Biblia Todo Logo
Bib sou entènèt

- Piblisite -




ଯିରିମୀୟ 15:20 - ଓଡିଆ ବାଇବେଲ

20 ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀରସ୍ୱରୂପ କରିବା; ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ଵରୂପ କରିବା; ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ୱରୂପ କରିବା; ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।

Gade chapit la Kopi

ପବିତ୍ର ବାଇବଲ

20 ପୁଣି ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ୱରୂପ କରିବା। ସେମାନେ ତୁମ୍ଭ ସହ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ସାହାଯ୍ୟ କରିବାକୁ ଓ ତୁମ୍ଭକୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।

Gade chapit la Kopi




ଯିରିମୀୟ 15:20
27 Referans Kwoze  

ଆମ୍ଭେ ଚକ୍‍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।


ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।”


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। [ସେଲା]


ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।


ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ । ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ ।


ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗସ୍ୱରୂପ କରିଅଛୁ।


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


ଗୋ ଆମ୍ଭର ମାତା, ମୁଁ ସନ୍ତାପର ପାତ୍ର, ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ ! ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଅଭିଶାପ ଦିଅନ୍ତି।


ହେ ସଦାପ୍ରଭୁ, ତୁମ୍ଭେ ଜାଣୁଅଛ; ମୋତେ ସ୍ମରଣ କର ଓ ମୋହର ତତ୍ତ୍ୱାନୁସନ୍ଧାନ କର, ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; ତୁମ୍ଭର ଦୀର୍ଘ ସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି, ଏହା ଜ୍ଞାତ ହୁଅ।


ତହିଁରେ ଯିରୂଶାଲମର ପରାଜୟ ଦିନ ପର୍ଯ୍ୟନ୍ତ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।


ପୁଣି, ବାବିଲର ରାଜା ନବୂଖଦ୍‍ନିତ୍ସର ଯିରିମୀୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍କୁ ଏହି ଆଜ୍ଞା କଲା,


ତୁମ୍ଭେମାନେ ଯେଉଁ ବାବିଲ ରାଜା ବିଷୟରେ ଭୀତ ଅଛ, ତାହାକୁ ଭୟ କର ନାହିଁ,’ ସଦାପ୍ରଭୁ କହନ୍ତି, ‘ତାହାକୁ ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ରକ୍ଷା କରିବାକୁ ଓ ତାହା ହସ୍ତରୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭମାନଙ୍କର ସହବର୍ତ୍ତୀ ଅଛୁ।


ଯଦି ସେହିପରି ହୁଏ, ତେବେ ଆମ୍ଭେମାନେ ଯାହାଙ୍କର ସେବା କରୁ, ଆମ୍ଭମାନଙ୍କର ସେହି ପରମେଶ୍ୱର ଆମ୍ଭମାନଙ୍କୁ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି; ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।


ମାତ୍ର ସଦାପ୍ରଭୁଙ୍କଠାରୁ ଧାର୍ମିକ ଲୋକର ପରିତ୍ରାଣ ହୁଏ; ସେ ସଙ୍କଟ ସମୟରେ ସେମାନଙ୍କର ଦୃଢ଼ ଦୁର୍ଗ ଅଟନ୍ତି।


ଦେଖ, ଆମ୍ଭେ ସେମାନଙ୍କ ମୁଖର ପ୍ରତିକୂଳରେ ତୁମ୍ଭର ମୁଖ ଓ ସେମାନଙ୍କ କପାଳର ପ୍ରତିକୂଳରେ ତୁମ୍ଭର କପାଳ ଦୃଢ଼ କରିଅଛୁ।”


Swiv nou:

Piblisite


Piblisite