Biblia Todo Logo
Bib sou entènèt

- Piblisite -




ଯିରିମୀୟ 25:35 - ଓଡିଆ ବାଇବେଲ

35 ପୁଣି, ମେଷପାଳକମାନେ ପଳାଇବାର ବାଟ ପାଇବେ ନାହିଁ ଓ ପଲର ଅଗ୍ରଗଣ୍ୟମାନେ ରକ୍ଷା ପାଇବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ପୁଣି, ମେଷପାଳକମାନେ ପଳାଇବାର ବାଟ ପାଇବେ ନାହିଁ ଓ ପଲର ଅଗ୍ରଗଣ୍ୟମାନେ ରକ୍ଷା ପାଇବେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ପୁଣି, ମେଷପାଳକମାନେ ପଳାଇବାର ବାଟ ପାଇବେ ନାହିଁ ଓ ପଲର ଅଗ୍ରଗଣ୍ୟମାନେ ରକ୍ଷା ପାଇବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

35 ପୁଣି ମେଷପାଳକଗଣ ପଳାୟନ କରି ଲୁଚି ପାରିବେ ନାହିଁ। ସେମାନଙ୍କର ଅଧିପତିଗଣ ରକ୍ଷା ପାଇବେ ନାହିଁ।

Gade chapit la Kopi




ଯିରିମୀୟ 25:35
21 Referans Kwoze  

ମାତ୍ର ଦୁଷ୍ଟମାନଙ୍କର ଚକ୍ଷୁ ନିସ୍ତେଜ ହେବ ଓ ସେମାନଙ୍କର ପଳାଇବାର ବାଟ ରହିବ ନାହିଁ, ଆଉ ସେମାନଙ୍କର ଭରସା ପ୍ରାଣତ୍ୟାଗରେ ପରିଣତ ହେବ।”


ତହିଁରେ ଦ୍ରୁତଗାମୀର ପଳାୟନ ଉପାୟ ନଷ୍ଟ ହେବ ଓ ବଳବାନ ଆପଣା ବଳ ଦୃଢ଼ କରିବ ନାହିଁ, ଅଥବା ବୀର ଆପଣାକୁ ରକ୍ଷା କରିବ ନାହିଁ;


ସେହି ରାତ୍ରିରେ କଲ୍‍ଦୀୟମାନଙ୍କର ରାଜା ବେଲ୍‍ଶତ୍ସର ବଧ କରାଗଲା।


କାରଣ, ସେ ନିୟମ ଭଗ୍ନ କରି ଶପଥ ତୁଚ୍ଛ କରିଅଛି ଓ ଦେଖ, ସେ ଆପଣା ହସ୍ତ ଦେଲେ ହେଁ ଏହିସବୁ କାର୍ଯ୍ୟ କରିଅଛି; ସେ ରକ୍ଷା ପାଇବ ନାହିଁ।


ମାତ୍ର ସେ ଅଶ୍ୱଗଣ ଓ ଅନେକ ଲୋକ ପାଇବା ନିମନ୍ତେ ମିସରକୁ ଆପଣା ଦୂତଗଣ ପଠାଇ ବାବିଲ ରାଜାର ବିଦ୍ରୋହୀ ହେଲା। ସେ କି କୃତକାର୍ଯ୍ୟ ହେବ ? ଯେ ଏପରି କାର୍ଯ୍ୟ କରେ, ସେ କି ରକ୍ଷା ପାଇବ ? ସେ ନିୟମ ଲଙ୍ଘନ କରି କି ରକ୍ଷା ପାଇବ ?


ଯେ ତ୍ରାସରୁ ପଳାଏ, ସେ ଖାତରେ ପଡ଼ିବ ଓ ଯେ ଖାତରୁ ଉଠି ରକ୍ଷା ପାଏ, ସେ ଫାନ୍ଦରେ ଧରା ପଡ଼ିବ;” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର ଉପରେ, ହଁ, ମୋୟାବର ଉପରେ ପ୍ରତିଫଳ ଦାନର ବର୍ଷ ଆଣିବା।”


ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ଓ ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍‍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଓ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ।”


ମାତ୍ର ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ ନାହିଁ, ତେବେ ଏହି ନଗର କଲ୍‍ଦୀୟମାନଙ୍କ ହସ୍ତରେ ସମର୍ପିତ ହେବ ଓ ସେମାନେ ଅଗ୍ନିରେ ତାହା ଦଗ୍ଧ କରିବେ, ଆଉ ତୁମ୍ଭେ ସେମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ।’”


ପୁଣି, ତୁମ୍ଭେ ତାହା ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ଧରାଯିବ ଓ ତାହା ହସ୍ତରେ ସମର୍ପିତ ହେବ; ପୁଣି, ତୁମ୍ଭର ଚକ୍ଷୁ ବାବିଲ ରାଜାର ଚକ୍ଷୁକୁ ଦେଖିବ ଓ ସେ ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭ ସଙ୍ଗେ କଥା କହିବ ଓ ତୁମ୍ଭେ ବାବିଲକୁ ଯିବ।’


ଆଉ, ଯିହୁଦାର ରାଜା ସିଦିକୀୟ କଲ୍‍ଦୀୟମାନଙ୍କ ହସ୍ତରୁ ରକ୍ଷା ପାଇବ ନାହିଁ, ମାତ୍ର ନିଶ୍ଚୟ ବାବିଲର ରାଜାର ହସ୍ତରେ ସମର୍ପିତ ହେବ ଓ ସମ୍ମୁଖାସମ୍ମୁଖୀ ହୋଇ ତାହା ସହିତ କଥା କହିବ ଓ ସ୍ୱଚକ୍ଷୁରେ ତାହାର ଚକ୍ଷୁ ଦେଖିବ;


ମୋ’ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋ’ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା, ସେମାନେ ତହିଁରୁ ରକ୍ଷା ପାଇ ପାରିବେ ନାହିଁ; ପୁଣି, ସେମାନେ ଆମ୍ଭ ନିକଟରେ ଆର୍ତ୍ତସ୍ୱର କରିବେ, ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।


ମେଷପାଳକମାନଙ୍କର କ୍ରନ୍ଦନର ଶବ୍ଦ ଓ ମେଷର ଅଗ୍ରଗଣ୍ୟମାନଙ୍କର ହାହାକାର ଶବ୍ଦ ଶୁଣାଯାଏ। କାରଣ ସଦାପ୍ରଭୁ ସେମାନଙ୍କର ଚରାସ୍ଥାନ ଉଜାଡ଼ କରୁଅଛନ୍ତି।


ତହିଁ ଉତ୍ତାରେ ସିଦିକୀୟ ରାଜା ଲୋକ ପଠାଇ ତାଙ୍କୁ ଅଣାଇଲା; ଆଉ, ରାଜା ଆପଣା ଗୃହରେ ତାଙ୍କୁ ଗୋପନରେ ପଚାରିଲା, “ସଦାପ୍ରଭୁଙ୍କ ନିକଟରୁ କୌଣସି ବାକ୍ୟ ଆସିଅଛି କି ?” ତହିଁରେ ଯିରିମୀୟ କହିଲେ, “ଆସିଅଛି।” ସେ ଆହୁରି କହିଲେ, “ଆପଣ ବାବିଲର ରାଜାର ହସ୍ତରେ ସମର୍ପିତ ହେବେ।”


Swiv nou:

Piblisite


Piblisite