ଯିରିମୀୟ 2:20 - ଓଡିଆ ବାଇବେଲ20 ପୂର୍ବ କାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ଆମ୍ଭେ ଦାସ୍ୟକର୍ମ କରିବା ନାହିଁ; କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)20 ପୂର୍ବ କାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ଆମ୍ଭେ ଦାସ୍ୟକର୍ମ କରିବା ନାହିଁ; କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୂର୍ବକାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ‘ଆମ୍ଭେ ଦାସ୍ୟକର୍ମ କରିବା ନାହିଁ;’ କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ। Gade chapit laପବିତ୍ର ବାଇବଲ20 “ହେ ଯିହୁଦା, ବହୁବର୍ଷ ପୂର୍ବେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନ ସବୁ ଚ୍ଛେଦନ କରିଅଛୁ। ଆଉ ତୁମ୍ଭେ କହିଛ, ‘ଆମ୍ଭେ ତୁମ୍ଭର ଦାସତ୍ୱ କର୍ମ କରିବୁ ନାହିଁ।’ ପ୍ରକୃତରେ ତୁମ୍ଭେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭର ବ୍ୟଭିଗ୍ଭର କରି ଗ୍ଭଲିଅଛ। Gade chapit la |
କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।
କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।