Biblia Todo Logo
Bib sou entènèt

- Piblisite -




ଯିରିମୀୟ 11:5 - ଓଡିଆ ବାଇବେଲ

5 ‘ଅର୍ଥାତ୍‍, ଆମ୍ଭ ରବରେ ଅବଧାନ କର ଓ ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁ, ସେସକଳ ଅନୁସାରେ କର୍ମ କର; ତହିଁରେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ସେହି ନିୟମର କଥା ଯେଉଁ ଲୋକ ନ ଶୁଣେ, ସେ ଅଭିଶପ୍ତ ହେଉ !’” ତହିଁରେ ମୁଁ ଉତ୍ତର ଦେଇ କହିଲି, “ହେ ସଦାପ୍ରଭୁ, ଆମେନ୍‍।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଅର୍ଥାତ୍, ଆମ୍ଭ ରବରେ ଅବଧାନ କର ଓ ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁ, ସେସକଳ ଅନୁସାରେ କର୍ମ କର; ତହିଁରେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା; ସେହି ନିୟମର କଥା ଯେଉଁ ଲୋକ ନ ଶୁଣେ, ସେ ଶାପଗ୍ରସ୍ତ ହେଉ ! ତହିଁରେ ମୁଁ ଉତ୍ତର ଦେଇ କହିଲି, ହେ ସଦାପ୍ରଭୁ, ଆମେନ୍।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଅର୍ଥାତ୍‍, ଆମ୍ଭ ରବରେ ଅବଧାନ କର ଓ ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁ, ସେସକଳ ଅନୁସାରେ କର୍ମ କର; ତହିଁରେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ସେହି ନିୟମର କଥା ଯେଉଁ ଲୋକ ନ ଶୁଣେ, ସେ ଅଭିଶପ୍ତ ହେଉ!” ତହିଁରେ ମୁଁ ଉତ୍ତର ଦେଇ କହିଲି, “ହେ ସଦାପ୍ରଭୁ, ଆମେନ୍‍।”

Gade chapit la Kopi

ପବିତ୍ର ବାଇବଲ

5 “ଆମ୍ଭେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ଶପଥ କରି କହିଥିଲୁ, ଆମ୍ଭେ ତୁମ୍ଭମାନଙ୍କୁ ଏକ ଦୁ‌ଗ୍‌ଧମଧୁର ଉର୍ବର ଦେଶ ଦେବା ଓ ତାହା ତୁମ୍ଭେମାନେ ଆଜି ସୁଦ୍ଧା ଉପଭୋଗ କରୁଛ। ଯେକେହି ଏହି ନିୟମ ପାଳନ ନ କରିବ ସେ ଶାପଗ୍ରସ୍ତ ହେବ।” ମୁଁ ଯିରିମିୟ ଉତ୍ତରରେ କହିଲି, “ହେ ସଦାପ୍ରଭୁ ଆମେନ୍।”

Gade chapit la Kopi




ଯିରିମୀୟ 11:5
16 Referans Kwoze  

ଅର୍ଥାତ୍‍, ଯିରିମୀୟ ଭବିଷ୍ୟଦ୍‍ବକ୍ତା ଏହା କହିଲେ, “ଆମେନ୍‍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ।


ନତୁବା ତୁମ୍ଭେ ଯଦି ଆତ୍ମା ଦ୍ୱାରା ଧନ୍ୟବାଦ ଦିଅ, ତେବେ ସାଧାରଣ ଲୋକ ତୁମ୍ଭ କଥା ନ ବୁଝିବାରୁ କିପରି ତୁମ୍ଭ ଧନ୍ୟବାଦରେ ଆମେନ୍‍ କହିବ ?


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର । [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର । ଆମେନ୍ ।]


ଏହେତୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର; ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭକୁ ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅତିଶୟ ବର୍ଦ୍ଧିଷ୍ଣୁ ହେବ।


ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ୍ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ଆଉ କିଣାନୀୟ, ହିତ୍ତୀୟ, ଇମୋରୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଦେଶ ତୁମ୍ଭଙ୍କୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲେ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯେତେବେଳେ ସେ ତୁମ୍ଭଙ୍କୁ ଆଣିବେ, ସେହି ସମୟରେ ତୁମ୍ଭେ ଏହି ମାସରେ ଏହି ସେବାର କାର୍ଯ୍ୟ ସାଧନ କରିବ।


ଆଉ, ଏହି ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ସେମାନଙ୍କୁ ଦେବା ପାଇଁ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲ, ତାହା ସେମାନଙ୍କୁ ଦେଲ;


ଏହେତୁ ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭ ଦାସ ଦାଉଦଙ୍କ ପ୍ରତି ଉକ୍ତ ତୁମ୍ଭର ବାକ୍ୟ ଦୃଢ଼ ହେଉ।


ସେ ଆପଣା ନିୟମ, ଅର୍ଥାତ୍‍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଥିଲେ,


ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍‍ ତୁଲ୍ୟ କରିବା।


Swiv nou:

Piblisite


Piblisite