Biblia Todo Logo
Bib sou entènèt

- Piblisite -




ଯିରିମୀୟ 26:18 - ଓଡିଆ ବାଇବେଲ

18 “ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 “ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’

Gade chapit la Kopi

ପବିତ୍ର ବାଇବଲ

18 “ଯିହୁଦାର ରାଜା ହିଜକିୟଙ୍କ ସମୟରେ ମୋରେଷ୍ଟୀୟର ମୀଖା ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲା, ଆଉ ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସିୟୋନ କ୍ଷେତ୍ର ତୁଲ୍ୟ ଗ୍ଭଷ କରାଯିବ ଓ ଯିରୁଶାଲମ ଢିପ ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’

Gade chapit la Kopi




ଯିରିମୀୟ 26:18
13 Referans Kwoze  

ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ସିୟୋନକୁ ଫେରି ଆସିଅଛୁ ଓ ଯିରୂଶାଲମ ମଧ୍ୟରେ ବାସ କରିବା; ଆଉ, ଯିରୂଶାଲମ ସତ୍ୟନଗରୀ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କର ପର୍ବତ ପବିତ୍ର ରୂପେ ବିଖ୍ୟାତ ହେବ।”


ଯିହୁଦା ଦେଶୀୟ ଯୋଥମ୍‍, ଆହସ୍‌ ଓ ହିଜକୀୟ ରାଜାମାନଙ୍କର ଅଧିକାର ସମୟରେ, ମୋରେଷ୍ଟୀୟ ମୀଖାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ସେ ଶମରୀୟା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।


ଆଉ, ସେ ଆପଣା ଭ୍ରାତୃଗଣ ଓ ଶମରୀୟା ସୈନ୍ୟଦଳ ସାକ୍ଷାତରେ ଏହି କଥା କହିଲା, “ଏହି ଦୁର୍ବଳ ଯିହୁଦୀୟମାନେ କଅଣ କରୁଅଛନ୍ତି ? ସେମାନେ କ’ଣ ଗଡ଼ବନ୍ଦି କରି ରହିବେ ? ସେମାନେ କ’ଣ ବଳିଦାନ କରିବେ ? ସେମାନେ କ’ଣ ଦିନକରେ ସମାପ୍ତ କରିବେ ? ସେମାନେ କ’ଣ କାନ୍ଥଡ଼ାର ଢିପିରୁ ଦଗ୍ଧ ପ୍ରସ୍ତର କାଢ଼ି ସଜୀବ କରିବେ ?”


ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।


ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ସବୁ ଧନଭଣ୍ଡାର ଓ ଉଚ୍ଚସ୍ଥଳୀସକଳ ଲୁଟିତ ହେବା ପାଇଁ ଦେବା।


ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।


ହେ ପରମେଶ୍ୱର, ଅନ୍ୟ ଦେଶୀୟମାନେ ତୁମ୍ଭ ଅଧିକାରରେ ପ୍ରବେଶ କରିଅଛନ୍ତି; ସେମାନେ ତୁମ୍ଭର ପବିତ୍ର ମନ୍ଦିର ଅଶୁଚି କରିଅଛନ୍ତି; ସେମାନେ ଯିରୂଶାଲମକୁ କାନ୍ଥଡ଼ାର ଢିପି କରିଅଛନ୍ତି।


ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍‍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ।


ଏହା କ’ଣ ତୁମ୍ଭେ ଶୁଣି ନାହଁ, କିପରି ଆମ୍ଭେ ଦୀର୍ଘକାଳରୁ ଏହା ନିରୂପଣ କରିଅଛୁ, ଓ ପୂର୍ବକାଳରୁ ଏହା ସ୍ଥିର କରିଅଛୁ ? ଏହା ଏବେ ଆମ୍ଭେ ସଫଳ କରିଅଛୁ। ତୁମ୍ଭେ ଯେ ପ୍ରାଚୀରବେଷ୍ଟିତ ନଗରମାନ ବିନାଶ କରି, ସେସବୁକୁ ଢିପି କରିବ।


ତଥାପି ଆପଣା ଅନ୍ତଃକରଣର ଗର୍ବ ସକାଶୁ ହିଜକୀୟ ଓ ଯିରୂଶାଲମ ନିବାସୀମାନେ ଆପଣାମାନଙ୍କୁ ନମ୍ର କଲେ, ତେଣୁ ହିଜକୀୟଙ୍କର ସମୟରେ ସେମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା ନାହିଁ।


ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।


Swiv nou:

Piblisite


Piblisite