Biblia Todo Logo
Bib sou entènèt

- Piblisite -




ଯିରିମୀୟ 18:23 - ଓଡିଆ ବାଇବେଲ

23 ତଥାପି ହେ ସଦାପ୍ରଭୁ, ମୋତେ ବଧ କରିବା ପାଇଁ ସେମାନଙ୍କର ମନ୍ତ୍ରଣାସବୁ ତୁମ୍ଭେ ଜାଣୁଅଛ; ତୁମ୍ଭେ ସେମାନଙ୍କର ଅଧର୍ମ କ୍ଷମା କର ନାହିଁ, କିଅବା ତୁମ୍ଭ ଦୃଷ୍ଟିରୁ ସେମାନଙ୍କ ପାପ ଲିଭାଇ ଦିଅ ନାହିଁ; ମାତ୍ର ସେମାନେ ତୁମ୍ଭ ସମ୍ମୁଖରେ ନିପାତିତ ହେଉନ୍ତୁ; ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କ ପ୍ରତି ବ୍ୟବହାର କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତଥାପି ହେ ସଦାପ୍ରଭୁ, ମୋତେ ବଧ କରିବା ପାଇଁ ସେମାନଙ୍କର ମନ୍ତ୍ରଣାସବୁ ତୁମ୍ଭେ ଜାଣୁଅଛ; ତୁମ୍ଭେ ସେମାନଙ୍କର ଅଧର୍ମ କ୍ଷମା କର ନାହିଁ, କିଅବା ତୁମ୍ଭ ଦୃଷ୍ଟିରୁ ସେମାନଙ୍କ ପାପ ନିଭାଇ ଦିଅ ନାହିଁ; ମାତ୍ର ସେମାନେ ତୁମ୍ଭ ସମ୍ମୁଖରେ ନିପାତିତ ହେଉନ୍ତୁ; ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କ ପ୍ରତି ବ୍ୟବହାର କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତଥାପି ହେ ସଦାପ୍ରଭୁ, ମୋତେ ବଧ କରିବା ପାଇଁ ସେମାନଙ୍କର ମନ୍ତ୍ରଣାସବୁ ତୁମ୍ଭେ ଜାଣୁଅଛ; ତୁମ୍ଭେ ସେମାନଙ୍କର ଅଧର୍ମ କ୍ଷମା କର ନାହିଁ, କିଅବା ତୁମ୍ଭ ଦୃଷ୍ଟିରୁ ସେମାନଙ୍କ ପାପ ଲିଭାଇ ଦିଅ ନାହିଁ; ମାତ୍ର ସେମାନେ ତୁମ୍ଭ ସମ୍ମୁଖରେ ନିପାତିତ ହେଉନ୍ତୁ; ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କ ପ୍ରତି ବ୍ୟବହାର କର।

Gade chapit la Kopi

ପବିତ୍ର ବାଇବଲ

23 ହେ ସଦାପ୍ରଭୁ, ମୋର ବିନାଶ ପାଇଁ ସେମାନଙ୍କର ଯୋଜନା ତୁମ୍ଭେ ଜାଣୁଅଛ। ସେମାନଙ୍କର ଅଧର୍ମ କ୍ଷମା କର ନାହିଁ। ତୁମ୍ଭ ଦୃଷ୍ଟିରେ ସେମାନଙ୍କର ପାପ ଲୋପ କର ନାହିଁ। ତୁମ୍ଭେ ସେମାନଙ୍କୁ ବିନାଶ କର। ଆପଣା କ୍ରୋଧ ସେମାନଙ୍କ ପ୍ରତି ବ୍ୟବହାର କର।

Gade chapit la Kopi




ଯିରିମୀୟ 18:23
28 Referans Kwoze  

ମୋ’ ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟ ଚିନ୍ତକମାନେ ବିମୁଖ ଓ ବିବ୍ରତ ହେଉନ୍ତୁ।


ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ; ଏହେତୁ ସେମାନଙ୍କୁ କ୍ଷମା କର ନାହିଁ।


କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ୱରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;


କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ ।


ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍‍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”


ହେ ସଦାପ୍ରଭୁ, ତୁମ୍ଭେ ଜାଣୁଅଛ; ମୋତେ ସ୍ମରଣ କର ଓ ମୋହର ତତ୍ତ୍ୱାନୁସନ୍ଧାନ କର, ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; ତୁମ୍ଭର ଦୀର୍ଘ ସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି, ଏହା ଜ୍ଞାତ ହୁଅ।


ସେମାନଙ୍କର ଅବଶିଷ୍ଟ କେହି ରହିବେ ନାହିଁ; କାରଣ ଆମ୍ଭେ ଅନାଥୋତ୍‍ ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍‍, ସେମାନଙ୍କର ପ୍ରତିଫଳ ପ୍ରାପ୍ତିର ବର୍ଷ ଆଣିବା।”


ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କ’ଣ ଲଜ୍ଜିତ ହେଲେ ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, “ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।”


ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ ?


ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। [ସେଲା]


ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି; କାରଣ ଲୋକମାନେ ତୁମ୍ଭ ବ୍ୟବସ୍ଥା ବ୍ୟର୍ଥ କରିଅଛନ୍ତି।


ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।”


ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ଲୋକମାନଙ୍କ ଆଗରେ ନାନା ବିଘ୍ନ ଥୋଇବା; ତଦ୍ଦ୍ୱାରା ପିତୃଗଣ ଓ ପୁତ୍ରଗଣ ଏକ ସଙ୍ଗେ ଝୁଣ୍ଟି ପଡ଼ିବେ; ପ୍ରତିବାସୀ ଓ ତାହାର ମିତ୍ର ବିନଷ୍ଟ ହେବେ।”


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।’


ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷାନ୍ତ ହେବ। ଆଉ, ଆମ୍ଭେ ତୁମ୍ଭ ଅଜ୍ଞାତ ଦେଶରେ ତୁମ୍ଭକୁ ତୁମ୍ଭ ଶତ୍ରୁଗଣର ସେବା କରାଇବା; କାରଣ ତୁମ୍ଭେମାନେ ଆମ୍ଭ କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ କରିଅଛ, ତାହା ସଦାକାଳ ଜ୍ୱଳିବ।


ଆଉ, ଯିରିମୀୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାପିତ ସକଳ କଥା କହିବାର ସମାପ୍ତ କଲା ଉତ୍ତାରେ, ଯାଜକ, ଭବିଷ୍ୟଦ୍‍ବକ୍ତାମାନେ ଓ ଲୋକ ସମସ୍ତେ ତାଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ।


ତହିଁରେ ଯାଜକମାନେ ଓ ଭବିଷ୍ୟଦ୍‍ବକ୍ତାମାନେ, ଅଧିପତିମାନଙ୍କୁ ଓ ଲୋକ ସମସ୍ତଙ୍କୁ ଏହି କଥା କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛି, ଏହା ତୁମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛ।”


ପୁଣି, ଅଧିପତିମାନେ ଯିରିମୀୟଙ୍କ ପ୍ରତି କ୍ରୁଦ୍ଧ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ ଲେଖକର ଗୃହସ୍ଥିତ କାରାଗାରରେ ରଖିଲେ; କାରଣ ସେମାନେ ସେସ୍ଥାନକୁ କାରାଗାର କରିଥିଲେ।


ତହିଁରେ ଅଧିପତିମାନେ ରାଜାକୁ କହିଲେ, “ଆମ୍ଭେମାନେ ବିନୟ କରୁଅଛୁ, ଏହି ଲୋକର ପ୍ରାଣଦଣ୍ଡର ଆଜ୍ଞା ହେଉ; କାରଣ ସେ ଏହି ପ୍ରକାର କଥା କହି ଏହି ନଗରରେ ଥିବା ଅବଶିଷ୍ଟ ଯୋଦ୍ଧାମାନଙ୍କ ହସ୍ତ ଓ ସକଳ ଲୋକଙ୍କ ହସ୍ତ ଦୁର୍ବଳ କରୁଅଛି; ପୁଣି, ଏ ବ୍ୟକ୍ତି ଏହି ଲୋକମାନଙ୍କର ମଙ୍ଗଳ ନୁହେଁ, କେବଳ ଅମଙ୍ଗଳର ଚେଷ୍ଟା କରୁଅଛି।


ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କ’ଣ ତୁମ୍ଭ ପୁସ୍ତକରେ ନାହିଁ ?


ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।


ତୁମ୍ଭେ ସେମାନଙ୍କର ପ୍ରତିଶୋଧ ଓ ମୋ’ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଦେଖିଅଛ।


ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ତିରସ୍କାର ଓ ମୋ’ ବିରୁଦ୍ଧରେ ସେମାନଙ୍କର କୃତ ସଂକଳ୍ପସବୁ ଶୁଣିଅଛ;


Swiv nou:

Piblisite


Piblisite