Biblia Todo Logo
Bib sou entènèt

- Piblisite -




ଯିରିମୀୟ 27:13 - ଓଡିଆ ବାଇବେଲ

13 ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଦାସ୍ୟକର୍ମ କରିବେ ନାହିଁ, ସେମାନଙ୍କ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ତୁମ୍ଭେମାନେ, ଅର୍ଥାତ୍‍, ତୁମ୍ଭେ ଓ ତୁମ୍ଭର ଲୋକମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା କାହିଁକି ମରିବ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଦାସ୍ୟକର୍ମ କରିବେ ନାହିଁ, ସେମାନଙ୍କ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ତୁମ୍ଭେମାନେ, ଅର୍ଥାତ୍, ତୁମ୍ଭେ ଓ ତୁମ୍ଭର ଲୋକମାନେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ଵାରା କାହିଁକି ମରିବ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଦାସ୍ୟକର୍ମ କରିବେ ନାହିଁ, ସେମାନଙ୍କ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ତୁମ୍ଭେମାନେ, ଅର୍ଥାତ୍‍, ତୁମ୍ଭେ ଓ ତୁମ୍ଭର ଲୋକମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା କାହିଁକି ମରିବ?

Gade chapit la Kopi

ପବିତ୍ର ବାଇବଲ

13 ପୁଣି ସଦାପ୍ରଭୁ କହନ୍ତି, କାହିଁକି ତୁମ୍ଭେ ଓ ତୁମ୍ଭର ଲୋକମାନେ ଯୁଦ୍ଧରେ, ଦୁର୍ଭିକ୍ଷରେ ଓ ମହାମାରୀରେ ମରିବ? ସଦାପ୍ରଭୁ କହିଲେ, ଯେଉଁମାନେ ବାବିଲୋନ ରାଜାଙ୍କର ସେବା କରନ୍ତି ନାହିଁ, ସେମାନଙ୍କ ପାଇଁ ଏହା ଘଟିବ।

Gade chapit la Kopi




ଯିରିମୀୟ 27:13
11 Referans Kwoze  

ତୁମ୍ଭେମାନେ ଆପଣାମାନଙ୍କର କୃତ ସମସ୍ତ ଅପରାଧ ଆପଣାମାନଙ୍କଠାରୁ ଦୂର କରି ଦିଅ ଓ ଆପଣାମାନଙ୍କ ପାଇଁ ନୂତନ ଅନ୍ତଃକରଣ ଓ ନୂତନ ଆତ୍ମା ପ୍ରସ୍ତୁତ କର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?”


ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ୱାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।’


ମାତ୍ର ଯେ ମୋ’ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁୁକୁ ଭଲ ପାଆନ୍ତି।


ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ ?


ମାତ୍ର ଧାର୍ମିକ ଲୋକ ଯଦି ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ଦୁଷ୍ଟ ଲୋକର କୃତ ସକଳ ଘୃଣାଯୋଗ୍ୟ କ୍ରିୟାନୁଯାୟୀ ଆଚରଣ କରେ, ତେବେ ସେ କି ବଞ୍ଚିବ ? ତାହାର କୃତ କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ; ସେ ଯେଉଁ ସତ୍ୟ-ଲଙ୍ଘନ କରିଅଛି, ସେହି ସତ୍ୟ-ଲଙ୍ଘନରେ ଓ ସେ ଯେଉଁ ପାପ କରିଅଛି, ତାହାର ସେହି ପାପରେ ସେ ମରିବ।


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ ?


ମାତ୍ର ଯିରିମୀୟ କହିଲେ, “ସେମାନେ ଆପଣଙ୍କୁ ସମର୍ପଣ କରିବେ ନାହିଁ। ବିନୟ କରୁଅଛି, ମୋ’ ଦ୍ୱାରା କଥିତ ସଦାପ୍ରଭୁଙ୍କର ବାକ୍ୟ ଆପଣ ମାନନ୍ତୁ; ତହିଁରେ ଆପଣଙ୍କର ମଙ୍ଗଳ ହେବ ଓ ଆପଣଙ୍କ ପ୍ରାଣ ବଞ୍ଚିବ।


ସଦାପ୍ରଭୁ ଏହି କଥା କହନ୍ତି, “ଯେକେହି ଏହି ନଗରରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେକେହି ବାହାର ହୋଇ କଲ୍‍ଦୀୟମାନଙ୍କ ନିକଟକୁ ଯିବ, ସେ ବଞ୍ଚିବ, ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ ଓ ସେ ବଞ୍ଚିବ।”


ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।


ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷାନ୍ତ ହେବ। ଆଉ, ଆମ୍ଭେ ତୁମ୍ଭ ଅଜ୍ଞାତ ଦେଶରେ ତୁମ୍ଭକୁ ତୁମ୍ଭ ଶତ୍ରୁଗଣର ସେବା କରାଇବା; କାରଣ ତୁମ୍ଭେମାନେ ଆମ୍ଭ କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ କରିଅଛ, ତାହା ସଦାକାଳ ଜ୍ୱଳିବ।


ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ଓ ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍‍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଓ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ।”


Swiv nou:

Piblisite


Piblisite