ଯିରିମୀୟ 26:5 - ଓଡିଆ ବାଇବେଲ5 ଆମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ଆମ୍ଭେ ଅତି ପ୍ରଭାତରେ ଉଠି ତୁମ୍ଭମାନଙ୍କ ନିକଟକୁ ପଠାଇ ଆସିଅଛୁ, ମାତ୍ର ତୁମ୍ଭେମାନେ ମନୋଯୋଗ କରି ନାହଁ, ସେମାନଙ୍କ ବାକ୍ୟରେ ଯଦି ତୁମ୍ଭେମାନେ ମନୋଯୋଗ ନ କରିବ; Gade chapit laପବିତ୍ର ବାଇବଲ (Re-edited) - (BSI)5 ଆମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣକୁ ଆମ୍ଭେ ଅତି ପ୍ରଭାତରେ ଉଠି ତୁମ୍ଭମାନଙ୍କ ନିକଟକୁ ପଠାଇ ଆସିଅଛୁ, ମାତ୍ର ତୁମ୍ଭେମାନେ ମନୋଯୋଗ କରି ନାହଁ, ସେମାନଙ୍କ ବାକ୍ୟରେ ଯେବେ ତୁମ୍ଭେମାନେ ମନୋଯୋଗ ନ କରିବ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ଆମ୍ଭେ ଅତି ପ୍ରଭାତରେ ଉଠି ତୁମ୍ଭମାନଙ୍କ ନିକଟକୁ ପଠାଇ ଆସିଅଛୁ, ମାତ୍ର ତୁମ୍ଭେମାନେ ମନୋଯୋଗ କରି ନାହଁ, ସେମାନଙ୍କ ବାକ୍ୟରେ ଯଦି ତୁମ୍ଭେମାନେ ମନୋଯୋଗ ନ କରିବ; Gade chapit laପବିତ୍ର ବାଇବଲ5 ଆମ୍ଭେ ଆମ୍ଭର ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ବାରମ୍ବାର ପଠାଇ ଆସିଛୁ। ମାତ୍ର ତୁମ୍ଭେମାନେ ସେମାନଙ୍କ କଥା ପ୍ରତି ଅବଧାନ କରି ନାହଁ। Gade chapit la |
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”
ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।”
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ସୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
ଏହେତୁ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ଯିହୁଦାର ଓ ଯିରୂଶାଲମ ନିବାସୀ ସମସ୍ତଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛୁ, ତାହା ସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ସେମାନଙ୍କୁ କଥା କହିଅଛୁ, ମାତ୍ର ସେମାନେ ଶୁଣି ନାହାନ୍ତି ଓ ଆମ୍ଭେ ସେମାନଙ୍କୁ ଡାକିଅଛୁ, ମାତ୍ର ସେମାନେ ଉତ୍ତର ଦେଇ ନାହାନ୍ତି।”