Biblia Todo Logo
Bib sou entènèt

- Piblisite -




ଯିରିମୀୟ 13:10 - ଓଡିଆ ବାଇବେଲ

10 ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତା-ନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।

Gade chapit la Kopi

ପବିତ୍ର ବାଇବଲ

10 ଯିହୁଦାର ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ହୁଅନ୍ତି ଓ ଆପଣା ଅନ୍ତଃକରଣରେ ଅବାଧ୍ୟ ହୋଇ ଗ୍ଭଲନ୍ତି ଆଉ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚା‌‌ଦ୍‌‌ଗମନ କରନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।”

Gade chapit la Kopi




ଯିରିମୀୟ 13:10
32 Referans Kwoze  

ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁନାହଁ;


ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍‍ ନାମକ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।”


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଲୋକମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଙ୍କୁ ଅବଜ୍ଞା କରିବେ ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପେ ଯେଉଁ ସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ପର୍ଯ୍ୟନ୍ତ ଆମ୍ଭଠାରେ ବିଶ୍ୱାସ କରିବେ ନାହିଁ ?


ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି ।


ତେବେ ମୁଁ ଫରାତ୍‍ ନଦୀ ନିକଟକୁ ଯାଇ ସେହି ପଟୁକା ଲୁଚାଇ ରଖିଥିବା ସ୍ଥାନ ଖୋଳି ତାହା ନେଲି; ଆଉ ଦେଖ, ସେ ପଟୁକା ନଷ୍ଟ ହୋଇଅଛି, ତାହା ଆଉ କୌଣସି କର୍ମର ଯୋଗ୍ୟ ନୁହେଁ।


ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ।


ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ ନ କର, କାରଣ ଯେ ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ସେମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ଯେ ରକ୍ଷା ପାଇବା ନାହିଁ, ଏହା କେତେ ଅଧିକ ସୁନିଶ୍ଚିତ !


“ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।”


ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ ଜ୍ଞାନ ଦିଅନ୍ତେ, ମୁଁ ତାହା ଜାଣିଲି; ସେସମୟରେ ତୁମ୍ଭେ ମୋତେ ସେମାନଙ୍କର କ୍ରିୟା ଦେଖାଇଲ।


ତେବେ ଯିରୂଶାଲମସ୍ଥ ଏହି ଲୋକମାନେ ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି ? ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ।


ମାତ୍ର ଲୋକମାନଙ୍କର ମନ ଅବାଧ୍ୟ ଓ ପ୍ରତିକୂଳାଚାରୀ; ସେମାନେ ଅବାଧ୍ୟ ହୋଇ ଚାଲି ଯାଇଅଛନ୍ତି।


ତହିଁରେ ସୁଗନ୍ଧିଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ, କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ, ସୁନ୍ଦର କେଶବିନ୍ୟାସ ବଦଳରେ କେଶଶୂନ୍ୟତା ଓ ଆବରଣ ବସ୍ତ୍ର ପରିବର୍ତ୍ତେ ଚଟର ପଟୁକା; ସୌନ୍ଦର୍ଯ୍ୟ ବଦଳରେ ପୋଡ଼ାଦାଗ ହେବ।


ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ।


ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ; ଓ ସେମାନଙ୍କ ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା।


ଯଦି ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍‍ଗାମୀ ନ ହୁଅ;


ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; ସଦାପ୍ରଭୁ କହନ୍ତି, “ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।”


ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍‍ଗାମୀ ହୋଇଅଛନ୍ତି; ଇସ୍ରାଏଲ ବଂଶ ଓ ଯିହୁଦା ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।”


କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।


ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; ମାତ୍ର ତୁମ୍ଭେ କହିଲ, “ମୁଁ ଶୁଣିବି ନାହିଁ;” ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ ତୁମ୍ଭର ଏପରି ବ୍ୟବହାର ହୋଇଅଛି।


ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ;’ ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।’


ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।


ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା ଆପଣା ଆପଣା ଦୁଷ୍ଟତାରୁ ଫେରିବା ପାଇଁ, ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଆଉ ଧୂପ ନ ଜ୍ୱଳାଇବା ପାଇଁ କର୍ଣ୍ଣପାତ କଲେ ନାହିଁ।


“ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ।


ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଏହିସବୁ କର୍ମ କରିଅଛ ଓ ଆମ୍ଭେ ପ୍ରତ୍ୟୁଷରେ ଉଠି କଥା କହିଲେ ହେଁ ତୁମ୍ଭେମାନେ ଶୁଣିଲ ନାହିଁ ଓ ଆମ୍ଭେ ଡାକିଲେ ହେଁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ;


ଆହୁରି, ସଦାପ୍ରଭୁ କହନ୍ତି, “କାରଣ ଏହି, ଆମ୍ଭେ ସେମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ରଖିଲୁ, ତାହା ସେମାନେ ତ୍ୟାଗ କରିଅଛନ୍ତି ଓ ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି, କିଅବା ତଦନୁସାରେ ଆଚରଣ କରି ନାହାନ୍ତି;


Swiv nou:

Piblisite


Piblisite