Biblia Todo Logo
Bib sou entènèt

- Piblisite -




ଯିରିମୀୟ 16:4 - ଓଡିଆ ବାଇବେଲ

4 “ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଦ୍ଵାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ-ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ

4 “ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁବରଣ କରିବେ। କେହି ସେମାନଙ୍କ ପାଇଁ ବିଳାପ କରିବେ ନାହିଁ। ସେମାନଙ୍କୁ କେହି କବର ଦେବେ ନାହିଁ। ସେମାନଙ୍କର ଶବ ଭୂମିରେ ଖତ ହେବ। ସେମାନେ ‌‌ଖ‌ଡ଼୍‌ଗ ଓ ଦୁର୍ଭିକ୍ଷରେ ସଂହାରିତ ହେବେ। ସେମାନଙ୍କର ଶବ ଆକାଶ ପକ୍ଷୀଗଣଙ୍କ ଓ ଭୂଚର ପଶୁଗଣଙ୍କର ଖାଦ୍ୟ ହେବ।”

Gade chapit la Kopi




ଯିରିମୀୟ 16:4
33 Referans Kwoze  

ପୁଣି, ସେସମୟରେ ସଦାପ୍ରଭୁଙ୍କର ହତ ଲୋକମାନେ, ପୃଥିବୀର ଆଦ୍ୟ ସୀମା ପର୍ଯ୍ୟନ୍ତ ଦେଖାଯିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, ସେମାନେ ସଂଗୃହୀତ କିଅବା କବରପ୍ରାପ୍ତ ହେବେ ନାହିଁ; ସେମାନେ ଭୂମି ଉପରେ ଖତ ପରି ପଡ଼ି ରହିବେ।”


ସେମାନେ ଐନ୍‍-ଦୋର ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।


କୁହ, ସଦାପ୍ରଭୁ ଏହି କଥା କହନ୍ତି, “ମନୁଷ୍ୟମାନଙ୍କର ଶବ ଖତ ପରି ଓ ଶସ୍ୟଚ୍ଛେଦକର ପଶ୍ଚାତ୍‍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, କେହି ସେସବୁକୁ ସଂଗ୍ରହ କରିବେ ନାହିଁ।”


ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳା ଯିବ।


ଆମ୍ଭେ ସେମାନଙ୍କୁ ହିଁ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନଙ୍କର ଶବ ଖେଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।


ତହିଁରେ ଏହି ଲୋକମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ; ଆଉ, ସେମାନଙ୍କୁ କେହି ତଡ଼ି ଦେବ ନାହିଁ।


ପର୍ବତସ୍ଥ ଦୁରନ୍ତ ପକ୍ଷୀଗଣ ଓ ପୃଥିବୀର ପଶୁଗଣ ନିମନ୍ତେ ସେହି ସବୁ ପରିତ୍ୟକ୍ତ ହେବ; ଦୁରନ୍ତ ପକ୍ଷୀଗଣ ତହିଁ ଉପରେ ଗ୍ରୀଷ୍ମକାଳ କ୍ଷେପଣ କରିବେ ଓ ପୃଥିବୀର ପଶୁସବୁ ତହିଁ ଉପରେ ଶୀତକାଳ କ୍ଷେପଣ କରିବେ।


ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ୍ଗ ଦ୍ୱାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ ଖଡ୍ଗ ନିଷ୍କୋଷ କରିବା।


ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ଜଗି ରହିବା; ତହିଁରେ ମିସର ଦେଶସ୍ଥ ସମୁଦାୟ ଯିହୁଦୀ ଲୋକ ନିଃଶେଷ ନ ହେବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହେବେ।


ଏହେତୁ ଯିହୁଦାର ରାଜା ଯିହୋୟାକୀମ୍‍ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଦାଉଦର ସିଂହାସନରେ ବସିବା ପାଇଁ ତାହାର କେହି ରହିବ ନାହିଁ; ଆଉ ତାହାର ମୃତ ଶରୀର ଦିନବେଳେ ଖରାରେ ଓ ରାତ୍ରିବେଳେ କାକରରେ ପକାଯିବ।’


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।


ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ସେମାନଙ୍କ ଯାଜକଗଣ ଖଡ୍ଗରେ ପତିତ ହେଲେ ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ।


ପୁଣି କୁକ୍କୁରମାନେ ଈଷେବଲ୍‍କୁ ଯିଷ୍ରିୟେଲ ଭୂମିରେ ଖାଇବେ ଓ ତାହାକୁ କବର ଦେବା ପାଇଁ କେହି ନ ଥିବ।’” ତହୁଁ ଭବିଷ୍ୟଦ୍‍ବକ୍ତା ଦ୍ୱାର ଫିଟାଇ ପଳାଇଗଲେ।


ପୁଣି, ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିସର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଉତ୍ସୁକ ଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା ଓ ସେସମସ୍ତେ ଲୁପ୍ତ ହେବେ; ମିସର ଦେଶରେ ସେମାନେ ପତିତ ହେବେ; ଖଡ୍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ଖଡ୍ଗ ଓ ଦୁର୍ଭିକ୍ଷରେ ମରିବେ; ଆଉ, ସେମାନେ ଅଭିଶାପ, ବିସ୍ମୟ ଓ ନିନ୍ଦାର ପାତ୍ର ହେବେ।


ଆଉ ତୁମ୍ଭ ଶବ ଖଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଭକ୍ଷ୍ୟ ହେବ; କେହି ସେମାନଙ୍କୁ ଅଡ଼ାଇ ଦେବାକୁ ନ ଥିବ।


ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ୍ଗ ଦ୍ୱାରା ଓ ସେମାନଙ୍କ ପ୍ରାଣ ଅନ୍ୱେଷଣକାରୀମାନଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା।


କ୍ଷୁଧାରେ ହତ ହେବା ଲୋକମାନଙ୍କ ଅପେକ୍ଷା ଖଡ୍ଗରେ ହତ ହେବା ଲୋକମାନେ ଭଲ; କାରଣ ଏମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟର ଅଭାବରୂପ ଶୂଳରେ ବିଦ୍ଧ ହୋଇ କ୍ଷୟ ପାଆନ୍ତି।


ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପସ୍ୱରୂପ, ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି, ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ୍ଗରେ ପତିତ ହେବେ।


ସଦାପ୍ରଭୁ ଯକ୍ଷ୍ମା ଓ ଜ୍ୱର ଓ ଜ୍ୱାଳା ଓ ଅତିଦାହ ଓ ଅନାବୃଷ୍ଟି ଓ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭକୁ ଆଘାତ କରିବେ; ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସେହି ସବୁ ତୁମ୍ଭର ପଶ୍ଚାତ୍‍ଗାମୀ ହେବେ।


ଆଉ, ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା; ସେମାନେ ମହାମାରୀରେ ମରିବେ।’


Swiv nou:

Piblisite


Piblisite