Biblia Todo Logo
Bib sou entènèt

- Piblisite -




ଯିରିମୀୟ 23:22 - ଓଡିଆ ବାଇବେଲ

22 ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥା’ନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥା’ନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥା’ନ୍ତେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥାʼନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥାʼନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥାʼନ୍ତେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥାʼନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥାʼନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥାʼନ୍ତେ।

Gade chapit la Kopi

ପବିତ୍ର ବାଇବଲ

22 ସେମାନେ ଯଦି ଆମ୍ଭ ସ୍ୱର୍ଗୀୟ ସଭାରେ ଠିଆ ହେଇଆନ୍ତେ, ତେବେ ସେମାନେ ଆମ୍ଭର ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇ ଥା’ନ୍ତେ। ଆଉ ସେମାନେ ସେମାନଙ୍କୁ କୁପଥରୁ ଓ କୁକର୍ମରୁ ନିବୃତ୍ତ କରାଇଥାଆନ୍ତେ।”

Gade chapit la Kopi




ଯିରିମୀୟ 23:22
18 Referans Kwoze  

ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍‍ବକ୍ତାମାନେ ଉଚ୍ଚୈଃସ୍ୱରରେ କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର। ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ,’” ଏହା ସଦାପ୍ରଭୁ କହନ୍ତି।


ମୁଁ କହିଅଛି, ‘ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଆଚରଣର ଦୁଷ୍ଟତାରୁ ଫେର,’ ତହିଁରେ ସଦାପ୍ରଭୁ ପୁରାତନ କାଳରୁ ସଦାକାଳ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁ ମଧ୍ୟରେ ତୁମ୍ଭେମାନେ ବାସ କରିବ;


ମାତ୍ର ସଦାପ୍ରଭୁଙ୍କର ବାକ୍ୟ ପ୍ରତ୍ୟକ୍ଷରେ ଶୁଣିବା ପାଇଁ କିଏ ତାହାଙ୍କ ଆଗରେ ଠିଆ ହୋଇ ଅଛି ? କିଏ ଆମ୍ଭର ବାକ୍ୟ ମନ ଦେଇ ଶୁଣିଅଛି ?”


ମୁଁ ଈଶ୍ୱରଙ୍କ ସଙ୍କଳ୍ପ ତୁମ୍ଭମାନଙ୍କୁ ଜଣାଇବାକୁ ପଛେଇ ଯାଇ ନ ଥିଲି ।


ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷର୍ଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ୱାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି, ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;


ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।


ଅତଏବ ଆସ ଆମ୍ଭେମାନେ ଅଣଯିହୂଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା ।


ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ।


ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ।


ଏଥିପାଇଁ ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକକୁ ତାହାର ଆଚାର ବ୍ୟବହାରାନୁସାରେ ବିଚାର କରିବା,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। “ତୁମ୍ଭେମାନେ ଫେର, ଆପଣାମାନଙ୍କର ସମସ୍ତ ଅପରାଧରୁ ବିମୁଖ ହୁଅ; ତହିଁରେ ଅଧର୍ମ ତୁମ୍ଭମାନଙ୍କର ବିନାଶଜନକ ନୋହିବ।


ହୋଇପାରେ, ଆମ୍ଭେ ଯିହୁଦା ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଂକଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା।”


ଏହା ଯେ ବୁଝିପାରେ, ଏପରି ଜ୍ଞାନୀ ମନୁଷ୍ୟ କିଏ ଅଛି ? ଓ ଏହା ବ୍ୟକ୍ତ କରିବା ପାଇଁ ସଦାପ୍ରଭୁଙ୍କର ମୁଖ ଯାହାକୁ ଜ୍ଞାତ କରାଇଅଛି, ଏପରି ବ୍ୟକ୍ତି କିଏ ? ଦେଶ କି ନିମନ୍ତେ ବିନଷ୍ଟ ଓ ପ୍ରାନ୍ତର ତୁଲ୍ୟ ଦଗ୍ଧ ହେଲା ଯେ, କେହି ତହିଁର ମଧ୍ୟଦେଇ ଗତାୟାତ କରେ ନାହିଁ ?


ଯିରୂଶାଲମର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”


ତୁମ୍ଭେମାନେ ପ୍ରାଚୀରର ଭଗ୍ନସ୍ଥାନର ଉପରକୁ ଯାଇ ନାହଁ, କିଅବା ସଦାପ୍ରଭୁଙ୍କ ଦିନରେ ସଂଗ୍ରାମରେ ଠିଆ ହେବା ନିମନ୍ତେ ଇସ୍ରାଏଲ ବଂଶ ପାଇଁ ବେଢ଼ା ଦୃଢ଼ କରି ନାହଁ।


ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।


ତାହାର ମୁଖରେ ସତ୍ୟର ବ୍ୟବସ୍ଥା ଥିଲା, ତାହାର ଓଷ୍ଠାଧରରେ ଅନ୍ୟାୟ ଦେଖା ଗଲା ନାହିଁ; ସେ ଶାନ୍ତିରେ ଓ ସରଳତାରେ ଆମ୍ଭ ସଙ୍ଗେ ଗମନାଗମନ କଲା ଓ ଅନେକଙ୍କୁ ଅଧର୍ମରୁ ଫେରାଇଲା।


Swiv nou:

Piblisite


Piblisite