Biblia Todo Logo
Bib sou entènèt

- Piblisite -




ଯିରିମୀୟ 28:16 - ଓଡିଆ ବାଇବେଲ

16 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରି ଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରି ଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରିଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।’”

Gade chapit la Kopi

ପବିତ୍ର ବାଇବଲ

16 ତେଣୁ ସଦାପ୍ରଭୁ ଏହିକଥା କହନ୍ତି, ‘ହେ ହନାନିୟ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରିବା। ତୁମ୍ଭେ ଏହି ବର୍ଷ ମରିବ। କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ।’”

Gade chapit la Kopi




ଯିରିମୀୟ 28:16
16 Referans Kwoze  

ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ,’ ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।”


ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”


ପୁଣି, ହେ ପଶ୍‍ହୂର, ତୁମ୍ଭେ ତୁମ୍ଭ ଗୃହନିବାସୀ ସମସ୍ତଙ୍କ ସଙ୍ଗେ ବନ୍ଦୀତ୍ୱ ସ୍ଥାନକୁ ଯିବ ଓ ତୁମ୍ଭେ ବାବିଲରେ ଉପସ୍ଥିତ ହେବ, ଆଉ ସେଠାରେ ତୁମ୍ଭେ ମରିବ ଓ ସେଠାରେ କବର ପାଇବ, ତୁମ୍ଭର ଓ ତୁମ୍ଭେ ଯେଉଁମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ, ତୁମ୍ଭର ସେହି ବନ୍ଧୁ ସମସ୍ତଙ୍କର ଏହି ଦଶା ହେବ।”


ମାତ୍ର ଏହି କାର୍ଯ୍ୟ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବା ପାଇଁ ଓ ପୃଥିବୀରୁ ଲୁପ୍ତ କରିବା ପାଇଁ ତହିଁ ପ୍ରତି ପାପର କାରଣ ହେଲା।


ହେଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ କ୍ରୋଧ ତୁମ୍ଭ ପ୍ରତିକୂଳରେ ପ୍ରଜ୍ୱଳିତ ହେବ ଓ ସେ ଭୂମଣ୍ଡଳରୁ ତୁମ୍ଭକୁ ବିନାଶ କରିବେ; କାରଣ ତୁମ୍ଭ ମଧ୍ୟବର୍ତ୍ତୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟନ୍ତି।


ସେ ପର୍ବତମୟ ଅଞ୍ଚଳରେ ସେମାନଙ୍କୁ ନଷ୍ଟ କରି ପୃଥିବୀରୁ ଲୋପ କରିବା ପାଇଁ, ଅନିଷ୍ଟ ନିମନ୍ତେ ବାହାର କରି ଆଣିଲେ, ଏପରି କଥା ମିସ୍ରୀୟମାନେ କାହିଁକି ଗଳ୍ପ କରିବେ ? ତୁମ୍ଭେ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେର ଓ ଆପଣା ଲୋକମାନଙ୍କ ପ୍ରତିକୂଳରେ ଏପରି ଅନିଷ୍ଟ ବିଷୟରୁ ନିବୃତ୍ତ ହୁଅ।


ଦେଖ, ପ୍ରଭୁ ସଦାପ୍ରଭୁଙ୍କର ଚକ୍ଷୁ ଏହି ପାପିଷ୍ଠ ରାଜ୍ୟ ଉପରେ ଅଛି ଓ ଆମ୍ଭେ ପୃଥିବୀରୁ ତାହା ଉଚ୍ଛିନ୍ନ କରିବା; କେବଳ ଯାକୁବ ବଂଶକୁ ଆମ୍ଭେ ନିଃଶେଷ ରୂପେ ଉଚ୍ଛିନ୍ନ କରିବା ନାହିଁ, ଏହା ସଦାପ୍ରଭୁ କହନ୍ତି।”


ବାବିଲର ରାଜା ନବୂଖଦ୍‍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା।


ଆଉ ସପ୍ତମ ଦିନରେ ନିଖୁନ୍ତ ସାତ ଗୋବତ୍ସ, ଦୁଇ ମେଷ ଓ ଏକବର୍ଷୀୟ ଚଉଦ ମେଷବତ୍ସ,


ଦେଶର ଅଖ୍ୟାତିକାରୀ ସେହି ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମହାମାରୀ ଦ୍ୱାରା ମଲେ।


ତହିଁରେ ହନାନୀୟ ଭବିଷ୍ୟଦ୍‍ବକ୍ତା ସେହି ବର୍ଷର ସପ୍ତମ ମାସରେ ମଲେ।


ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ର କନ୍ୟାଗଣ ଖଡ୍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ଦଉଡ଼ି ଦ୍ୱାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ।”


Swiv nou:

Piblisite


Piblisite