Biblia Todo Logo
Bib sou entènèt

- Piblisite -




ଯିରିମୀୟ 23:29 - ଓଡିଆ ବାଇବେଲ

29 ସଦାପ୍ରଭୁ କହନ୍ତି, “ଆମ୍ଭର ବାକ୍ୟ କି ଅଗ୍ନି ସ୍ୱରୂପ ନୁହେଁ ? ଓ ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ୟ ନୁହେଁ ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ସଦାପ୍ରଭୁ କହନ୍ତି, ଆମ୍ଭର ବାକ୍ୟ କି ଅଗ୍ନି ସ୍ଵରୂପ ନୁହେଁ? ଓ ପାଷାଣ ଖଣ୍ତବିଖଣ୍ତକାରୀ ହାତୁଡ଼ି ତୁଲ୍ୟ ନୁହେଁ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ସଦାପ୍ରଭୁ କହନ୍ତି, ଆମ୍ଭର ବାକ୍ୟ କି ଅଗ୍ନି ସ୍ୱରୂପ ନୁହେଁ? ଓ ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ୟ ନୁହେଁ?

Gade chapit la Kopi

ପବିତ୍ର ବାଇବଲ

29 ସଦାପ୍ରଭୁ କହନ୍ତି, “ଆମ୍ଭର ବାକ୍ୟ ଅଗ୍ନି ତୁଲ୍ୟ। ପୁଣି ତାହା ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ୟ।”

Gade chapit la Kopi




ଯିରିମୀୟ 23:29
11 Referans Kwoze  

କାରଣ ଈଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ ।


ତୁମ୍ଭେମାନେ ଏହି କଥା କହିବା ହେତୁରୁ ସୈନ୍ୟାଧିପତି ପରମେଶ୍ୱର, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ମୁଖସ୍ଥିତ ଆମ୍ଭର ବାକ୍ୟକୁ ଅଗ୍ନି ତୁଲ୍ୟ ଓ ଏହି ଲୋକମାନଙ୍କୁ କାଷ୍ଠ ତୁଲ୍ୟ କରିବା, ତାହା ଏମାନଙ୍କୁ ଗ୍ରାସ କରିବ।”


ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା ?


ଯଦି ପୁଣି, ମୁଁ ତାହାଙ୍କ ବିଷୟ କହିବି ନାହିଁ, କିଅବା ତାହାଙ୍କ ନାମରେ ଆଉ କଥା କହିବି ନାହିଁ, ଯଦି ମୁଁ ଏହା କହେ, ତେବେ ମୋର ଅସ୍ଥି ମଧ୍ୟରେ ରୁଦ୍ଧ ଦାହକାରୀ ଅଗ୍ନି ମୋ’ ହୃଦୟରେ ଥିଲା ପରି ହୁଏ, ଆଉ ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇ ନୀରବ ହୋଇ ନ ପାରେ।


କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କ ଶତ୍ରୁମାନଙ୍କୁ ଗ୍ରାସ କରେ; କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରିବ, ତାହାକୁ ଏହିପରି ଭାବେ ହତ ହେବାକୁ ହେବ ।


ଆତ୍ମା ଜୀବନଦାୟକ; ମାଂସ କୌଣସି ଉପକାର କରେ ନାହିଁ; ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହିଅଛି, ସେହି ସବୁ ଆତ୍ମା ଓ ଜୀବନ ଅଟେ ।


ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଉହ୍ଲାଇ ଆସିଲା ।


ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ,ଭାଇମାନେ, ଆମ୍ଭେମାନେ କ'ଣ କରିବା ?


ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ ?


ଏଥିପାଇଁ ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖ ନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।


Swiv nou:

Piblisite


Piblisite