Biblia Todo Logo
Bib sou entènèt

- Piblisite -




ଯିରିମୀୟ 15:17 - ଓଡିଆ ବାଇବେଲ

17 ମୁଁ ଆମୋଦପ୍ରମୋଦକାରୀମାନଙ୍କ ସଭାରେ ବସିଲି ନାହିଁ, କିଅବା ଆନନ୍ଦ କଲି ନାହିଁ; ତୁମ୍ଭର ହସ୍ତ ସକାଶୁ ମୁଁ ଏକାକୀ ବସିଲି; କାରଣ ତୁମ୍ଭେ ମୋତେ କ୍ରୋଧରେ ପୂର୍ଣ୍ଣ କରିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ମୁଁ ଆମୋଦପ୍ରମୋଦକାରୀମାନଙ୍କ ସଭାରେ ବସିଲି ନାହିଁ, କିଅବା ଆନନ୍ଦ କଲି ନାହିଁ; ତୁମ୍ଭର ହସ୍ତ ସକାଶୁ ମୁଁ ଏକାକୀ ବସିଲି; କାରଣ ତୁମ୍ଭେ ମୋତେ କ୍ରୋଧରେ ପୂର୍ଣ୍ଣ କରିଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ମୁଁ ଆମୋଦ-ପ୍ରମୋଦକାରୀମାନଙ୍କ ସଭାରେ ବସିଲି ନାହିଁ, କିଅବା ଆନନ୍ଦ କଲି ନାହିଁ; ତୁମ୍ଭର ହସ୍ତ ସକାଶୁ ମୁଁ ଏକାକୀ ବସିଲି; କାରଣ ତୁମ୍ଭେ ମୋତେ କ୍ରୋଧରେ ପୂର୍ଣ୍ଣ କରିଅଛ।

Gade chapit la Kopi

ପବିତ୍ର ବାଇବଲ

17 ମୁଁ ଆମୋଦପ୍ରମୋଦକାରୀମାନଙ୍କ ସଭାରେ ବସିଲି ନାହିଁ କିଅବା ଆନନ୍ଦ କଲି ନାହିଁ। ତୁମ୍ଭର ହସ୍ତ ସକାଶୁ ମୁଁ ଏକାକୀ ବସିଲି, କାରଣ ତୁମ୍ଭେ ମୋତେ ମୋର ଚତୁର୍ପାର୍ଶ୍ୱସ୍ଥ ମନ୍ଦ ଯୋଗୁଁ କ୍ରୋଧରେ ପୂର୍ଣ୍ଣ କରିଅଛ।

Gade chapit la Kopi




ଯିରିମୀୟ 15:17
13 Referans Kwoze  

ସେ ଏକାକୀ ବସି ନୀରବ ହୋଇ ରହୁ, କାରଣ ସେ ତାହାର ସ୍କନ୍ଧରେ ଯୁଆଳି ରଖି ଅଛନ୍ତି।


ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,


ଏଣୁ ପ୍ରଭୁ ଏହା କହନ୍ତି, "ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍‍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା,''


ମାତ୍ର ଯଦି ତୁମ୍ଭେମାନେ ଏକଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।


ଏହେତୁ ମୁଁ ସଦାପ୍ରଭୁଙ୍କ କ୍ରୋଧରେ ପରିପୂର୍ଣ୍ଣ ହୋଇଅଛି; ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇଅଛି; ସଡ଼କରେ ବାଳକମାନଙ୍କ ଉପରେ ଓ ଯୁବାମାନଙ୍କ ସଭାରେ ତାହା ଏକାବେଳେ ଢାଳି ପକାଅ; କାରଣ ସ୍ୱାମୀ ଓ ଭାର୍ଯ୍ୟା ବୃଦ୍ଧ ଜରାଗ୍ରସ୍ତ ସମସ୍ତେ ଧରାଯିବେ।


ମୁଁ ଉଜାଗର ରହେ ଓ ଛାତ ଉପରିସ୍ଥ ଏକାକୀ ଥିବା ଘରଚଟିଆ ତୁଲ୍ୟ ହୋଇଅଛି;


ଏଠାରେ ବୃତ୍ତାନ୍ତର ଶେଷ ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍‍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି।”


ପୁଣି, ତୁମ୍ଭେ ଭୋଜନ ପାନ କରିବା ନିମନ୍ତେ ସେମାନଙ୍କ ସଙ୍ଗେ ବସିବା ପାଇଁ କୌଣସି ଭୋଜି ଗୃହକୁ ଯିବ ନାହିଁ।


ଦେଖ, ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ।”


ତହିଁରେ ସଦାପ୍ରଭୁଙ୍କ ଦୂତ ଉତ୍ତର କରି କହିଲେ, “ହେ ସୈନ୍ୟାଧିପତି ସଦାପ୍ରଭୁ, ଏହି ସତୁରି ବର୍ଷସାରା ତୁମ୍ଭେ ଯେଉଁମାନଙ୍କ ଉପରେ ବିରକ୍ତ ହୋଇ ଆସିଅଛ, ସେହି ଯିରୂଶାଲମ ଓ ଯିହୁଦାର ନଗରସମୂହ ପ୍ରତି ଆଉ କେତେ ସମୟ ଦୟା କରିବ ନାହିଁ ?”


Swiv nou:

Piblisite


Piblisite