Biblia Todo Logo
Bib sou entènèt

- Piblisite -




ଯିରିମୀୟ 16:21 - ଓଡିଆ ବାଇବେଲ

21 ଏନିମନ୍ତେ ଦେଖ, ଆମ୍ଭେ ସେମାନଙ୍କୁ ଜ୍ଞାତ କରାଇବା, ଆମେ ଏହି ଏକ ଥର ସେମାନଙ୍କୁ ଆମ୍ଭର ହସ୍ତ ଓ ଆମ୍ଭର ପରାକ୍ରମ ଜ୍ଞାତ କରାଇବା; ତହିଁରେ ଆମ୍ଭର ନାମ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏନିମନ୍ତେ ଦେଖ, ଆମ୍ଭେ ସେମାନଙ୍କୁ ଜ୍ଞାତ କରାଇବା, ଆମେ ଏହି ଏକଥର ସେମାନଙ୍କୁ ଆମ୍ଭର ହସ୍ତ ଓ ଆମ୍ଭର ପରାକ୍ରମ ଜ୍ଞାତ କରାଇବା; ତହିଁରେ ଆମ୍ଭର ନାମ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 “ଏନିମନ୍ତେ ଦେଖ, ଆମ୍ଭେ ସେମାନଙ୍କୁ ଜ୍ଞାତ କରାଇବା, ଆମେ ଏହି ଏକ ଥର ସେମାନଙ୍କୁ ଆମ୍ଭର ହସ୍ତ ଓ ଆମ୍ଭର ପରାକ୍ରମ ଜ୍ଞାତ କରାଇବା; ତହିଁରେ ଆମ୍ଭର ନାମ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ।”

Gade chapit la Kopi

ପବିତ୍ର ବାଇବଲ

21 ସଦାପ୍ରଭୁ କହନ୍ତି, “ତେଣୁ ଆମ୍ଭେ ସେମାନଙ୍କୁ ଜଣାଇବା। ବର୍ତ୍ତମାନରୁ ସେମାନଙ୍କୁ ଆମ୍ଭର ହସ୍ତ ଓ ପରାକ୍ରମ ଜ୍ଞାତ କରାଇବା। ତାହାହେଲେ ଆମ୍ଭର ନାମ ଯେ ସଦାପ୍ରଭୁ ଏହା ସେମାନେ ଜାଣିବେ।

Gade chapit la Kopi




ଯିରିମୀୟ 16:21
13 Referans Kwoze  

ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍‍, ସେଲା ]


“ଏହି କାର୍ଯ୍ୟର ସାଧନକର୍ତ୍ତା ସଦାପ୍ରଭୁ, ଯେ ଏହା ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଅଛନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି; ‘ସଦାପ୍ରଭୁ ତାହାଙ୍କର ନାମ;


ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।


ଯେ କୃତ୍ତିକାର ଓ ମୃଗଶୀର୍ଷର ସୃଷ୍ଟି କରିଅଛନ୍ତି, ଯେ ମୃତ୍ୟୁୁରୂପ ଛାୟାକୁ ପ୍ରଭାତରେ ପରିଣତ କରନ୍ତି, ଯେ ଦିବସକୁ ରାତ୍ରି ତୁଲ୍ୟ ଅନ୍ଧକାରମୟ କରନ୍ତି; ଯେ ସମୁଦ୍ରର ଜଳସମୂହକୁ ଆହ୍ୱାନ କରି ପୃଥିବୀ ଉପରେ ଢାଳନ୍ତି; ତୁମ୍ଭେମାନେ ତାହାଙ୍କର ଅନ୍ଵେଷଣ କର।” ସଦାପ୍ରଭୁ ତାହାଙ୍କର ନାମ।


କାରଣ ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ଇସ୍ରାଏଲର ଧର୍ମସ୍ୱରୂପ, ତୁମ୍ଭର ତ୍ରାଣକର୍ତ୍ତା ଅଟୁ; ଆମ୍ଭେ ତୁମ୍ଭ ମୁକ୍ତିର ମୂଲ୍ୟ ସ୍ୱରୂପେ ମିସର ଓ ତୁମ୍ଭ ପରିବର୍ତ୍ତେ କୂଶ ଓ ସବା ଦେଶ ଦେଇଅଛୁ।


ସଦାପ୍ରଭୁ ଯୁଦ୍ଧବୀର; ସଦାପ୍ରଭୁ ତାହାଙ୍କର ନାମ।


ପୁଣି, ଆମ୍ଭେ ଆପଣାର ଲୋକ ଇସ୍ରାଏଲର ହସ୍ତ ଦ୍ୱାରା ଆମ୍ଭର ପ୍ରତିଶୋଧରୂପ ଭାର ଇଦୋମର ଉପରେ ଥୋଇବା; ତହିଁରେ ସେମାନେ ଆମ୍ଭର କ୍ରୋଧ ଓ ଆମ୍ଭର କୋପ ଅନୁସାରେ ଇଦୋମ ମଧ୍ୟରେ କାର୍ଯ୍ୟ କରିବେ; ପୁଣି, ସେମାନେ ଆମ୍ଭର ଦତ୍ତ ପରିଶୋଧ ଜ୍ଞାତ ହେବେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ସେ ଦିନ ପଳାତକ ଲୋକ ନିକଟରେ ତୁମ୍ଭର ମୁଖ ଫିଟିଯିବ, ତହିଁରେ ତୁମ୍ଭେ ଆଉ ଘୁଙ୍ଗା ନ ହୋଇ କଥା କହିବ; ଏହିରୂପେ ତୁମ୍ଭେ ସେମାନଙ୍କ ପ୍ରତି ଚିହ୍ନ ସ୍ୱରୂପ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”


ଏହିରୂପେ ଯିହିଜିକଲ ତୁମ୍ଭମାନଙ୍କ ପ୍ରତି ଚିହ୍ନ ସ୍ୱରୂପ ହେବେ; ସେ ଯେପରି କରିଅଛନ୍ତି, ତୁମ୍ଭେମାନେ ସର୍ବପ୍ରକାରେ ସେହିପରି କରିବ; ଏହା ଯେତେବେଳେ ଘଟିବ, ସେତେବେଳେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”


ପୁଣି, ହତ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପତିତ ହେବେ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସ୍ରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।


ଆମ୍ଭେ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କୁ ସର୍ବଶକ୍ତିମାନ ପରମେଶ୍ୱର ବୋଲି ଦର୍ଶନ ଦେଇଥିଲୁ, ମାତ୍ର ଆମ୍ଭେ ଆପଣା ଯିହୋବାଃ ନାମରେ ସେମାନଙ୍କୁ ପରିଚୟ ଦେଇ ନ ଥିଲୁ।


Swiv nou:

Piblisite


Piblisite