ଯିରିମୀୟ 18:15 - ଓଡିଆ ବାଇବେଲ15 ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାସୋରି ଅସାର ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି, ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେ ସେମାନଙ୍କ ପଥରେ, ପୁରାତନ ପଥରେ ସେମାନଙ୍କର ବିଘ୍ନ ଜନ୍ମାଇ ଅଛନ୍ତି; Gade chapit laପବିତ୍ର ବାଇବଲ (Re-edited) - (BSI)15 ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାସୋରି ଅସାର (ଦେବଗଣର) ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଅଛନ୍ତି, ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେ ସେମାନଙ୍କ ପଥରେ, ପୁରାତନ ପଥରେ ସେମାନଙ୍କର ବିଘ୍ନ ଜନ୍ମାଇ ଅଛନ୍ତି; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାସୋରି ଅସାର ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି, ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେ ସେମାନଙ୍କ ପଥରେ, ପୁରାତନ ପଥରେ ସେମାନଙ୍କର ବିଘ୍ନ ଜନ୍ମାଇ ଅଛନ୍ତି; Gade chapit laପବିତ୍ର ବାଇବଲ15 ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାଶୋରି ଅସାର ଦେବଗଣଙ୍କୁ ଧୂପ ଉତ୍ସର୍ଗ କରିଛନ୍ତି। ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେ ପ୍ରବର୍ତ୍ତାଇଛନ୍ତି। ସେମାନଙ୍କ ପୁରାତନ ପଥରେ ବିଘ୍ନ ଜନ୍ମାଇ ଅଛନ୍ତି। Gade chapit la |
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଓ ପେୟ ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ,’ ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ୱାରା ତାହା ସମ୍ପନ୍ନ କରିଅଛ। ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର।”
ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟ କର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।