Biblia Todo Logo
Bib sou entènèt

- Piblisite -




ଯିରିମୀୟ 12:10 - ଓଡିଆ ବାଇବେଲ

10 ଅନେକ ପଲ ରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକି ଧ୍ୱଂସିତ ପ୍ରାନ୍ତର କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଅନେକ ପଲରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକି ଧ୍ଵଂସିତ ପ୍ରାନ୍ତର କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଅନେକ ପଲରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକୁ ଧ୍ୱଂସିତ ପ୍ରାନ୍ତର କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

10 ଅନେକ ମେଷପାଳକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି। ସେମାନେ ଆମ୍ଭର ଭୂମିକୁ ପଦଦଳିତ କରିଅଛନ୍ତି। ସେମାନେ ଆମ୍ଭର ମନୋରମ ଭୂମିକୁ ଧ୍ୱଂସକରି ପ୍ରାନ୍ତରରେ ପରିଣତ କରିଅଛନ୍ତି।

Gade chapit la Kopi




ଯିରିମୀୟ 12:10
21 Referans Kwoze  

ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର !”


ତୁମ୍ଭର ପବିତ୍ର ଲୋକମାନେ କେବଳ ଅଳ୍ପ କାଳ ତାହା ଅଧିକାର କଲେ; ଆମ୍ଭମାନଙ୍କର ବିପକ୍ଷମାନେ ତୁମ୍ଭର ପବିତ୍ର ଧାମ ପଦ ତଳେ ଦଳି ପକାଇଅଛନ୍ତି।


ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ବୁ ସ୍ଥାପନ କରିବେ; ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ।


ମାତ୍ର ଆମ୍ଭେ କହିଲୁ, “ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା ?” ପୁଣି, ଆମ୍ଭେ କହିଲୁ, “ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍‍ଗମନରୁ ବିମୁଖ ହେବ ନାହିଁ।”


କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୂଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ ।


ଅତଏବ କ'ଣ ଉତ୍ତର ଦେବ, ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର;


ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍‍, ନେର୍ଗଲ ଶରେତ୍ସର, ସମ୍‍ଗର-ନବୋ, ଶର୍ସଖୀମ୍‍, ରବ୍‍ସାରୀସ୍‍, ନେର୍ଗଲ ଶରେତ୍ସର, ରବମାଗ୍‍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ।


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍‍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।


ଏନିମନ୍ତେ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା, ଆମ୍ଭେ ଯାକୁବକୁ ଅଭିଶାପ ଓ ଇସ୍ରାଏଲକୁ ନିନ୍ଦାପାତ୍ର କରିବା।”


ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟ ଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର ! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ ?


ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, ନିତ୍ୟ ହୋମବଳି ଓ ଧ୍ୱଂସକାରୀ ଆଜ୍ଞା-ଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ ?


ମାତ୍ର ଯେଉଁ ଗୋଷ୍ଠୀଗଣକୁ ସେମାନେ ଜାଣି ନାହାନ୍ତି, ସେହି ସମସ୍ତଙ୍କ ମଧ୍ୟରେ ଘୂର୍ଣ୍ଣିବାୟୁ ଦ୍ୱାରା ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା। ଏହି ପ୍ରକାରେ ସେମାନଙ୍କ ଦେଶ ଧ୍ୱଂସର ସ୍ଥାନ ହେଲା, ତହିଁରେ କୌଣସି ମନୁଷ୍ୟ ତହିଁର ମଧ୍ୟଦେଇ ଗମନାଗମନ କଲା ନାହିଁ; କାରଣ ସେମାନେ ସୁନ୍ଦର ଦେଶକୁ ଧ୍ୱଂସର ସ୍ଥାନ କଲେ।”


ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି;


ଆଉ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଶାନ୍ତିଯୁକ୍ତ ଖୁଆଡ଼ସବୁ ନିଃଶବ୍ଦ ହେଉଅଛି।


ସେ ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ୍ଗର ଭୟଙ୍କରତା ସକାଶୁ ଓ ତାହାଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଦେଶ ବିସ୍ମୟ ସ୍ଥାନ ହୋଇଅଛି।


ପୁଣି, କେହି ପାଳକ ନ ଥିବାରୁ ସେମାନେ ଛିନ୍ନଭିନ୍ନ ହୋଇଗଲେ ଓ କ୍ଷେତ୍ରସ୍ଥ ପଶୁଗଣର ଖାଦ୍ୟ ହୋଇ ଛିନ୍ନଭିନ୍ନ ହେଲେ।


Swiv nou:

Piblisite


Piblisite