Biblia Todo Logo
Bib sou entènèt

- Piblisite -




ଯିରିମୀୟ 19:11 - ଓଡିଆ ବାଇବେଲ

11 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବରସ୍ଥାନର ଅଭାବ ନ ହେବା ଯାଏ ଲୋକମାନେ ତୋଫତ୍‍ରେ କବର ଦେବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବରସ୍ଥାନର ଅଭାବ ନୋହିବା ଯାଏ ଲୋକମାନେ ତୋଫତ୍ରେ କବର ଦେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବର ସ୍ଥାନର ଅଭାବ ନ ହେବା ଯାଏ ଲୋକମାନେ ତୋଫତ୍‍ରେ କବର ଦେବେ।

Gade chapit la Kopi

ପବିତ୍ର ବାଇବଲ

11 ସେହି ସମୟରେ ସେମାନଙ୍କୁ କହିବ, ‘ସୈନ୍ୟାଧିପତି ସଦାପ୍ରଭୁ ଏହିକଥା କହନ୍ତି, ଯେପରି କେହି ଏହି ମାଟିପାତ୍ର ଭାଙ୍ଗିଲେ ତାହା ଆଉ ଯୋଡ଼ା ହୁଏ ନାହିଁ। ସେହିପରି ଆମ୍ଭେ ଯିହୁଦାକୁ ଭାଙ୍ଗି ପକାଇବା। ମୃତ ଲୋକମାନଙ୍କ କବରମାନ ମିଳିବ ନାହିଁ। ସେମାନେ ସମସ୍ତେ ତୋଫ‌ତ୍‌ରେ କବର ନେବେ।’

Gade chapit la Kopi




ଯିରିମୀୟ 19:11
13 Referans Kwoze  

ତୁମ୍ଭେ ଲୌହ ଦଣ୍ଡରେ ସେମାନଙ୍କୁ ଭାଙ୍ଗିବ; ତୁମ୍ଭେ କୁମ୍ଭକାରର ପାତ୍ର ପରି ସେମାନଙ୍କୁ ଚୂର୍ଣ୍ଣ କରିବ।”


ପୁଣି, ଯେପରି କୁମ୍ଭକାରର ପାତ୍ର ଭଙ୍ଗାଯାଏ, ସେହିପରି ସେ କିଛି ଦୟା ନ କରି ତାହା ଚୂର୍ଣ୍ଣ କରି ଭାଙ୍ଗି ପକାଇବେ; ତହିଁରେ ଚୁଲ୍ଲୀରୁ ଅଗ୍ନି କିଅବା କୁଣ୍ଡରୁ ଜଳ ନେବା ଭଳି ଖଣ୍ଡେ ଖପରା ହିଁ ତହିଁରୁ ମିଳିବ ନାହିଁ।


ହାୟ ! ନିର୍ମଳ ସୁବର୍ଣ୍ଣ ତୁଲ୍ୟ ଯେ ସିୟୋନର ସନ୍ତାନଗଣ, ସେମାନେ କିପରି କୁମ୍ଭାରର ହସ୍ତକୃତ ମୃତ୍ତିକାର କଳସ ତୁଲ୍ୟ ଗଣିତ ହୋଇଅଛନ୍ତି !


ସେ ସେମାନଙ୍କୁ ଲୌହ ଦଣ୍ଡ ଦ୍ୱାରା ଶାସନ କରିବେ, ଆଉ ସେମାନେ କୁମ୍ଭକାରର ପାତ୍ର ପରି ଖଣ୍ଡ ଖଣ୍ଡ ହେବେ,


ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ‘ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’”


ଏଥି ନିମନ୍ତେ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍‍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।


ସେ ପାଉଲଙ୍କ କଟି ବନ୍ଧନ ଘେନି ଆପଣା ହସ୍ତପାଦ ବନ୍ଧନ କରି ସେ ଆମ୍ଭମାନଙ୍କ ନିକଟକୁ ଆସି କହିଲେ, ପବିତ୍ର ଆତ୍ମା ଏହା କହନ୍ତି, ଏହି କଟିବନ୍ଧନର ଅଧିକାରୀଙ୍କୁ ଯିରୂଶାଲମ ନିବାସୀ ଯିହୂଦୀମାନେ ଏହିପରି ବାନ୍ଧି ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପଣ କରିବେ ।


ଏଣୁ ତାହାର ବିପଦ ହଠାତ୍‍ ଉପସ୍ଥିତ ହେବ, ପୁଣି, ସେ ପ୍ରତିକାର ବିନା ଅକସ୍ମାତ୍‍ ଭଗ୍ନ ହେବ।


ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍‍ ତୁଲ୍ୟ କରିବା।


ମୋୟାବର ସମସ୍ତ ଗୃହ ଛାତ ଉପରେ ଓ ତହିଁର ସମସ୍ତ ପଥରେ ସର୍ବତ୍ର ବିଳାପ ହେଉଅଛି; କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ମୋୟାବକୁ ଅପ୍ରୀତିକର ପାତ୍ର ପରି ଭାଙ୍ଗି ପକାଇଅଛୁ।


ପୁଣି, ଏହି ନଳାକାର ପୁସ୍ତକ ପାଠ କରିବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ତହିଁରେ ଖଣ୍ଡେ ପଥର ବାନ୍ଧି ଫରାତ୍‍ ନଦୀର ମଧ୍ୟସ୍ଥାନରେ ତାହା ପକାଇ ଦେବ;


ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ହେ ମେଷଗଣର ଅଗ୍ରଗଣ୍ୟମାନେ, ତୁମ୍ଭେମାନେ ଭସ୍ମରେ ଗଡ଼; କାରଣ ତୁମ୍ଭମାନଙ୍କର ହତ୍ୟା ସମୟ ସମ୍ପୂର୍ଣ୍ଣ ରୂପେ ଉପସ୍ଥିତ ହେଲା, ଆଉ ଆମ୍ଭେ ତୁମ୍ଭମାନଙ୍କୁ ଖଣ୍ଡ ଖଣ୍ଡ କରି ଭାଙ୍ଗିବା ଓ ତୁମ୍ଭେମାନେ ମନୋହର ପାତ୍ର ତୁଲ୍ୟ ପଡ଼ିଯିବ।


Swiv nou:

Piblisite


Piblisite