Biblia Todo Logo
Bib sou entènèt

- Piblisite -




ଯିରିମୀୟ 25:1 - ଓଡିଆ ବାଇବେଲ

1 ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ପ୍ରଥମ ବର୍ଷ ଥିଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍ନିତ୍ସରର ଅଧିକାରର ପ୍ରଥମ ବର୍ଷ ଥିଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ପ୍ରଥମ ବର୍ଷ ଥିଲା;

Gade chapit la Kopi

ପବିତ୍ର ବାଇବଲ

1 ବାବିଲର ରାଜା ନବୂଖ‌ଦ୍‌ନିତ୍ସରର ଅଧିକାରର ପ୍ରଥମ ବର୍ଷରେ ଓ ଯୋଶିୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ଅଧିକାରର ଚତୁର୍ଥ ବର୍ଷରେ, ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମିୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା।

Gade chapit la Kopi




ଯିରିମୀୟ 25:1
13 Referans Kwoze  

ଏଥିଉତ୍ତାରେ ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,


ଯିହୁଦାର ରାଜା ଯିହୋୟାକୀମ୍‍ର ଶାସନ କାଳର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍‍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା।


ମିସର ବିଷୟ। “ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍‍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍‍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା।


ଆହୁରି, ମିସରର ରାଜା ତାଙ୍କର ଭ୍ରାତା ଇଲିୟାକୀମ୍‍ଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍‍ ରଖିଲା, ପୁଣି ନଖୋ ତାଙ୍କର ଭ୍ରାତା ଯିହୋୟାହସ୍‍ଙ୍କୁ ଧରି ମିସରକୁ ନେଇଗଲା।


ତାଙ୍କ ବିରୁଦ୍ଧରେ ବାବିଲର ରାଜା ନବୂଖଦ୍‍ନିତ୍ସର ଆସି ବାବିଲକୁ ନେଇ ଯିବା ନିମନ୍ତେ ତାଙ୍କୁ ଶିକୁଳିରେ ବାନ୍ଧିଲା।


ମଧ୍ୟ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ସମୟରେ, ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟଙ୍କର ରାଜତ୍ୱର ଏକାଦଶ ବର୍ଷ ସମାପ୍ତି ପର୍ଯ୍ୟନ୍ତ ପଞ୍ଚମ ମାସରେ ଯିରୂଶାଲମ ନିର୍ବାସିତ ହେବା ପର୍ଯ୍ୟନ୍ତ ସେହି ବାକ୍ୟ ଉପସ୍ଥିତ ହେଲା।


ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଦଶମ ବର୍ଷରେ, ଅର୍ଥାତ୍‍, ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଅଷ୍ଟାଦଶ ବର୍ଷରେ ସଦାପ୍ରଭୁଙ୍କଠାରୁ ଯେଉଁ ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।


ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ତାହାକୁ ଏହି କଥା କହିଲେ,


ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମ୍‍କୁ ଓ ପରମେଶ୍ୱରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶରେ ଥିବା ଆପଣା ଦେବ ମନ୍ଦିରକୁ ସେହିସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ଡାର ଗୃହରେ ରଖିଲା।


ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,


ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ଅଧିକାର ସମୟରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା,


ଏଥିଉତ୍ତାରେ ନବୂଖଦ୍‍ନିତ୍ସରର ଶାସନ କାଳର ଦ୍ୱିତୀୟ ବର୍ଷରେ, ନବୂଖଦ୍‍ନିତ୍ସର ସ୍ୱପ୍ନ ଦେଖିଲା; ତହିଁରେ ତାହାର ଆତ୍ମା ଉଦ୍‍ବିଗ୍ନ ହେଲା ଓ ତାହାର ନିଦ୍ରା ଭଗ୍ନ ହେଲା।


Swiv nou:

Piblisite


Piblisite