Biblia Todo Logo
Bib sou entènèt

- Piblisite -




ଯିରିମୀୟ 17:2 - ଓଡିଆ ବାଇବେଲ

2 ପୁଣି, ସେମାନଙ୍କର ସନ୍ତାନଗଣ ଉଚ୍ଚ ଗିରିସ୍ଥିତ ହରିତ୍ପର୍ଣ୍ଣ ବୃକ୍ଷ ନିକଟରେ ସେମାନଙ୍କର ଯଜ୍ଞବେଦି ଓ ଆଶେରା ମୂର୍ତ୍ତିସକଳ ସ୍ମରଣ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ସେମାନଙ୍କର ସନ୍ତାନଗଣ ଉଚ୍ଚ ଗିରିସ୍ଥିତ ହରିତ୍ପର୍ଣ୍ଣ ବୃକ୍ଷ ନିକଟରେ ସେମାନଙ୍କର ଯଜ୍ଞବେଦି ଓ ଆଶେରା ମୂର୍ତ୍ତିସକଳ ସ୍ମରଣ କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ସେମାନଙ୍କର ସନ୍ତାନଗଣ ଉଚ୍ଚ ଗିରିସ୍ଥିତ ହରିତ୍‍ପୂର୍ଣ୍ଣ ବୃକ୍ଷ ନିକଟରେ ସେମାନଙ୍କର ଯଜ୍ଞବେଦି ଓ ଆଶେରା ମୂର୍ତ୍ତିସକଳ ସ୍ମରଣ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

2 ଯେତେବେଳେ ସେମାନଙ୍କର ସନ୍ତାନଗଣ ସେମାନଙ୍କୁ ମନେ ପକାନ୍ତି ସେତେବେଳେ ସେମାନେ ଉଚ୍ଚ ପର୍ବତର ସବୁଜ ବୃକ୍ଷ ପାଖରେ ଥିବା ବଳିଦାନ ଯଜ୍ଞବେଦି ଓ ପବିତ୍ର କାଠଖମ୍ବ ଦେଖନ୍ତି।

Gade chapit la Kopi




ଯିରିମୀୟ 17:2
15 Referans Kwoze  

ଏଉତ୍ତାରେ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରି ଆଶେରା ମୂର୍ତ୍ତି ଓ ପ୍ରତିମାଗଣର ସେବା କଲେ; ତହିଁରେ ସେମାନଙ୍କର ଏହି ଅପରାଧ ସକାଶୁ ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।


ପୂର୍ବ କାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ଆମ୍ଭେ ଦାସ୍ୟକର୍ମ କରିବା ନାହିଁ; କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ।


ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ।


କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ୍‍ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ।


କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ଭାଙ୍ଗି ପକାଇଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ସେ ବାଲ୍‍ଦେବଗଣ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରା ମୂର୍ତ୍ତ ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକୁ ପୂଜା କରି ସେମାନଙ୍କର ସେବା କଲେ।


ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ପାସୋରି ବାଲ୍‍ ଦେବଗଣର ଓ ଆଶେରା ଦେବୀଗଣର ସେବା କଲେ।


କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।


ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।’


କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା ତାହାଙ୍କୁ ବିରକ୍ତ କଲେ। ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ୱାରା ତାହାଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇଲେ।


ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ୱର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟ-ଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେଉଁ ଯେଉଁ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରା ମୂର୍ତ୍ତି ଓ ଖୋଦିତ-ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି।


ମାତ୍ର ତୁମ୍ଭେମାନେ ସେମାନଙ୍କ ବେଦିସବୁ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭ ସବୁ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତି କାଟି ପକାଇବ।


ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି।


ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ; ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି।


ତୁମ୍ଭେମାନେ ଯେଉଁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଉଚ୍ଚ ପର୍ବତଗଣ ଉପରେ, ଉପ-ପର୍ବତସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ଆପଣା ଆପଣା ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ।


Swiv nou:

Piblisite


Piblisite