ଯିରିମୀୟ 29:12 - ଓଡିଆ ବାଇବେଲ12 ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ଵାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା। Gade chapit laପବିତ୍ର ବାଇବଲ12 ତେଣୁ ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଆମ୍ଭ ନିକଟରେ ପ୍ରାର୍ଥନା କରିବ। ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରାର୍ଥନା ପ୍ରତି ଧ୍ୟାନ ଦେବା। Gade chapit la |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”
ଶତ୍ରୁଗଣ ସେମାନଙ୍କୁ ଯେଉଁ ଦେଶକୁ ବନ୍ଦୀ କରି ନେଇ ଯାଇଅଛନ୍ତି, ଆପଣାମାନଙ୍କର ସେହି ବନ୍ଦୀତ୍ୱ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ, ପୁଣି ତୁମ୍ଭ ମନୋନୀତ ନଗର ଓ ତୁମ୍ଭ ନାମ ନିମନ୍ତେ ଆମ୍ଭର ନିର୍ମିତ ଗୃହ ଆଡ଼େ ମୁଖ କରି ପ୍ରାର୍ଥନା କରନ୍ତି;