Biblia Todo Logo
Bib sou entènèt

- Piblisite -




ଯିରିମୀୟ 22:13 - ଓଡିଆ ବାଇବେଲ

13 ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରିମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକି ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରୀମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକି ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 “ଯେଉଁ ଲୋକ ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରିମାନ ନିର୍ମାଣ କରେ; ଯେ ବିନା ବେତନରେ ଆପଣା ପ୍ରତିବାସୀକୁ ସେବା କରାଏ ଓ ତାହାର ବେତନ ତାହାକୁ ନ ଦିଏ;

Gade chapit la Kopi

ପବିତ୍ର ବାଇବଲ

13 “ଯିହୋୟାକୀମ୍ ଜଣେ ଅଧର୍ମୀ ରାଜା ଥିଲେ ଯିଏ କି ଅଧର୍ମରେ ଆପଣା ଗୃହ ଓ ଅନ୍ୟାୟରେ ଆପଣା କୋଠରୀମାନ ନିର୍ମାଣ କରେ, ଯିଏ ବିନା ମୂଲ୍ୟରେ ଆପଣା ପ୍ରତିବାସୀକି ସେବା କରାଏ ଓ ତାଙ୍କୁ କିଛି ବେତନ ଦିଏ ନାହିଁ।

Gade chapit la Kopi




ଯିରିମୀୟ 22:13
16 Referans Kwoze  

ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟ ଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି ।


ସେମାନେ ସିୟୋନକୁ ରକ୍ତରେ ଓ ଯିରୂଶାଲମକୁ ଅଧର୍ମରେ ନିର୍ମାଣ କରୁଅଛନ୍ତି।


ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ; ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ।


“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ଏଥିପାଇଁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; “ଲୋକମାନେ, ହାୟ, ଆମ୍ଭର ଭାଇ! ଅବା ହାୟ, ଭଉଣୀ ! କହି ତାହା ପାଇଁ ବିଳାପ କରିବେ ନାହିଁ; ହାୟ, ପ୍ରଭୁ ! ଅବା ହାୟ, ତାଙ୍କର ମହିମା ! ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।”


ଆହୁରି, ମିସରର ରାଜା ତାଙ୍କର ଭ୍ରାତା ଇଲିୟାକୀମ୍‍ଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍‍ ରଖିଲା, ପୁଣି ନଖୋ ତାଙ୍କର ଭ୍ରାତା ଯିହୋୟାହସ୍‍ଙ୍କୁ ଧରି ମିସରକୁ ନେଇଗଲା।


ଯିହୋୟାକୀମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ।


ଦେଶରେ ଯେପରି ଆଉ ସ୍ଥାନ ନ ଥିବ ଓ ତୁମ୍ଭେମାନେ ଯେପରି ତହିଁ ମଧ୍ୟରେ ଏକାକୀ ବାସ କରିବ, ଏଥିପାଇଁ ଗୃହକୁ ଗୃହ, କ୍ଷେତ୍ରକୁ କ୍ଷେତ୍ର ଲଗାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସନ୍ତାପର ପାତ୍ର !


ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ି ଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ।


ମାତ୍ର ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବା ବେଳେ ଖାଲି ହାତରେ ଯିବାକୁ ଦେବ ନାହିଁ।


ଯଦି ମୁଁ ମୂଲ୍ୟ ବିନା ତହିଁର ଫଳ ଭୋଗ କରିଥାଏ, ଅବା ତହିଁର ଅଧିକାରୀମାନଙ୍କ ପ୍ରାଣନାଶର କାରଣ ହୋଇଥାଏ;


ଯେଉଁ ଜନ ରକ୍ତପାତ ଦ୍ୱାରା ନଗର ନିର୍ମାଣ କରେ ଓ ଅଧର୍ମ ଦ୍ୱାରା ନଗର ସ୍ଥାପନ କରେ, ସେ ସନ୍ତାପର ପାତ୍ର !


Swiv nou:

Piblisite


Piblisite