Biblia Todo Logo
Bib sou entènèt

- Piblisite -




ଯିରିମୀୟ 23:16 - ଓଡିଆ ବାଇବେଲ

16 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ।

Gade chapit la Kopi

ପବିତ୍ର ବାଇବଲ

16 ପୁଣି ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟ‌ଦ୍‌ବକ୍ତାଗଣ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ। ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି। ସେମାନେ କେବଳ ନିଜ ହୃଦୟର ଦର୍ଶନ କଥା କହନ୍ତି। ମାତ୍ର ସେମାନେ ସଦାପ୍ରଭୁଙ୍କର ମୁଖର କଥା କହନ୍ତି ନାହିଁ।

Gade chapit la Kopi




ଯିରିମୀୟ 23:16
26 Referans Kwoze  

ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହିନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟାଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।


ସଦାପ୍ରଭୁ ଏହି କଥା କହନ୍ତି ବୋଲି ଯେଉଁମାନେ କହନ୍ତି, ସେମାନେ ଅସାର ଦର୍ଶନ ପାଇଅଛନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ିଅଛନ୍ତି,” ଆଉ, ସଦାପ୍ରଭୁ ସେମାନଙ୍କୁ ପଠାଇ ନାହାନ୍ତି; ପୁଣି, ବାକ୍ୟ ସିଦ୍ଧ ହେବ ବୋଲି ସେମାନେ ଲୋକମାନଙ୍କର ପ୍ରତ୍ୟାଶା ଜନ୍ମାଇ ଅଛନ୍ତି।


ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶ‍ରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସ୍ରକ ବାଘ !


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଯେଉଁ ମୂଢ଼ ଭବିଷ୍ୟଦ୍‍ବକ୍ତାମାନେ କିଛି ଦର୍ଶନ ପ୍ରାପ୍ତ ନ ହୋଇ ଆପଣା ଆପଣା ଆତ୍ମାର ପଶ୍ଚାଦ୍‍ଗମନ କରନ୍ତି, ସେମାନେ ସନ୍ତାପର ପାତ୍ର।”


ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି ।


ଆମ୍ଭେ ଏହି ଭବିଷ୍ୟଦ୍‍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟ ଦେଶୀୟମାନଙ୍କର ପଶ୍ଚାଦ୍‍ଗାମୀ ହେଲେ।


ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍‍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍‍ବକ୍ତା ହେବ।


ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍‍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍‍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ ?


ପୁଣି, ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଇ ଓ ସଦାପ୍ରଭୁ କହି ନ ଥିଲେ ହେଁ, ପ୍ରଭୁ, ସଦାପ୍ରଭୁ ଏହି କଥା କହିଅଛନ୍ତି ବୋଲି ସେମାନଙ୍କ ନିକଟରେ ମିଥ୍ୟା ମନ୍ତ୍ର ପାଠ କରି ଅମିଶ୍ରିତ ମସଲାରେ ସେମାନଙ୍କ କାନ୍ଥ ଲେପନ କରିଅଛନ୍ତି।”


ଏସକାଶୁ ତୁମ୍ଭେମାନେ ଅସାର ଦର୍ଶନ ଆଉ ଦେଖିବ ନାହିଁ, କିଅବା ମନ୍ତ୍ର ପଢ଼ିବ ନାହିଁ; ପୁଣି, ଆମ୍ଭେ ଆପଣା ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”


ଅର୍ଥାତ୍‍, ଯେଉଁମାନେ ଯିରୂଶାଲମ ବିଷୟରେ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରନ୍ତି ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି, ଇସ୍ରାଏଲର ସେହି ଭବିଷ୍ୟଦ୍‍ବକ୍ତାମାନେ ଆଉ ନାହାନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହିସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ।


ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖ ନିର୍ଗତ ବାକ୍ୟ ଗ୍ରହଣ କରୁ, ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକୁ ବିଳାପ କରିବାର ଶିକ୍ଷା ଦିଅ।


ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାର ପ୍ରତିମାଗଣର ପଶ୍ଚାଦ୍‍ଗମନ କରି ନିଜେ ଅସାର ହୋଇଅଛନ୍ତି ?


ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ଭୁଲାଏ, ତାହା ଶୁଣିବାରୁ ନିବୃତ୍ତ ହୁଅ।


କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;


ଏହା ଯେ ବୁଝିପାରେ, ଏପରି ଜ୍ଞାନୀ ମନୁଷ୍ୟ କିଏ ଅଛି ? ଓ ଏହା ବ୍ୟକ୍ତ କରିବା ପାଇଁ ସଦାପ୍ରଭୁଙ୍କର ମୁଖ ଯାହାକୁ ଜ୍ଞାତ କରାଇଅଛି, ଏପରି ବ୍ୟକ୍ତି କିଏ ? ଦେଶ କି ନିମନ୍ତେ ବିନଷ୍ଟ ଓ ପ୍ରାନ୍ତର ତୁଲ୍ୟ ଦଗ୍ଧ ହେଲା ଯେ, କେହି ତହିଁର ମଧ୍ୟଦେଇ ଗତାୟାତ କରେ ନାହିଁ ?


ତାହାର ନଗର-ଦ୍ୱାରସକଳ ଭୂମିରେ ମଗ୍ନ ହୋଇଅଛି; ସେ ତାହାର ଅର୍ଗଳସବୁ ନଷ୍ଟ ଓ ଖଣ୍ଡ ଖଣ୍ଡ କରିଅଛନ୍ତି; ଯେଉଁ ଗୋଷ୍ଠୀୟମାନଙ୍କର ବ୍ୟବସ୍ଥା ନାହିଁ, ସେମାନଙ୍କ ମଧ୍ୟରେ ତାହାର ରାଜା ଓ ଅଧିପତିଗଣ ଅଛନ୍ତି; ହଁ, ତାହାର ଭବିଷ୍ୟଦ୍‍ବକ୍ତାଗଣ ସଦାପ୍ରଭୁଙ୍କଠାରୁ କୌଣସି ଦର୍ଶନ ପା’ନ୍ତି ନାହିଁ।


ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”


ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍‍ବକ୍ତାମାନଙ୍କର ଚାରି ଶହ ଲୋକଙ୍କୁ ଏକତ୍ରିତ କରି ସେମାନଙ୍କୁ ପଚାରିଲେ; ଆମ୍ଭେମାନେ କ’ଣ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି ? ତହିଁରେ ସେମାନେ କହିଲେ, “ଯାଉନ୍ତୁ, କାରଣ ପରମେଶ୍ୱର ତାହା ରାଜାଙ୍କ ହସ୍ତରେ ସମର୍ପଣ କରିବେ।”


କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି,’” ସଦାପ୍ରଭୁ କହନ୍ତି, “ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।”


Swiv nou:

Piblisite


Piblisite