Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 1:3 - ଓଡିଆ ବାଇବେଲ

3 ତହିଁରେ ଯିହୁଦା ଆପଣା ଭ୍ରାତା ଶିମୀୟୋନକୁ କହିଲା, ଗୁଲିବାଣ୍ଟକ୍ରମେ ନିରୂପିତ ଆମ୍ଭ ଭାଗକୁ ଆସ, ଆମ୍ଭେମାନେ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା; ପୁଣି ଆମ୍ଭେ ମଧ୍ୟ ତୁମ୍ଭ ସଙ୍ଗେ ତୁମ୍ଭ ଭାଗକୁ ଯିବା। ତହିଁରେ ଶିମୀୟୋନ ତାହା ସଙ୍ଗେ ଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ଯିହୁଦା ଆପଣା ଭ୍ରାତା ଶିମୀୟୋନକୁ କହିଲା, ଗୁଲିବାଣ୍ଟ କ୍ରମେ ନିରୂପିତ ଆମ୍ଭ ଭାଗକୁ ଆସ, ଆମ୍ଭେମାନେ କିଣାନୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବା; ପୁଣି ଆମ୍ଭେ ମଧ୍ୟ ତୁମ୍ଭ ସଙ୍ଗେ ତୁମ୍ଭ ଭାଗକୁ ଯିବା। ତହିଁରେ ଶିମୀୟୋନ ତାହା ସଙ୍ଗେ ଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ଯିହୁଦା ଆପଣା ଭ୍ରାତା ଶିମୀୟୋନକୁ କହିଲା, “ଗୁଲିବାଣ୍ଟ କ୍ରମେ ନିରୂପିତ ଆମ୍ଭ ଭାଗକୁ ଆସ, ଆମ୍ଭେମାନେ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା; ପୁଣି ଆମ୍ଭେ ମଧ୍ୟ ତୁମ୍ଭ ସଙ୍ଗେ ତୁମ୍ଭ ଭାଗକୁ ଯିବା।” ତହିଁରେ ଶିମୀୟୋନ ତାହା ସଙ୍ଗେ ଗଲା।

Gade chapit la Kopi

ପବିତ୍ର ବାଇବଲ

3 ଯିହୁଦାର ପରିବାରବର୍ଗ ସେମାନଙ୍କର ଭାଇମାନେ ଶିମିୟୋନର ପରିବାରବର୍ଗକୁ ସାହାଯ୍ୟ ମାଗିଲେ। ଯିହୁଦା ଲୋକମାନେ କହିଲେ, “ଭାଇମାନେ, ସଦାପ୍ରଭୁ ଆମ୍ଭକୁ କିଛି ଭୂମି ଦେବାକୁ ପ୍ରତିଜ୍ଞା କରିଅଛନ୍ତି। ଯଦି ତୁମ୍ଭେ ଆମ୍ଭର ଭୂମି ପାଇଁ ଆମ୍ଭର ଯୁଦ୍ଧରେ ସାହାଯ୍ୟ କରିବା ପାଇଁ ଆଗେଇ ଆସିବ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ତୁମ୍ଭକୁ ସାହାଯ୍ୟ କରିବୁ।” ଶିମିୟୋନର ଲୋକମାନେ ସେମାନଙ୍କର ଭୂମି ପାଇଁ ସେମାନଙ୍କୁ ଯୁଦ୍ଧରେ ସାହାଯ୍ୟ କରିବାକୁ ରାଜି ହେଲେ।

Gade chapit la Kopi




ବିଚାରକର୍ତ୍ତା 1:3
7 Referans Kwoze  

ପୁଣି ସେ କହିଲା, “ଯଦି ଅରାମୀୟମାନେ ମୋ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ତୁମ୍ଭେ ମୋତେ ସାହାଯ୍ୟ କରିବ; ମାତ୍ର ଯଦି ଅମ୍ମୋନ-ସନ୍ତାନମାନେ ତୁମ୍ଭ ନିମନ୍ତେ ଅଧିକ ଶକ୍ତିଶାଳୀ ହେବେ, ତେବେ ମୁଁ ଆସି ତୁମ୍ଭକୁ ସାହାଯ୍ୟ କରିବି।


ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍‍ବାସୀ କିଣାନୀୟମାନଙ୍କୁ ଆକ୍ରମଣ କରି ସେହି ନଗରକୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା ହେଲା।


ଏଥିଉତ୍ତାରେ ଶିମୀୟୋନର, ଅର୍ଥାତ୍‍, ଆପଣା ଆପଣା ବଂଶାନୁସାରେ ଶିମୀୟୋନ ସନ୍ତାନମାନଙ୍କ ବଂଶ ପାଇଁ ଦ୍ୱିତୀୟ ବାଣ୍ଟ ଉଠିଲା; ସେମାନଙ୍କ ଅଧିକାର ଯିହୁଦା-ସନ୍ତାନଗଣର ଅଧିକାର ମଧ୍ୟରେ ଥିଲା।


ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ,” ଏଣୁ ସେ ତାହାର ନାମ ଶିମୀୟୋନ (ଶ୍ରବଣ) ଦେଲା।


ତହୁଁ ସଦାପ୍ରଭୁ କହିଲେ, “ଯିହୁଦା ଯିବ; ଦେଖ, ଆମ୍ଭେ ତାହା ହସ୍ତରେ ସେହି ଦେଶ ସମର୍ପଣ କରିଅଛୁ।”


ଏଥିଉତ୍ତାରେ ଯିହୁଦା ଯାତ୍ରା କଲା; ପୁଣି ସଦାପ୍ରଭୁ ସେମାନଙ୍କ ହସ୍ତରେ କିଣାନୀୟ ଓ ପରିଷୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ବେଷକରେ ସେମାନଙ୍କର ଦଶ ହଜାର ଲୋକଙ୍କୁ ବଧ କଲେ।


ଶିମିୟୋନ ବଂଶରୁ ବାର ହଜାର, ଲେବୀ ବଂଶରୁ ବାର ହଜାର, ଇସାଖାର ବଂଶରୁ ବାର ହଜାର,


Swiv nou:

Piblisite


Piblisite