Biblia Todo Logo
Bib sou entènèt

- Piblisite -




ଯିରିମୀୟ 26:15 - ଓଡିଆ ବାଇବେଲ

15 କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ ଓ ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”

Gade chapit la Kopi

ପବିତ୍ର ବାଇବଲ

15 ତୁମ୍ଭେମାନେ ଯଦି ମୋତେ ବଧ କରିବ, ତେବେ ଏହା ନିଶ୍ଚିତ ରୂପେ ଜାଣ ଯେ ତୁମ୍ଭମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ଲାଗିବ। କାରଣ ଏହିସବୁ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”

Gade chapit la Kopi




ଯିରିମୀୟ 26:15
21 Referans Kwoze  

ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ-ଜିହ୍ୱା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ;


ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ।


ଯେଣୁ ସେମାନେ ସାଧୁମାନଙ୍କର ଓ ଭାବବାଦୀମାନଙ୍କର ରକ୍ତପାତ କରିଥିଲେ, ଆଉ ତୁମ୍ଭେ ସେମାନଙ୍କୁ ପାନ କରିବା ନିମନ୍ତେ ରକ୍ତ ଦେଇଅଛ, ସେମାନେ ସେଥିରେ ଯୋଗ୍ୟ ।


ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ । ସେ ଏହା କହି ମହାନିଦ୍ରା (ମୃତ୍ୟୁ) ପ୍ରାପ୍ତ ହେଲେ ।


ଏଥିରେ ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ଉତ୍ତର ଦେଲା, ହେ ଗୁରୁ, ସେ କ'ଣ ମୁଁ ? ସେ ତାହାକୁ କହିଲେ, ତୁମ୍ଭେ କହିଅଛ ।


ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ।


ଯଦି ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍‍ଗାମୀ ନ ହୁଅ;


ଆଉ ଯୀଶୁଙ୍କୁ ଛଳରେ ଧରି ବଧ କରିବା ନିମନ୍ତେ ମନ୍ତ୍ରଣା କଲେ;


ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ।


ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ।


ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଗ୍ରାସ କରିଅଛି।


ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା, ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ହେଲେ ନାହିଁ।


ନୋହିଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାରାର୍ଥେ ଦିଅନ୍ତି, ତହିଁ ମଧ୍ୟରେ ନିର୍ଦ୍ଦୋଷର ରକ୍ତପାତ ହେବ, ତହୁଁ ତୁମ୍ଭ ଉପରେ ରକ୍ତପାତର ଅପରାଧ ବର୍ତ୍ତିବ।


ସେତେବେଳେ ରୁବେନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ସେହି ବାଳକ ବିଷୟରେ ପାପ କର ନାହିଁ, ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ପରିଶୋଧ ନିଆ ଯାଉଅଛି।”


ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।


ଛଅଗୋଟି ବିଷୟକୁ ସଦାପ୍ରଭୁ ଘୃଣା କରନ୍ତି; ସପ୍ତବସ୍ତୁ ମଧ୍ୟ ତାହାଙ୍କର ଘୃଣାଯୋଗ୍ୟ।


ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍‍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ।


ଏହିରୂପେ, ତାହାର ପିତା ଯିହୋୟାଦା ଯୋୟାଶ୍‍ ରାଜାଙ୍କ ପ୍ରତି ଯେଉଁ ଦୟା ପ୍ରକାଶ କରିଥିଲା, ତାହା ସ୍ମରଣ ନ କରି ସେ ତାହାର ପୁତ୍ରକୁ ବଧ କଲେ। ପୁଣି, ସେ ମରଣ କାଳରେ କହିଲା, ସଦାପ୍ରଭୁ ଏଥି ପ୍ରତି ଦୃଷ୍ଟିପାତ କରନ୍ତୁ ଓ ତହିଁର ପରିଶୋଧ ନେଉନ୍ତୁ।


ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,


Swiv nou:

Piblisite


Piblisite