Biblia Todo Logo
Bib sou entènèt

- Piblisite -




ଯିରିମୀୟ 2:8 - ଓଡିଆ ବାଇବେଲ

8 “ସଦାପ୍ରଭୁ କାହାନ୍ତି,” ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥାହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍‍ବକ୍ତାମାନେ ବାଲ୍‍ଦେବ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍‍ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସଦାପ୍ରଭୁ କାହାନ୍ତି, ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍-ଗମନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ‘ସଦାପ୍ରଭୁ କାହାନ୍ତି,’ ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍‍ବକ୍ତାମାନେ ବାଲ୍‍ଦେବ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍‍ଗମନ କଲେ।

Gade chapit la Kopi

ପବିତ୍ର ବାଇବଲ

8 “ଯାଜକମାନେ କହିଲେ ନାହିଁ ଯେ, ‘ସଦାପ୍ରଭୁ କାହାନ୍ତି,’ ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ, ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟ‌ଦ୍‌ବକ୍ତାମାନେ ବା‌‌ଲ୍‌‌ଦେବ ନାମରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲେ ଓ ନିଷ୍ଫଳ ବସ୍ତୁମାନଙ୍କର ପଶ୍ଚା‌‌ଦ୍‌‌ଗମନ କଲେ।”

Gade chapit la Kopi




ଯିରିମୀୟ 2:8
35 Referans Kwoze  

ଖୋଦିତ ପ୍ରତିମାରେ କି ଲାଭ ଯେ, ତହିଁର ନିର୍ମାଣକର୍ତ୍ତା ତାହା ଖୋଦନ କରେ ? ଛାଞ୍ଚରେ ଢଳା ପ୍ରତିମାରେ ଓ ମିଥ୍ୟା ଶିକ୍ଷକରେ କି ଲାଭ ଯେ, ଆପଣାର ନିର୍ମିତ ବସ୍ତୁର ନିର୍ମାଣକାରୀ ତହିଁରେ ବିଶ୍ୱାସ କରି ମୂକ ଦେବତା ନିର୍ମାଣ କରେ ?


କାରଣ ପାଳକଗଣ ପଶୁବତ୍‍ ହୋଇଅଛନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପଚାରି ନାହାନ୍ତି; ଏହେତୁ ସେମାନେ ଉନ୍ନତି କରି ନାହାନ୍ତି ଓ ସେମାନଙ୍କର ପଲସବୁ ଛିନ୍ନଭିନ୍ନ ହୋଇଅଛନ୍ତି।


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ ?


ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୁର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ୱରଙ୍କ ବାକ୍ୟ ଛଳରେ ବ୍ୟବହାରକରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଈଶ୍ୱରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛୁ ।


ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ବା ମୋତେ ଜାଣି ନାହାଁନ୍ତି ।


ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।


ଆଉ, ତୁମ୍ଭେମାନେ ତାହାଙ୍କୁ ଜାଣି ନାହଁ, କିନ୍ତୁ ମୁଁ ତାହାଙ୍କୁ ଜାଣେ । ପୁଣି, ମୁଁ ତାହାଙ୍କୁ ଜାଣେ ନାହିଁ ବୋଲି ଯଦି କହିବି, ତାହାହେଲେ ମୁଁ ତୁମ୍ଭମାନଙ୍କ ପରି ମିଥ୍ୟାବାଦୀ ହେବି, କିନ୍ତୁ ମୁଁ ତାହାଙ୍କୁ ଜାଣେ ଓ ତାହାଙ୍କର ବାକ୍ୟ ପାଳନ କରେ ।


ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ; ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ ।


ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ, ତେବେ ତାହାର କି ଲାଭ ହେବ ? କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କ'ଣ ଦେବ ?


ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।”


ଅନେକ ପଲ ରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକି ଧ୍ୱଂସିତ ପ୍ରାନ୍ତର କରିଅଛନ୍ତି।


ଦେଖ, ଯଦ୍ଦ୍ୱାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ୱାସ କରୁଅଛ।


କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।


ଦେବତାମାନେ ଈଶ୍ୱର ନୋହିଲେ ହେଁ କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି ? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ୱରୂପଙ୍କୁ ବଦଳ କରିଅଛନ୍ତି।”


ଅଥବା ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି, ଏହା ସେମାନେ କହିଲେ ନାହିଁ।


ଯେଉଁ ଗୋଷ୍ଠୀ ସେମାନଙ୍କର ଉପକାର କରି ନ ପାରନ୍ତି, ସେମାନଙ୍କ ବିଷୟରେ ସେସମସ୍ତେ ଲଜ୍ଜିତ ହେବେ, ସେ ଗୋଷ୍ଠୀ ସାହାଯ୍ୟକାରୀ କିମ୍ବା ଉପକାରଜନକ ନୁହନ୍ତି, ମାତ୍ର ଲଜ୍ଜା ଓ ଦୁର୍ନାମ ସ୍ୱରୂପ ଅଟନ୍ତି।”


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଘୋର ନିଦ୍ରାଜନକ ଆତ୍ମା ଢାଳିଅଛନ୍ତି ଓ ତୁମ୍ଭମାନଙ୍କର ଭବିଷ୍ୟଦ୍‍-ବକ୍ତାଗଣରୂପ ଚକ୍ଷୁ ମୁଦ୍ରିତ କରିଅଛନ୍ତି ଓ ଦର୍ଶକଗଣ ସ୍ୱରୂପ ତୁମ୍ଭମାନଙ୍କର ମସ୍ତକ ସେ ଆଚ୍ଛାଦିତ କରିଅଛନ୍ତି।


ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍‍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।


ତହୁଁ ଏଲିୟ ସେମାନଙ୍କୁ କହିଲେ, “ବାଲ୍‍ର ଭବିଷ୍ୟଦ୍‍ବକ୍ତାମାନଙ୍କୁ ଧର; ସେମାନଙ୍କର କାହାରିକୁ ପଳାଇବାକୁ ଦିଅ ନାହିଁ।” ତହିଁରେ ଲୋକମାନେ ସେମାନଙ୍କୁ ଧରିଲେ, ପୁଣି, ଏଲୀୟ ସେମାନଙ୍କୁ କୀଶୋନ୍‍ ନଦୀ ନିକଟକୁ ନେଇ ସେଠାରେ ସେମାନଙ୍କୁ ବଧ କଲେ।


ପୁଣି, ମଧ୍ୟାହ୍ନ କାଳ ଗତ ହେଲା ଉତ୍ତାରେ ସେମାନେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ପର୍ଯ୍ୟନ୍ତ ପ୍ରଳାପୋକ୍ତି କଲେ; ମାତ୍ର କୌଣସି ରବ ନୋହିଲା, କି ଉତ୍ତର ଦେବାକୁ କେହି ନ ଥିଲା, ଅବା କେହି ମନୋଯୋଗ କଲା ନାହିଁ।


ତହୁଁ ଏଲୀୟ ଲୋକମାନଙ୍କୁ କହିଲେ, “ମୁଁ, କେବଳ ମୁଁ ସଦାପ୍ରଭୁଙ୍କର ଏକ ଭବିଷ୍ୟଦ୍‍ବକ୍ତା ଅବଶିଷ୍ଟ ଅଛି; ମାତ୍ର ବାଲ୍‍ର ଭବିଷ୍ୟଦ୍‍ବକ୍ତା ଚାରିଶହ ପଚାଶ ଜଣ ଅଛନ୍ତି।


ପୁଣି, ତୁମ୍ଭେମାନେ ବିପଥଗାମୀ ନ ହୁଅ; ଯଦି ହୁଅ, ତେବେ ତୁମ୍ଭେମାନେ ଅବସ୍ତୁସକଳର ଅନୁଗାମୀ ହେବ; ସେମାନେ ଉପକାର କି ରକ୍ଷା କରିବାକୁ ଅସମର୍ଥ, ଯେହେତୁ ସେମାନେ ଅବସ୍ତୁ।


ଏଲିଙ୍କର ପୁତ୍ରମାନେ ଦୁଷ୍ଟ ଥିଲେ, ସେମାନେ ସଦାପ୍ରଭୁଙ୍କୁ ଜାଣିଲେ ନାହିଁ।


ସେମାନେ ଯାକୁବକୁ ତୁମ୍ଭର ଶାସନ ଓ ଇସ୍ରାଏଲକୁ ତୁମ୍ଭର ବ୍ୟବସ୍ଥା ଶିକ୍ଷା ଦେବେ। ସେମାନେ ତୁମ୍ଭ ସମ୍ମୁଖରେ ଧୂପ ଓ ତୁମ୍ଭ ବେଦି ଉପରେ ହୋମବଳି ରଖିବେ।


ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍‍ ନାମକ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।”


ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍‍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”


ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର ! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ ?


ମାତ୍ର ଯେ ରାତ୍ରିକାଳେ ଗାନ ପ୍ରଦାନ କରନ୍ତି, ଯେ ପୃଥିବୀର ପଶୁମାନଙ୍କ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଶିକ୍ଷା ଦିଅନ୍ତି


Swiv nou:

Piblisite


Piblisite