Biblia Todo Logo
Bib sou entènèt

- Piblisite -




ଯିରିମୀୟ 20:3 - ଓଡିଆ ବାଇବେଲ

3 ପୁଣି, ତହିଁ ପରଦିନ ପଶ୍‍ହୂର ଯିରିମୀୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତହିଁରେ ଯିରିମୀୟ ତାହାକୁ କହିଲେ, ସଦାପ୍ରଭୁ ତୁମ୍ଭର ନାମ ପଶ୍‍ହୂର ନ ରଖି, ମାଗୋରମୀଷାବୀବ୍‍ (ଚତୁର୍ଦ୍ଦିଗେ ଆଶଙ୍କା) ରଖିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ତହିଁ ପରଦିନ ପଶ୍ହୂର ଯିରିମୀୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତହିଁରେ ଯିରିମୀୟ ତାହାକୁ କହିଲେ, ସଦାପ୍ରଭୁ ତୁମ୍ଭର ନାମ ପଶ୍ହୂର ନ ରଖି, ମାଗୋରମୀଷାବୀବ୍ (ଚତୁର୍ଦ୍ଦିଗେ ଆଶଙ୍କା) ରଖିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ତହିଁ ପରଦିନ ପଶ୍‍ହୂର ଯିରିମୀୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତହିଁରେ ଯିରିମୀୟ ତାହାକୁ କହିଲେ, “ସଦାପ୍ରଭୁ ତୁମ୍ଭର ନାମ ପଶ୍‍ହୂର ନ ରଖି, ମାଗୋରମୀଷାବୀବ୍‍ (ଚତୁର୍ଦ୍ଦିଗେ ଆଶଙ୍କା) ରଖିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

3 ତହିଁ ପରଦିନ ପ‌‌‌ଶ୍‌‌‌ହୂର ଯିରିମିୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତା'ପରେ ଯିରିମିୟ ତାଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ନାମ ପ‌‌‌ଶ୍‌‌‌ହୂର ନ ରଖି ‘ମାଗୋର ମୀଷାବୀବ୍’ (ଚତୁର୍ଦ୍ଦିଗେ ଆଶଙ୍କା) ରଖି ଅଛନ୍ତି।

Gade chapit la Kopi




ଯିରିମୀୟ 20:3
18 Referans Kwoze  

କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ର ସମସ୍ତେ କହନ୍ତି, ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା।


ତୁମ୍ଭେ ମୋର ଚତୁର୍ଦ୍ଦିଗସ୍ଥ ଆଶଙ୍କାସକଳକୁ ମହାସଭା ଦିନର ନ୍ୟାୟ ଆହ୍ୱାନ କରିଅଛ। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇ ନ ଥିଲେ, କି ଅବଶିଷ୍ଟ ରହି ନ ଥିଲେ; ଯେଉଁମାନଙ୍କୁ ମୁଁ ଲାଳନ ପାଳନ କରିଅଛି, ସେମାନଙ୍କୁ ମୋର ଶତ୍ରୁ ସଂହାର କରିଅଛି।


ଆମ୍ଭେ ସେମାନଙ୍କୁ ଉଦ୍‍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ ? ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି,” ଏହା ସଦାପ୍ରଭୁ କହନ୍ତି।


କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋ’ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋ’ ପ୍ରାଣ ନେବା ପାଇଁ ସଂକଳ୍ପ କଲେ।


ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ୍ଗ ଓ ଆଶଙ୍କା ଅଛି।


ଏଥିଉତ୍ତାରେ ମୁଁ ଭବିଷ୍ୟଦ୍‍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍‍-ବସ୍‍ ରଖ।


ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କ'ଣ କରିବାକୁ ହେବ ?


ଏଥିଉତ୍ତାରେ ସଫନୀୟ ଯାଜକ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ କର୍ଣ୍ଣଗୋଚରରେ ଏହି ପତ୍ର ପାଠ କଲା।


ଏଥି ନିମନ୍ତେ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍‍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।


ହାର୍ଶିତ୍‍ ଦ୍ୱାରର ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର;


ଏନିମନ୍ତେ ସଦାପ୍ରଭୁ କହନ୍ତି, ‘ଦେଖ, ଯେଉଁ ସମୟରେ ତାହା ତୋଫତ୍‍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା-ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି; କାରଣ ଆଉ ସ୍ଥାନ ନ ଥିବାଯାଏ ଲୋକମାନେ ତୋଫତରେ କବର ଦେବେ।’


ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”


ତହିଁ ଉତ୍ତାରୁ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକୁ ଆଉ ସାରୀ ବୋଲି ଡାକ ନାହିଁ; ତାହାର ନାମ ସାରା ହେଲା।


ପୁଣି, ତୁମ୍ଭ ନାମ ଅବ୍ରାମ ଆଉ ରହିବ ନାହିଁ, ମାତ୍ର ଅବ୍ରହାମ ହେବ। ଯେହେତୁ ଆମ୍ଭେ ତୁମ୍ଭକୁ ଅନେକ ଗୋଷ୍ଠୀର ଆଦିପିତା କଲୁ।


“ପୁଣି, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


Swiv nou:

Piblisite


Piblisite