Biblia Todo Logo
Bib sou entènèt

- Piblisite -




ଯିରିମୀୟ 25:36 - ଓଡିଆ ବାଇବେଲ

36 ମେଷପାଳକମାନଙ୍କର କ୍ରନ୍ଦନର ଶବ୍ଦ ଓ ମେଷର ଅଗ୍ରଗଣ୍ୟମାନଙ୍କର ହାହାକାର ଶବ୍ଦ ଶୁଣାଯାଏ। କାରଣ ସଦାପ୍ରଭୁ ସେମାନଙ୍କର ଚରାସ୍ଥାନ ଉଜାଡ଼ କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ମେଷପାଳକମାନଙ୍କର କ୍ରନ୍ଦନର ଶଦ୍ଦ ଓ ମେଷର ଅଗ୍ରଗଣ୍ୟମାନଙ୍କର ହାହାକାର ଶଦ୍ଦ ଶୁଣାଯାଏ। କାରଣ ସଦାପ୍ରଭୁ ସେମାନଙ୍କର ଚରାସ୍ଥାନ ଉଜାଡ଼ କରୁଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ମେଷପାଳକମାନଙ୍କର କ୍ରନ୍ଦନର ଶବ୍ଦ ଓ ମେଷର ଅଗ୍ରଗଣ୍ୟମାନଙ୍କର ହାହାକାର ଶବ୍ଦ ଶୁଣାଯାଏ। କାରଣ ସଦାପ୍ରଭୁ ସେମାନଙ୍କର ଚରାସ୍ଥାନ ଉଜାଡ଼ କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

36 ମୁଁ ମେଷପାଳକମାନଙ୍କର ଚିତ୍କାର ଓ ମେଷପଲର ଅଧିପତିମାନଙ୍କର ସ୍ୱର ଶୁଣିଅଛି। କାରଣ ସଦାପ୍ରଭୁ ସେମାନଙ୍କର ବାସସ୍ଥାନ ଉଜାଡ଼ କରିଅଛନ୍ତି।

Gade chapit la Kopi




ଯିରିମୀୟ 25:36
6 Referans Kwoze  

ଏଥିସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ।


ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ହେ ମେଷଗଣର ଅଗ୍ରଗଣ୍ୟମାନେ, ତୁମ୍ଭେମାନେ ଭସ୍ମରେ ଗଡ଼; କାରଣ ତୁମ୍ଭମାନଙ୍କର ହତ୍ୟା ସମୟ ସମ୍ପୂର୍ଣ୍ଣ ରୂପେ ଉପସ୍ଥିତ ହେଲା, ଆଉ ଆମ୍ଭେ ତୁମ୍ଭମାନଙ୍କୁ ଖଣ୍ଡ ଖଣ୍ଡ କରି ଭାଙ୍ଗିବା ଓ ତୁମ୍ଭେମାନେ ମନୋହର ପାତ୍ର ତୁଲ୍ୟ ପଡ଼ିଯିବ।


ତୁମ୍ଭେ ଯେଉଁ ସମୟରେ ହଠାତ୍‍ ସେମାନଙ୍କ ବିରୁଦ୍ଧରେ ସୈନ୍ୟଦଳ ଆଣିବ, ସେହି ସମୟରେ ସେମାନଙ୍କର ସକଳ ଗୃହରୁ କ୍ରନ୍ଦନର ସ୍ୱର ଶୁଣାଯାଉ; କାରଣ ସେମାନେ ମୋତେ ଧରିବା ପାଇଁ ଗର୍ତ୍ତ ଖୋଳିଅଛନ୍ତି ଓ ମୋ’ ଚରଣ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି।


ପୁଣି, ମେଷପାଳକମାନେ ପଳାଇବାର ବାଟ ପାଇବେ ନାହିଁ ଓ ପଲର ଅଗ୍ରଗଣ୍ୟମାନେ ରକ୍ଷା ପାଇବେ ନାହିଁ।


ଆଉ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଶାନ୍ତିଯୁକ୍ତ ଖୁଆଡ଼ସବୁ ନିଃଶବ୍ଦ ହେଉଅଛି।


ମେଷପାଳକଗଣର ହାହାକାର ରବ ! କାରଣ ସେମାନଙ୍କର ଗୌରବ ନଷ୍ଟ ହେଲା। ଯୁବା ସିଂହଗଣର ଗର୍ଜ୍ଜନ ରବ ! କାରଣ ଯର୍ଦ୍ଦନର ଦର୍ପସ୍ଥାନ ନଷ୍ଟ ହେଲା।


Swiv nou:

Piblisite


Piblisite