Biblia Todo Logo
Bib sou entènèt

- Piblisite -




ଯିରିମୀୟ 23:2 - ଓଡିଆ ବାଇବେଲ

2 ଏନିମନ୍ତେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି; “ତୁମ୍ଭେମାନେ ଆମ୍ଭର ପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରି ନାହଁ,” ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ଦୁଷ୍କର୍ମର ପ୍ରତିଫଳ ଦେବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଏନିମନ୍ତେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି; ତୁମ୍ଭେମାନେ ଆମ୍ଭର ପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ତତ୍ତ୍ଵାନୁସନ୍ଧାନ କରି ନାହଁ; ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ଦୁଷ୍କର୍ମର ପ୍ରତିଫଳ ଦେବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏନିମନ୍ତେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି; “ତୁମ୍ଭେମାନେ ଆମ୍ଭର ପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରି ନାହଁ, ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ଦୁଷ୍କର୍ମର ପ୍ରତିଫଳ ଦେବା।

Gade chapit la Kopi

ପବିତ୍ର ବାଇବଲ

2 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି, “ତୁମ୍ଭେମାନେ ଆମ୍ଭର ମେଷପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ଯତ୍ନ ନେଇ ନାହଁ। ତେଣୁ ଆମ୍ଭେ ତୁମ୍ଭମାନଙ୍କର ଦୁଷ୍କର୍ମର ଫଳ ତୁମ୍ଭମାନଙ୍କୁ ଅବଶ୍ୟ ଦେବା।” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi




ଯିରିମୀୟ 23:2
21 Referans Kwoze  

ସେମାନଙ୍କ ମଧ୍ୟରେ ସବୁଠାରୁ ଉତ୍ତମ ଲୋକ କାନକୋଳି ବୃକ୍ଷ ତୁଲ୍ୟ; ସବୁଠାରୁ ସରଳ ଲୋକ କଣ୍ଟାବାଡ଼ ଅପେକ୍ଷା ମନ୍ଦ; ତୁମ୍ଭ ପ୍ରହରୀଗଣର ଦିନ ଓ ତୁମ୍ଭର ଦଣ୍ଡ ଉପସ୍ଥିତ; ଏବେ ସେମାନଙ୍କର ବ୍ୟାକୁଳତା ଜନ୍ମିବ।


ହେ ଦାଉଦ ବଂଶ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରଭାତରେ ବିଚାର ନିଷ୍ପତ୍ତି କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର, ନୋହିଲେ ତୁମ୍ଭମାନଙ୍କ ଦୁଷ୍ଟାଚରଣ ହେତୁରୁ ଆମ୍ଭର ପ୍ରଚଣ୍ଡ କ୍ରୋଧ ଅଗ୍ନି ତୁଲ୍ୟ ବାହାରି ଦଗ୍ଧ କରିବ ଓ କେହି ତାହା ଲିଭାଇ ପାରିବ ନାହିଁ।”


ଏବେ ଯାଅ, ଆମ୍ଭେ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହିଅଛୁ, ସେହି ଦେଶକୁ ଲୋକମାନଙ୍କୁ ନେଇ ଯାଅ; ଦେଖ, ଆମ୍ଭ ଦୂତ ତୁମ୍ଭ ଆଗେ ଆଗେ ଗମନ କରିବେ; ମାତ୍ର ଆମ୍ଭେ ପ୍ରତିଫଳ ଦେବା ଦିନରେ ସେମାନଙ୍କ ପାପର ପ୍ରତିଫଳ ସେମାନଙ୍କୁ ଦେବା।”


ଆଉ, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ,’ ଏହି କଥା ଭବିଷ୍ୟଦ୍‍ବକ୍ତା, ଯାଜକ ଓ ଲୋକମାନେ କହିଲେ, ଆମ୍ଭେ ସେ ଲୋକକୁ ଓ ତାହାର ବଂଶକୁ ଶାସ୍ତି ଦେବା।”


ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ ।


ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ ନାହିଁ; ଉଲଙ୍ଗ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ ନାହିଁ; ଅସୁସ୍ଥ ଓ କାରାଗାରସ୍ଥ ଥିଲି, ମୋତେ ଦେଖିବାକୁ ଆସିଲ ନାହିଁ ।


ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍‍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା,” ଏହା ସଦାପ୍ରଭୁ କହନ୍ତି।


ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ ?


ଏନିମନ୍ତେ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା; ଯୁବାଗଣ ଖଡ୍ଗରେ ମରିବେ; ସେମାନଙ୍କର ପୁତ୍ର ଓ କନ୍ୟାଗଣ ଦୁର୍ଭିକ୍ଷରେ ମରିବେ;


ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କ’ଣ ଲଜ୍ଜିତ ହେଲେ ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, “ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।”


ସଦାପ୍ରଭୁ କହନ୍ତି, “ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ ?”


ସଦାପ୍ରଭୁ କହନ୍ତି, “ଆମ୍ଭେ କ’ଣ ଏହିସବୁର ପ୍ରତିଫଳ ଦେବା ନାହିଁ ? ଆମ୍ଭର ପ୍ରାଣ କ’ଣ ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ ?”


ଉଲଙ୍ଗ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ଅସୁସ୍ଥ ଥିଲି, ମୋତେ ଦେଖି ଆସିଲ; କାରାଗାରରେ ଥିଲି; ମୋ ନିକଟକୁ ଆସିଲ ।


କାରଣ ପାଳକଗଣ ପଶୁବତ୍‍ ହୋଇଅଛନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପଚାରି ନାହାନ୍ତି; ଏହେତୁ ସେମାନେ ଉନ୍ନତି କରି ନାହାନ୍ତି ଓ ସେମାନଙ୍କର ପଲସବୁ ଛିନ୍ନଭିନ୍ନ ହୋଇଅଛନ୍ତି।


ମାତ୍ର ଯଦି ତୁମ୍ଭେମାନେ ଏକଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।


ତୁମ୍ଭେମାନେ ଚକ୍ଷୁ ଖୋଲି ଉତ୍ତର ଦିଗରୁ ଆସନ୍ତା ଲୋକମାନଙ୍କୁ ଦେଖ; ତୁମ୍ଭକୁ ଯେଉଁ ପଲ ଦତ୍ତ ହୋଇଥିଲା, ତୁମ୍ଭର ସେହି ସୁନ୍ଦର ପଲ କାହିଁ ?


ତହିଁରେ ତୁମ୍ଭମାନଙ୍କର ଦୁଷ୍କ୍ରିୟା ସକାଶୁ ଓ ତୁମ୍ଭମାନଙ୍କର କୃତ ଘୃଣାଯୋଗ୍ୟ କର୍ମ ସକାଶୁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ; ଏହେତୁ ତୁମ୍ଭମାନଙ୍କର ଦେଶ ଆଜିର ସଦୃଶ୍ୟ ଉତ୍ସନ୍ନ ଓ ବିସ୍ମୟଜନକ, ଅଭିଶପ୍ତ ଓ ନିବାସୀବିହୀନ ହୋଇଅଛି।


ପୁଣି, କେହି ପାଳକ ନ ଥିବାରୁ ସେମାନେ ଛିନ୍ନଭିନ୍ନ ହୋଇଗଲେ ଓ କ୍ଷେତ୍ରସ୍ଥ ପଶୁଗଣର ଖାଦ୍ୟ ହୋଇ ଛିନ୍ନଭିନ୍ନ ହେଲେ।


କାରଣ ଦେଖ, ଆମ୍ଭେ ଦେଶ ମଧ୍ୟରେ ଏକ ପାଳକ ଉତ୍ପନ୍ନ କରାଇବା, ସେ ଉଚ୍ଛିନ୍ନ ଲୋକମାନଙ୍କର ତତ୍ତ୍ୱାବଧାନ କରିବ ନାହିଁ, କିଅବା, ଭଗ୍ନାଙ୍ଗମାନଙ୍କୁ ସୁସ୍ଥ କରିବ ନାହିଁ; ଅଥବା ସୁସ୍ଥମାନଙ୍କୁ ଚରାଇବ ନାହିଁ, ମାତ୍ର ସେ ହୃଷ୍ଟପୁଷ୍ଟ ମେଷଗଣର ମାଂସ ଭୋଜନ କରିବ ଓ ସେମାନଙ୍କର ଖୁରା ଖଣ୍ଡ ଖଣ୍ଡ କରି ବିଦୀର୍ଣ୍ଣ କରିବ।


ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।


ପାଳକମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହୋଇଅଛି ଓ ଆମ୍ଭେ ଅଧ୍ୟକ୍ଷଗଣକୁ ଶାସ୍ତି ଦେବା; କାରଣ ସୈନ୍ୟାଧିପତି ସଦାପ୍ରଭୁ ଆପଣା ପଲ ଯିହୁଦା-ବଂଶର ତତ୍ତ୍ୱାନୁସନ୍ଧାନ କରିଅଛନ୍ତି ଓ ସେମାନଙ୍କୁ ଆପଣାର ସୁନ୍ଦର ଯୁଦ୍ଧ-ଅଶ୍ୱ ତୁଲ୍ୟ କରିବେ।


Swiv nou:

Piblisite


Piblisite