Biblia Todo Logo
Bib sou entènèt

- Piblisite -




ଯିରିମୀୟ 2:29 - ଓଡିଆ ବାଇବେଲ

29 “ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ ?” ସଦାପ୍ରଭୁ କହନ୍ତି, “ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ? ସଦାପ୍ରଭୁ କହନ୍ତି, ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ? ସଦାପ୍ରଭୁ କହନ୍ତି, ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛ।

Gade chapit la Kopi

ପବିତ୍ର ବାଇବଲ

29 “ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରୁଅଛ? ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ପାପ କରିଅଛ।” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi




ଯିରିମୀୟ 2:29
8 Referans Kwoze  

ହଁ, ସମୁଦାୟ ଇସ୍ରାଏଲ ତୁମ୍ଭର ବ୍ୟବସ୍ଥା ଲଙ୍ଘନ କରିଅଛନ୍ତି, ତୁମ୍ଭର ରବରେ ଯେପରି ସେମାନେ ମନୋଯୋଗ ନ କରିବେ, ଏଥିପାଇଁ ସେମାନେ ବିପଥଗାମୀ ହୋଇଅଛନ୍ତି, ଏହି କାରଣରୁ ଅଭିଶାପ ଓ ପରମେଶ୍ୱରଙ୍କ ସେବକ ମୋଶାଙ୍କ ବ୍ୟବସ୍ଥାରେ ଲିଖିତ ଶପଥ ଆମ୍ଭମାନଙ୍କ ଉପରେ ଢଳା ଯାଇଅଛି; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ପାପ କରିଅଛୁ।


ଯେହେତୁ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।


ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନ ସବୁରେ ଖୋଜ, ଯଦି ନ୍ୟାୟାଚାରୀ ଓ ସତ୍ୟ ଅନ୍ୱେଷଣକାରୀ ଏକ ଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା।


ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ୱରଙ୍କ ବିଚାରରେ ଦଣ୍ଡନୀୟ ହେବ;


ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନ ସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ୱାରା ଦେଶ ଅଶୁଚି କରିଅଛ।


ତଥାପି ତୁମ୍ଭେ କହିଲ, “ଆମ୍ଭେ ନିର୍ଦ୍ଦୋଷ; ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରି ଅଛି।” ତୁମ୍ଭେ କହୁଅଛ, “ଆମ୍ଭେ ପାପ କରି ନାହୁଁ,” ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା।


ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍‍ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ନାହୁଁ ବୋଲି ତୁମ୍ଭେ କିପରି କହିପାର ? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ;


Swiv nou:

Piblisite


Piblisite