ଯିରିମୀୟ 18:18 - ଓଡିଆ ବାଇବେଲ18 ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।” Gade chapit laପବିତ୍ର ବାଇବଲ (Re-edited) - (BSI)18 ତେବେ ସେମାନେ କହିଲେ, ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ଵା ଦ୍ଵାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।” Gade chapit laପବିତ୍ର ବାଇବଲ18 ଯିରିମିୟଙ୍କ ଶତ୍ରୁଗଣ କହିଲେ, “ଆସ ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ଯୋଜନା କରିବା, କାରଣ ଯାଜକ ନିକଟରୁ ବ୍ୟବସ୍ଥା, ଶିକ୍ଷିତ ନିକଟରୁ ଜ୍ଞାନ ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ତେଣୁ ଆସ ଆମ୍ଭେମାନେ ତାଙ୍କୁ ପ୍ରବଞ୍ଚନା ଦ୍ୱାରା ଧ୍ୱଂସ କରିବା। ଆମ୍ଭେମାନେ ତାଙ୍କର କୌଣସି କଥା ଶୁଣିବା ନାହିଁ।” Gade chapit la |
ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।