Biblia Todo Logo
Bib sou entènèt

- Piblisite -




ଯିରିମୀୟ 29:11 - ଓଡିଆ ବାଇବେଲ

11 କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେ ସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେ ସକଳ ସଙ୍ଗଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଙ୍କଳ୍ପ ଅଟେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।

Gade chapit la Kopi

ପବିତ୍ର ବାଇବଲ

11 ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପାଇଁ ଆମ୍ଭେ ଯେଉଁ ସଙ୍କଳ୍ପ କରିଅଛୁ ତାହା ମଙ୍ଗଳକର ଅଟେ। ମୁଁ ତୁମ୍ଭମାନଙ୍କର ଭବିଷ୍ୟତ ପୁନଃସ୍ଥାପନ ପାଇଁ ଯୋଜନା କରୁଛି ଏବଂ ତୁମ୍ଭମାନଙ୍କୁ ପୁଣି ନୂଆ ଆଶା ଦେବି।

Gade chapit la Kopi




ଯିରିମୀୟ 29:11
38 Referans Kwoze  

ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଂକଳ୍ପସବୁ ପୁରୁଷାନୁକ୍ରମେ ଥାଏ।


ମାତ୍ର ସେମାନେ ସଦାପ୍ରଭୁଙ୍କର ସଂକଳ୍ପସବୁ ଜାଣନ୍ତି ନାହିଁ, ଅଥବା ତାହାଙ୍କର ମନ୍ତ୍ରଣା ବୁଝନ୍ତି ନାହିଁ; କାରଣ ସେ ସେମାନଙ୍କୁ ଶସ୍ୟ ବିଡ଼ା ପରି ଖଳାରେ ଏକତ୍ର କରିଅଛନ୍ତି।


ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ତୁମ୍ଭର କୃତ ଆଶ୍ଚର୍ଯ୍ୟ କର୍ମ ଓ ଆମ୍ଭମାନଙ୍କ ପକ୍ଷରେ ତୁମ୍ଭର ସଂକଳ୍ପ ଅନେକ; ତାହାସବୁ ତୁମ୍ଭ ସାକ୍ଷାତରେ ସଜାଯାଇ ନ ପାରେ; ମୁଁ ସେହି ସବୁ ବିଷୟ ବର୍ଣ୍ଣନା କରି କହନ୍ତି, ମାତ୍ର ତାହାସବୁ ଗଣନା କରାଯାଇ ନ ପାରେ।


ମାତ୍ର ସେ ଏକମନା ହୋଇଅଛନ୍ତି, ଆଉ କିଏ ତାହାଙ୍କୁ ଫେରାଇ ପାରିବ ? ପୁଣି, ସେ ଯାହା ଇଚ୍ଛା କରନ୍ତି, ତାହା ହିଁ କରନ୍ତି।


ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ।


ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।”


ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”


ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।


ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।”


ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ।’


ଏହେତୁ ସଦାପ୍ରଭୁ କହନ୍ତି, ‘ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।’


ଏହେତୁ ତୁମ୍ଭେ କୁହ, ସଦାପ୍ରଭୁ ଏହି କଥା କହନ୍ତି; “ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଗୋଷ୍ଠୀଗଣ ମଧ୍ୟକୁ ଦୂରୀକୃତ କରିଅଛୁ ଓ ଯଦ୍ୟପି ଆମ୍ଭେ ସେମାନଙ୍କୁ ନାନା ଦେଶ ମଧ୍ୟରେ ଛିନ୍ନଭିନ୍ନ କରିଅଛୁ, ତଥାପି ସେମାନେ ଯେଉଁ ଯେଉଁ ସ୍ଥାନକୁ ଯାଇଅଛନ୍ତି, ସେହିସବୁ ଦେଶରେ ଆମ୍ଭେ ଅଳ୍ପ କାଳ ନିମନ୍ତେ ସେମାନଙ୍କର ଧର୍ମଧାମ ହେବା।


ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”


ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି।


ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯଦି କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ ! ତେବେ ଆମ୍ଭେ ଆକ୍ରମଣ କରି ସେହି ସବୁକୁ ଏକାବେଳେ ଦଗ୍ଧ କରନ୍ତୁ।


“ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍‍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମ୍ବିରି ଫଳ ତୁଲ୍ୟ ଜ୍ଞାନ କରିବା।


ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା।


Swiv nou:

Piblisite


Piblisite