans Kwoze  

ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ; ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ।


ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରିମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକି ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ;


ପୁଣି, ଯେପରି ଯିଶାଇୟ ପୂର୍ବେ କହିଅଛନ୍ତି, "ବାହିନୀମାନଙ୍କ ପ୍ରଭୁ ଯଦି ଆମ୍ଭମାନଙ୍କ ନିମନ୍ତେ ଗୋଟିଏ ଅବଶିଷ୍ଟାଂଶ ରଖି ନ ଥାଆନ୍ତେ, ତେବେ ଆମ୍ଭେମାନେ ସଦୋମ ପରି ହୋଇଥାଆନ୍ତୁ ଓ ଗମୋରା ତୁଲ୍ୟ କରାଯାଇଥାଆନ୍ତୁ ।"


“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


କାରଣ ତାହା ତାହାର ଏକମାତ୍ର ଆଚ୍ଛାଦନ ଓ ଚର୍ମ୍ମ ଆଚ୍ଛାଦକ ବସ୍ତ୍ର; ସେ କାହିଁରେ ଶୟନ କରିବ ? ପୁଣି, ସେ ଯଦି ଆମ୍ଭ ନିକଟରେ ଡାକ ପକାଇବ, ତେବେ ଆମ୍ଭେ ତାହା ଶୁଣିବା, କାରଣ ଆମ୍ଭେ କୃପାବାନ ଅଟୁ।


ତେବେ ଈଶ୍ୱରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁୁ ଅଟନ୍ତି ?


କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।


ଏହିରୂପେ ସେମାନେ ତାହାଙ୍କ ଛାମୁରେ ଦରିଦ୍ରର କ୍ରନ୍ଦନ ଉପସ୍ଥିତ କରାଇଲେ, ତହୁଁ ସେ ଦୁଃଖୀର କ୍ରନ୍ଦନ ଶୁଣିଲେ।


ଯେହେତୁ ଦେଖ, ଇସ୍ରାଏଲ ସନ୍ତାନଗଣର କ୍ରନ୍ଦନ ଆମ୍ଭର କର୍ଣ୍ଣଗୋଚର ହୋଇଅଛି; ଆହୁରି ମିସ୍ରୀୟ ଲୋକମାନେ ସେମାନଙ୍କ ପ୍ରତି ଯେଉଁ ଅତ୍ୟାଚାର ବ୍ୟବହାର କରନ୍ତି, ତାହା ଆମ୍ଭେ ଦେଖିଅଛୁ।


ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।


ହେ କର୍ତ୍ତାମାନେ, ସ୍ୱର୍ଗରେ ତୁମ୍ଭମାନଙ୍କ ମଧ୍ୟ କର୍ତ୍ତା ଅଛନ୍ତି ବୋଲି ଜାଣି ଆପଣା ଆପଣା ଦାସମାନଙ୍କ ପ୍ରତି ନ୍ୟାୟ ଓ ସମାନ ବ୍ୟବହାର କର ।


କାରଣ କାନ୍ଥ ଭିତରୁ ପଥର ଡାକ ପକାଇବ ଓ କାଠ ମଧ୍ୟରୁ କଡ଼ିକାଠ ତହିଁର ଉତ୍ତର ଦେବ।


ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥା’ନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥା’ନ୍ତୁ।


ସପ୍ତମ ବର୍ଷ, ଋଣକ୍ଷମାର ବର୍ଷ ନିକଟବର୍ତ୍ତୀ, ଏହା କହି ଯେପରି ତୁମ୍ଭ ହୃଦୟରେ ମନ୍ଦ ଚିନ୍ତା ନ ହୁଏ ଓ ତୁମ୍ଭ ଦରିଦ୍ର ଭାଇ ପ୍ରତି ତୁମ୍ଭର କୁଦୃଷ୍ଟି ହେବା ସକାଶୁ ତୁମ୍ଭେ ତାହାକୁ କିଛି ନ ଦିଅ, ଏ ବିଷୟରେ ସାବଧାନ ହୁଅ; କାରଣ ସେ ତୁମ୍ଭ ପ୍ରତିକୂଳରେ ସଦାପ୍ରଭୁଙ୍କୁ ଡାକ ପକାଇଲେ, ତୁମ୍ଭର ପାପ ହେବ।


ସୈନ୍ୟାଧିପତି ସଦାପ୍ରଭୁ ମୋ’ କର୍ଣ୍ଣରେ କହନ୍ତି, ନିଶ୍ଚୟ ଅନେକ ଗୃହ ଧ୍ୱଂସସ୍ଥାନ, ମଧ୍ୟ ବୃହତ ଓ ସୁନ୍ଦର ଗୃହମାନ ନିବାସବିହୀନ ହେବ।


ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ,


ଦାସ ଯେପରି ଛାୟାର ଆକାଂକ୍ଷା କରେ, ବେତନଜୀବୀ ଯେପରି ଆପଣା ବେତନର ଅପେକ୍ଷା କରେ;


Swiv nou:

Piblisite


Piblisite