Biblia Todo Logo
Bib sou entènèt

- Piblisite -




ଯିରିମୀୟ 13:25 - ଓଡିଆ ବାଇବେଲ

25 ସଦାପ୍ରଭୁ କହନ୍ତି, “ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରି ଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ସଦାପ୍ରଭୁ କହନ୍ତି, ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରି ଅଛ ଓ ମିଥ୍ୟାରେ ବିଶ୍ଵାସ କରିଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ସଦାପ୍ରଭୁ କହନ୍ତି, ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ।

Gade chapit la Kopi

ପବିତ୍ର ବାଇବଲ

25 ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପାଇଁ ଆମ୍ଭେ ଏହି ଭାଗମାପ କଲୁ। କାରଣ ତୁମ୍ଭେମାନେ ମୋତେ ପାଶୋରିଲ ଓ ମିଥ୍ୟା ଦେବଗଣରେ ବିଶ୍ୱାସ କଲ।

Gade chapit la Kopi




ଯିରିମୀୟ 13:25
22 Referans Kwoze  

ପରମେଶ୍ୱରଙ୍କଠାରୁ ଦୁଷ୍ଟଲୋକର ଏହି ବାଣ୍ଟ ଓ ତାହା ପାଇଁ ଏହା ହିଁ ପରମେଶ୍ୱରଙ୍କ ନିରୂପିତ ଅଧିକାର।


ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।


କନ୍ୟା କି ଆପଣା ଅଳଙ୍କାର ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରି ଅଛନ୍ତି।


ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।


ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେମାନେ ସମସ୍ତେ ପାତାଳକୁ ଚାଲିଯିବେ।


ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।


ପ୍ରତ୍ୟେକ ମନୁଷ୍ୟ ପଶୁବତ୍‍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।


କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରି ଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣାମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ।


ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,”


ଆଉ, ସେହି ଦିନରେ ଯାକୁବର ଗୌରବ ହ୍ରାସ କରାଯିବ ଓ ତାହାର ମାଂସର ସ୍ଥୂଳତା କ୍ଷୀଣ ହେବ;


କାରଣ ସେମାନେ ଈଶ୍ୱରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ । ଆମେନ୍‍ ।


ପୁଣି, ସେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ତାହାଙ୍କର ହସ୍ତ ପରିମାପକ ରଜ୍ଜୁ ଦ୍ୱାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି; ସେମାନେ ତାହା ସଦା କାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ।


ସଦାପ୍ରଭୁ କହନ୍ତି, “ପର୍ବତଗଣ ଉପରେ ଧୂପ ଜ୍ୱଳାଇ ଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅପରାଧ ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧସକଳର ପ୍ରତିଫଳ ଆମ୍ଭେ ଏକାବେଳେ ଦେବା; ଏନିମନ୍ତେ ଆମ୍ଭେ ପ୍ରଥମେ ସେମାନଙ୍କ କ୍ରିୟାର ପରିମାଣ କରି ସେମାନଙ୍କ କୋଳରେ ଦେବା।”


ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ୱର, ଇସ୍ରାଏଲ ସନ୍ତାନଗଣର ରୋଦନ ଓ କାକୂକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ପକାଇ ଅଛନ୍ତି।


ସେ ରବ ଶୁଣିଲା ନାହିଁ; ସେ ଶିକ୍ଷା ଗ୍ରହଣ କଲା ନାହିଁ; ସେ ସଦାପ୍ରଭୁଙ୍କଠାରେ ନିର୍ଭର ରଖିଲା ନାହିଁ; ସେ ଆପଣା ପରମେଶ୍ୱରଙ୍କ ନିକଟକୁ ଆସିଲା ନାହିଁ।


ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାସୋରି ଅସାର ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି, ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେ ସେମାନଙ୍କ ପଥରେ, ପୁରାତନ ପଥରେ ସେମାନଙ୍କର ବିଘ୍ନ ଜନ୍ମାଇ ଅଛନ୍ତି;


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ତୁମ୍ଭ ପଛଆଡ଼େ ଆମ୍ଭକୁ ପକାଇଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଆପଣା ଲମ୍ପଟାଚରଣ ଓ ବ୍ୟଭିଚାର କ୍ରିୟାର ଭାର ବହନ କର।”


Swiv nou:

Piblisite


Piblisite