Biblia Todo Logo
Bib sou entènèt

- Piblisite -




ଯିରିମୀୟ 2:31 - ଓଡିଆ ବାଇବେଲ

31 ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, “ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ଵରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ଵରୂପ ହୋଇଅଛୁ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, ଆମ୍ଭେମାନେ ବନ୍ଧନଛିଣ୍ତା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, ‘ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ?’

Gade chapit la Kopi

ପବିତ୍ର ବାଇବଲ

31 ହେ ବର୍ତ୍ତମାନ ସମୟର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟପ୍ରତି ଧ୍ୟାନ ଦିଅ। “ଆମ୍ଭେ କ’ଣ ଇସ୍ରାଏଲ ପ୍ରତି ପ୍ରାନ୍ତରସ୍ୱରୂପ କିଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ? ଆମ୍ଭର ଲୋକମାନେ କାହିଁକି କହୁଛନ୍ତି, ‘ଆମ୍ଭେମାନେ ବନ୍ଧନମୁକ୍ତ ହୋଇଅଛୁ, ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ?’

Gade chapit la Kopi




ଯିରିମୀୟ 2:31
26 Referans Kwoze  

ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।


ଇତିମଧ୍ୟରେ ତୁମ୍ଭେମାନେ କ'ଣ ପରିତୃପ୍ତ ହୋଇଗଲଣି ? ଇତିମଧ୍ୟରେ ତୁମ୍ଭେମାନେ କ'ଣ ଧନବାନ ହୋଇଗଲଣି ? ଆମ୍ଭମାନଙ୍କ ବିନା ତୁମ୍ଭେମାନେ କଅଣ ରାଜା ହୋଇଅଛ ? ହଁ, ତୁମ୍ଭେମାନେ ରାଜା ହୋଇଥିଲେ ଭଲ ହୋଇଥାଆନ୍ତା, ଯେପରି ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ୱ କରି ପାରିଥାଆନ୍ତୁ ।


ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ।


ଯିହୁଦାର ରାଜା ଉଷୀୟର ଅଧିକାର ସମୟରେ ଓ ଯୋୟାଶ୍‍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ଅଧିକାର ସମୟରେ, ଭୂମିକମ୍ପର ଦୁଇ ବର୍ଷର ପୂର୍ବରେ ତକୋୟସ୍ଥ ଗୋପାଳକମାନଙ୍କର ମଧ୍ୟବର୍ତ୍ତୀ ଆମୋଷ ଇସ୍ରାଏଲ ବିଷୟରେ ଯେଉଁ ଯେଉଁ ଦର୍ଶନ ପାଇଲେ, ତଦ୍‍ବିଷୟକ ତାଙ୍କର ବାକ୍ୟ।


ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରି ଅଛନ୍ତି।


ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର, ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ୍ କଥା ପ୍ରକାଶ କରୁ।


ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ୱୀକାର କରି କହିବି, ସଦାପ୍ରଭୁ କିଏ ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ୱରଙ୍କର ନାମ ମିଥ୍ୟାରେ ନେବି।


ସେମାନେ କହନ୍ତି, ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ ?


ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ୱର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର।


ସାଦୋକ ବଂଶୀୟ ପ୍ରଧାନ ଯାଜକ ଅସରୀୟ ତାଙ୍କୁ ଉତ୍ତର କରି କହିଲା, ଲୋକମାନେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣିବା ପାଇଁ ଆରମ୍ଭ କରିବା ସମୟଠାରୁ ଆମ୍ଭେମାନେ ଭୋଜନ କରିଅଛୁ ଓ ତୃପ୍ତ ହୋଇଅଛୁ ଓ ପ୍ରଚୁର ଅବଶିଷ୍ଟ ରଖିଅଛୁ; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଆଶୀର୍ବାଦ କରିଅଛନ୍ତି; ତେଣୁ ଯାହା ଅବଶିଷ୍ଟ ରହିଅଛି, ତାହା ଏହି ବୃହତ୍ ଦ୍ରବ୍ୟରାଶି।


କାରଣ ଆମ୍ଭେ ଯେଉଁ ଦେଶ ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛୁ, ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇ ଗଲା ଉତ୍ତାରେ ଯେତେବେଳେ ସେମାନେ ଭୋଜନ କରି ତୃପ୍ତ ଓ ହୃଷ୍ଟପୁଷ୍ଟ ହେବେ, ସେତେବେଳେ ସେମାନେ ଅନ୍ୟ ଦେବତାମାନଙ୍କ ପ୍ରତି ଫେରି ସେମାନଙ୍କ ସେବା କରିବେ ଓ ଆମ୍ଭଙ୍କୁ ଅଗ୍ରାହ୍ୟ କରି ଆମ୍ଭ ନିୟମ ଲଙ୍ଘନ କରିବେ।


ପୂର୍ବ କାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; ଆଉ, ତୁମ୍ଭେ କହିଲ, ଆମ୍ଭେ ଦାସ୍ୟକର୍ମ କରିବା ନାହିଁ; କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ।


ତୁମ୍ଭେ ଆପଣା ଚରଣ ପାଦୁକାରହିତ ଓ କଣ୍ଠ ଶୁଷ୍କ ହେବାକୁ ଦିଅ ନାହିଁ; ମାତ୍ର ତୁମ୍ଭେ କହିଲ, ଆଉ ଭରସା ନାହିଁ; ନା, କାରଣ ମୁଁ ବିଦେଶୀୟମାନଙ୍କୁ ପ୍ରେମ କରିଅଛି ଓ ମୁଁ ସେମାନଙ୍କର ପଶ୍ଚାଦ୍‍ଗାମିନୀ ହେବି।


ଯେଉଁ ଶୈଳ ତୁମ୍ଭକୁ ଉତ୍ପନ୍ନ କଲେ, ତାହାଙ୍କ ବିଷୟରେ ତୁମ୍ଭେ ଅମନୋଯୋଗୀ ହେଲ ଓ ଯେଉଁ ପରମେଶ୍ୱର ତୁମ୍ଭକୁ ଜନ୍ମ ଦେଲେ, ତୁମ୍ଭେ ତାହାଙ୍କୁ ଭୁଲି ଗଲ।


ତହିଁରେ ଫାରୋ ତାହାକୁ କହିଲା, “ମାତ୍ର ମୋ’ ସଙ୍ଗେ ଥାଇ ତୁମ୍ଭର କି ଅଭାବ ହେଲା ଯେ, ଦେଖ, ତୁମ୍ଭେ ସ୍ୱଦେଶକୁ ଯିବା ପାଇଁ ବାଞ୍ଛା କରୁଅଛ ?” ଏଥିରେ ସେ ଉତ୍ତର କଲା, “କିଛି ନାହିଁ; ତଥାପି କୌଣସିମତେ ପ୍ରସ୍ଥାନ କରିବା ପାଇଁ ମୋତେ ଅନୁମତି ଦେଉନ୍ତୁ।”


ତଥାପି ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ; କାରଣ ଆମ୍ଭେମାନେ ତୁମ୍ଭ ମାର୍ଗବିଷୟକ ଜ୍ଞାନ ବାଞ୍ଛା କରୁ ନାହୁଁ।


ମୁଁ ବଡ଼ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କହିବି; କାରଣ ସେମାନେ ସଦାପ୍ରଭୁଙ୍କର ପଥ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଶାସନ ଜାଣନ୍ତି। ମାତ୍ର ଏମାନେ ଏକମନା ହୋଇ ଯୁଆଳି ଭାଙ୍ଗିଅଛନ୍ତି ଓ ବନ୍ଧନ ସବୁ ଛିଣ୍ଡାଇ ପକାଇ ଅଛନ୍ତି।


ଏନିମନ୍ତେ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟାକାଳର କେନ୍ଦୁଆ ବାଘ ସେମାନଙ୍କୁ ବିନାଶ କରିବ, ଚିତାବାଘ ସେମାନଙ୍କ ନଗରସମୂହ ନିକଟରେ ଛକି ରହିବ, ଯେ ପ୍ରତ୍ୟେକ ଲୋକ ନଗରରୁ ବାହାରିବ, ସେ ବିଦୀର୍ଣ୍ଣ ହେବ; କାରଣ ସେମାନଙ୍କର ଅପରାଧ ଅନେକ ଓ ସେମାନଙ୍କର ବିପଥଗମନ ବୃଦ୍ଧି ପାଇଅଛି।


ଏହିରୂପେ ଆମ୍ଭେ ଇସ୍ରାଏଲ ବଂଶକୁ ସେମାନଙ୍କର ହୃଦୟରୂପ ଫାନ୍ଦରେ ଧରିବା, କାରଣ ସେମାନେ ସମସ୍ତେ ଆପଣା ଆପଣା ଦେବଗଣ ଦ୍ୱାରା ଆମ୍ଭଠାରୁ ବିମୁଖ ହୋଇଅଛନ୍ତି।


Swiv nou:

Piblisite


Piblisite