Biblia Todo Logo
Bib sou entènèt

- Piblisite -




ଯିରିମୀୟ 22:8 - ଓଡିଆ ବାଇବେଲ

8 ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକୁ କହିବେ, “ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକି କହିବେ, ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକୁ କହିବେ, ‘ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ?’

Gade chapit la Kopi

ପବିତ୍ର ବାଇବଲ

8 “ଆଉ ଦେଶୀୟମାନେ ଏହି ନଗର ଦେଇ ଗଲାବେଳେ ପ୍ରତ୍ୟେକ ଆପଣା ଆପଣା ସଙ୍ଗୀକି ପଗ୍ଭରିବେ, ‘ସଦାପ୍ରଭୁ କେଉଁଥିପାଇଁ ଏହି ବିଶାଳ ଯିରୁଶାଲମ ନଗରକୁ ଏପରି କଲେ?’

Gade chapit la Kopi




ଯିରିମୀୟ 22:8
13 Referans Kwoze  

ହେ ପ୍ରଭୁ ଧାର୍ମିକତା ତୁମ୍ଭର ଅଟେ, ମାତ୍ର ଆଜିକାର ନ୍ୟାୟ ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର; ତୁମ୍ଭ ବିରୁଦ୍ଧରେ କୃତ ସତ୍ୟ-ଲଙ୍ଘନ ସକାଶୁ ଯିହୁଦାର ଲୋକ ଓ ଯିରୂଶାଲମ ନିବାସୀଗଣ ଓ ତୁମ୍ଭ ଦ୍ୱାରା ତାଡ଼ିତ ସକଳ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇସ୍ରାଏଲ ଲୋକ (ବିବର୍ଣ୍ଣତାର ପାତ୍ର)।


ବିପକ୍ଷ ଲୋକ ଓ ଶତ୍ରୁ ଯେ ଯିରୂଶାଲମର ଦ୍ୱାର ସମୂହରେ ପ୍ରବେଶ କରିବ, ଏହା ପୃଥିବୀସ୍ଥ ରାଜାଗଣ କିଅବା ଜଗନ୍ନିବାସୀ ସମସ୍ତେ ବିଶ୍ୱାସ କଲେ ନାହିଁ।


ଆଉ, ତୁମ୍ଭେ ଏହିସବୁ କଥା ଏ ଲୋକମାନଙ୍କ ନିକଟରେ ଯେତେବେଳେ ପ୍ରକାଶ କରିବ ଓ ସେମାନେ ତୁମ୍ଭକୁ କହିବେ, ସଦାପ୍ରଭୁ କାହିଁକି ଏହିସବୁ ମହା ଅମଙ୍ଗଳର କଥା ଆମ୍ଭମାନଙ୍କ ବିରୁଦ୍ଧରେ କହିଅଛନ୍ତି ? ଅବା ଆମ୍ଭମାନଙ୍କର ଅପରାଧ କି ? ଅବା ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ବିରୁଦ୍ଧରେ କି ପାପ କରିଅଛୁ ?


ପ୍ରହରୀବର୍ଗର ସେନାପତି ଯିରିମୀୟଙ୍କୁ ନେଇ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ସ୍ଥାନ ବିଷୟରେ ଏହି ଅମଙ୍ଗଳର କଥା କହିଥିଲେ :


ଏହିରୂପେ ଯେତେବେଳେ ଆମ୍ଭେ କ୍ରୋଧରେ, କୋପରେ ଓ କୋପଯୁକ୍ତ ଭର୍ତ୍ସନାରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା, ସେତେବେଳେ ତୁମ୍ଭ ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ନିକଟରେ ତାହା ନିନ୍ଦାର, ଉପହାସର, ଶିକ୍ଷାର ଓ ଆଶ୍ଚର୍ଯ୍ୟର ବିଷୟ ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ;


ମାତ୍ର ଆମ୍ଭେ ସେମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରୁ ରକ୍ଷା କରିବା, ତହିଁରେ ସେମାନେ ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟକୁ ଯିବେ, ସେମାନଙ୍କ ନିକଟରେ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟାସକଳ ପ୍ରକାଶ କରିବେ; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”


ଆଉ, ସେମାନେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବେ, ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟା ଦେଖିଲେ ଜାଣିବ ଯେ, ଆମ୍ଭେ ତହିଁ ମଧ୍ୟରେ ଯାହା ଯାହା କରିଅଛୁ, ସେହି ସବୁ ଅକାରଣରେ କରି ନାହୁଁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


ପୁଣି, ଗୋଷ୍ଠୀଗଣ ଜାଣିବେ ଯେ, ଇସ୍ରାଏଲ ବଂଶ ନିଜ ଅଧର୍ମ ସକାଶୁ ବନ୍ଦୀ ହୋଇ ଯାଇଥିଲେ, କାରଣ ସେମାନେ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ ଅପରାଧ କରିବାରୁ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇଲୁ; ତହୁଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣର ହସ୍ତରେ ସମର୍ପଣ କଲୁ, ତହିଁରେ ସେମାନେ ସମସ୍ତେ ଖଡ୍ଗ ଦ୍ୱାରା ହତ ହେଲେ।


ଆଉ, ସଦାପ୍ରଭୁ ତାହା ଘଟାଇଅଛନ୍ତି ଓ ଯେପରି କହିଥିଲେ, ସେପରି କରିଅଛନ୍ତି; ତୁମ୍ଭେମାନେ ସଦାପ୍ରଭୁଙ୍କର କଥା ନ ମାନି ତାହାଙ୍କ ବିରୁଦ୍ଧରେ ପାପ କରିଅଛ, ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଏହା ଘଟିଅଛି।”


Swiv nou:

Piblisite


Piblisite