Biblia Todo Logo
Bib sou entènèt

- Piblisite -




ଯିରିମୀୟ 2:18 - ଓଡିଆ ବାଇବେଲ

18 ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ ? ଅଥବା ଫରାତ୍‍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍‍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ?

Gade chapit la Kopi

ପବିତ୍ର ବାଇବଲ

18 ଆଉ ଏବେ ଶୀହୋରର ଜଳପାନ କରିବାକୁ ତୁମ୍ଭେ ମିଶରର ପଥରେ କାହିଁକି ଯାଉଅଛ? ଅଥବା ଫରାତ୍ ନଦୀର ଜଳପାନ ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ?

Gade chapit la Kopi




ଯିରିମୀୟ 2:18
18 Referans Kwoze  

ଅର୍ଥାତ୍‍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତରସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍‍ଦୋଦୀୟ, ଅସ୍କିଲୋନୀୟ, ଗାଥୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;


ପୁଣି, ଇଫ୍ରୟିମ ଅବୋଧ କପୋତର ତୁଲ୍ୟ ବୁଦ୍ଧିହୀନ; ସେମାନେ ମିସରକୁ ନିବେଦନ କରନ୍ତି, ସେମାନେ ଅଶୂରକୁ ଯାଆନ୍ତି।


ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।


ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ୱଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ୱାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ୱାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ୱେଷଣ ନ କରନ୍ତି, ସେମାନେ ସନ୍ତାପର ପାତ୍ର !


ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ।


ମାତ୍ର ସେ ଅଶ୍ୱଗଣ ଓ ଅନେକ ଲୋକ ପାଇବା ନିମନ୍ତେ ମିସରକୁ ଆପଣା ଦୂତଗଣ ପଠାଇ ବାବିଲ ରାଜାର ବିଦ୍ରୋହୀ ହେଲା। ସେ କି କୃତକାର୍ଯ୍ୟ ହେବ ? ଯେ ଏପରି କାର୍ଯ୍ୟ କରେ, ସେ କି ରକ୍ଷା ପାଇବ ? ସେ ନିୟମ ଲଙ୍ଘନ କରି କି ରକ୍ଷା ପାଇବ ?


ଏବେ ହେଁ ମିଥ୍ୟା ସାହାଯ୍ୟର ଅପେକ୍ଷାରେ ଆମ୍ଭମାନଙ୍କର ଚକ୍ଷୁ କ୍ଷୀଣ ହୁଅଇ; ଆମ୍ଭେମାନେ ଅପେକ୍ଷାରେ ରହି ରହି ଉଦ୍ଧାର କରିବାକୁ ଅସମର୍ଥ ଗୋଷ୍ଠୀର ଅପେକ୍ଷା କରିଅଛୁ।


ସେହି ଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ୱାରା, ଅର୍ଥାତ୍‍, ଅଶୂରର ରାଜା ଦ୍ୱାରା ମସ୍ତକ, ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ୱାରା ଦାଢ଼ି ମଧ୍ୟ ନଷ୍ଟ ହେବ।


ପୁଣି, ମହାଜଳରାଶିରେ ଷୀୟୋରର ବୀଜ ଓ ନୀଳ ନଦୀର ଶସ୍ୟ ତାହାର ଆୟ ଥିଲା; ପୁଣି, ତାହା ନାନା ଦେଶୀୟମାନଙ୍କର ଗଞ୍ଜ ସ୍ୱରୂପ ଥିଲା।


ତୁମ୍ଭେ ଅତୃପ୍ତ ହେବାରୁ ଅଶୂରୀୟମାନଙ୍କ ସହିତ ବ୍ୟଭିଚାର କରିଅଛ; ହଁ, ତୁମ୍ଭେ ସେମାନଙ୍କ ସଙ୍ଗେ ବ୍ୟଭିଚାର କଲେ ହେଁ ତୃପ୍ତା ହୋଇ ନାହଁ।


ସେହି ସମୟରେ ଆହସ୍‌ ରାଜା ଆପଣାର ସାହାଯ୍ୟ ପାଇଁ ଅଶୂରୀୟ ରାଜାମାନଙ୍କ ନିକଟକୁ ଲୋକ ପଠାଇଲେ।


ହେ ବିପଥଗାମିନୀ କନ୍ୟେ, ତୁମ୍ଭେ କେତେ କାଳ ଏଣେତେଣେ ଭ୍ରମଣ କରିବ ? କାରଣ ସଦାପ୍ରଭୁ ପୃଥିବୀରେ ଏକ ନୂତନ ବିଷୟ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।


ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସ୍ରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ।


ତୁମ୍ଭେ ବେଶ୍ୟାର ନ୍ୟାୟ ଅନ୍ୟ ଦେଶୀୟମାନଙ୍କର ଅନୁଗାମିନୀ ହୋଇଅଛ ଓ ସେମାନଙ୍କର ପ୍ରତିମାଗଣ ଦ୍ୱାରା ଅଶୁଚୀକୃତ ହୋଇଅଛ, ଏଥିପାଇଁ ତୁମ୍ଭ ପ୍ରତି ଏହିସବୁ କରାଯିବ।


Swiv nou:

Piblisite


Piblisite