Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 5:6 - ଓଡିଆ ବାଇବେଲ

6 ତୁମ୍ଭେମାନେ ଧାର୍ମିକକୁ ଦୋଷୀ କରି ବଧ କରିଅଛ; ସେ ତୁମ୍ଭମାନଙ୍କର ପ୍ରତିରୋଧ କରେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତୁମ୍ଭେମାନେ ଧାର୍ମିକକୁ ଦୋଷୀ କରି ବଧ କରିଅଛ; ସେ ତୁମ୍ଭମାନଙ୍କର ପ୍ରତିରୋଧ କରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ତୁମେ ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ ସାବ୍ୟସ୍ତ କରି ହତ୍ୟା କରିଛ; ସେମାନେ ତୁମର ପ୍ରତିରୋଧ କରି ପାରି ନାହାିଁନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତୁମ୍ଭେମାନେ ଧାର୍ମିକକୁ ଦୋଷୀ କରି ବଧ କରିଅଛ; ସେ ତୁମ୍ଭମାନଙ୍କର ପ୍ରତିରୋଧ କରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

6 ତୁମ୍ଭେ ଉତ୍ତମ ଲୋକମାନଙ୍କୁ କୌଣସି ଦୟା ଦେଖାଇଲ ନାହିଁ। ସେମାନେ ତୁମ୍ଭର ବିରୋଧୀ ନ ଥିଲେ ମଧ୍ୟ, ତୁମ୍ଭେ ସେମାନଙ୍କୁ ହତ୍ୟା କରିଛ।

Gade chapit la Kopi




ଯାକୁବଙ୍କ ପତ୍ର 5:6
24 Referans Kwoze  

ତୁମ୍ଭେମାନେ କାମନା କରିଥାଅ; କିନ୍ତୁ ପାଇ ନ ଥାଅ; ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ, କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ; ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ, ତୁମ୍ଭେମାନେ ପାଇ ନ ଥାଅ, କାରଣ ତୁମ୍ଭେମାନେ ମାଗି ନ ଥାଅ;


ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ, ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେ କେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ ।


ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।


ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍‍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ ।


ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃପୁରୁଷଙ୍କର ଈଶ୍ୱର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,


କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ । ଧନୀମାନେ କ'ଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାର-ସ୍ଥାନକୁ ଟାଣିନିଅନ୍ତି ନାହିଁ ?


ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;


ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକସମୂହକୁ ମଣାଇଲେ ।


ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ ।


ଯେଉଁମାନେ ଲାଞ୍ଚ ସକାଶେ ଦୁଷ୍ଟକୁ ନିର୍ଦ୍ଦୋଷ କରନ୍ତି ଓ ଧାର୍ମିକର ଧାର୍ମିକତା ତାହାଠାରୁ ଦୂର କରନ୍ତି, ସେମାନେ ସନ୍ତାପର ପାତ୍ର !


ପୁଣି, ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?


Swiv nou:

Piblisite


Piblisite