Biblia Todo Logo
Bib sou entènèt

- Piblisite -




ଯିରିମୀୟ 29:26 - ଓଡିଆ ବାଇବେଲ

26 କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍‍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ୱରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ଵରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ‘କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍‍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ୱରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

26 ତୁମ୍ଭେ ଏହି ପତ୍ରରେ ଉଲ୍ଲେଖ କଲ ଯେ, ସଦାପ୍ରଭୁ ତୁମ୍ଭକୁ ମନ୍ଦିରର ରକ୍ଷା କରିଥିଲେ, ‘ଯିହୋୟାଦା ଯାଜକ ବଦଳରେ ତୁମ୍ଭକୁ ସଦାପ୍ରଭୁ ଯାଜକ କରିଛନ୍ତି। ଯଦି କେହି ବାତୁଳ ହୋଇ ନିଜକୁ ଭବିଷ୍ୟ‌ଦ୍‌ବକ୍ତା ବୋଲି କହେ, ତେବେ ତୁମ୍ଭେ ତାକୁ ବଡ଼ ହରିକାଠରେ ଏକ ବେଡ଼ିରେ ବାନ୍ଧି ରଖିବ।

Gade chapit la Kopi




ଯିରିମୀୟ 29:26
28 Referans Kwoze  

ତହିଁରେ ଯେହୂ ବାହାର ହୋଇ ଆପଣା ପ୍ରଭୁର ଦାସମାନଙ୍କ ନିକଟକୁ ଆସନ୍ତେ, ଜଣେ ତାଙ୍କୁ ପଚାରିଲା, “ସବୁ ମଙ୍ଗଳ ତ ? ସେ ବାତୁଳଟି କାହିଁକି ତୁମ୍ଭ ନିକଟକୁ ଆସିଥିଲା ?” ତହିଁରେ ଯେହୂ ସେମାନଙ୍କୁ କହିଲେ, “ସେ ଲୋକକୁ ଓ ତାହାର କଥା କଅଣ, ତୁମ୍ଭେମାନେ ତ ଜାଣ।”


ଏହି ପ୍ରକାରେ ସେ ଅାତ୍ମପକ୍ଷ ସମର୍ଥନ କରୁଥିବା ସମୟରେ ଫେଷ୍ଟସ୍ ଉଚ୍ଚସ୍ୱରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି ।


ସେମାନଙ୍କ ମଧ୍ୟରୁ ଅନେକେ କହିବାକୁ ଲାଗିଲେ, ତାହାକୁ ଭୂତ ଲାଗିଛି, ସେ ପାଗଳ, କାହିଁକି ତାହା କଥା ଶୁଣୁଅଛ ?


ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍‍ବକ୍ତା ନିର୍ବୋଧ, ଆତ୍ମାପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼।


ସେ ଏହି ପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ବଡ କାଠଗଣ୍ଡି ବାନ୍ଧିଦେଲେ ।


ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି ।


ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ । ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ ।


ଆଉ ଟୋକାଇରେ ଗୋଟିଏ ଝରକା ବାଟେ ପାଚେରିଦେଇ ମୋତେ ଓହ୍ଲାଇ ଦିଆଗଲା, ପୁଣି, ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇଲି ।


ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି, ସେମାନଙ୍କ ବିରୁଦ୍ଧରେ ଅତ୍ୟନ୍ତ ଉନ୍ନତ୍ତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଧା ସେମାନଙ୍କୁ ତାଡ଼ନା କରୁଥିଲି ।


ଏହି ସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କ'ଣ ହେବ ଭାବି ସେମାନଙ୍କ ବିଷୟରେ ଅବାକ୍ ହେବାକୁ ଲାଗିଲେ ।


ଓ ପ୍ରେରିତମାନଙ୍କୁ ଧରି ସାଧାରଣ କାରାଗାରରେ ରଖିଲେ ।


ସେମାନେ ଲୋକମାନଙ୍କ ନିକଟରେ କଥା କହୁଥିବା ସମୟରେ ଯାଜକମାନେ, ମନ୍ଦିର ସେନାପତି ଓ ସାଦ୍ଦୂକୀମାନେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;


ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ଉତ୍ତମ କର୍ମ ନିମନ୍ତେ ଆମ୍ଭେମାନେ ତୋତେ ପଥର ଫୋପାଡ଼ୁ ନାହୁଁ, କିନ୍ତୁ ଈଶ୍ୱର ନିନ୍ଦା ନିମନ୍ତେ, ପୁଣି, ତୁ ମନୁଷ୍ୟ ହୋଇ ଆପଣାକୁ ଈଶ୍ୱର ବୋଲାଉଥିବାରୁ ।


ତୁ କ'ଣ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ ?


ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା ?


ତହିଁରେ ଯିରୂଶାଲମର ପରାଜୟ ଦିନ ପର୍ଯ୍ୟନ୍ତ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।


ତହିଁରେ ସେମାନେ ଯିରିମୀୟଙ୍କୁ ଧରି ପ୍ରହରୀ ପ୍ରାଙ୍ଗଣସ୍ଥିତ, ମଲ୍‍କୀୟ ରାଜପୁତ୍ରର କୂପରେ ପକାଇ ଦେଲେ; ଅର୍ଥାତ୍‍, ସେମାନେ ରଜ୍ଜୁ ଦ୍ୱାରା ଯିରିମୀୟଙ୍କୁ ଓହ୍ଳାଇ ଦେଲେ। ପୁଣି, ସେହି କୂପରେ ଜଳ ନ ଥିଲା, କେବଳ ପଙ୍କ ଥିଲା। ଆଉ, ଯିରିମୀୟ ସେହି ପଙ୍କରେ ମଗ୍ନପ୍ରାୟ ହେଲେ।


ଏହେତୁ ଅନାଥୋତୀୟ ଯେଉଁ ଯିରିମୀୟ ତୁମ୍ଭମାନଙ୍କ ନିକଟରେ ଆପଣାକୁ ଭବିଷ୍ୟଦ୍‍ବକ୍ତା ପରି ଦେଖାଉଅଛି, ତୁମ୍ଭେ କାହିଁକି ତାହାକୁ ଧମକ ଦେଇ ନାହଁ ?


ପୁଣି କୁହ, ରାଜା ଏହି କଥା କହନ୍ତି, “ଏହାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।”


ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ।


ଏଥିଉତ୍ତାରେ ଦେଶର ସମଗ୍ର ଲୋକ ବାଲ୍‍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ; ସେମାନେ ତାହାର ଯଜ୍ଞବେଦି ଓ ତାହାର ପ୍ରତିମାସବୁ ସମ୍ପୂର୍ଣ୍ଣ ରୂପେ ଚୂର୍ଣ୍ଣ କଲେ ଓ ଯଜ୍ଞବେଦିମାନର ସମ୍ମୁଖରେ ବାଲ୍‍ର ଯାଜକ ମତ୍ତନକୁ ବଧ କଲେ। ପୁଣି ଯାଜକ ସଦାପ୍ରଭୁଙ୍କ ଗୃହରେ କର୍ମଚାରୀମାନଙ୍କୁ ନିଯୁକ୍ତ କଲା।


ଏଥିରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ଆଜ୍ଞା ଦେଇ କହିଲା, “ସୈନ୍ୟଶ୍ରେଣୀର ମଧ୍ୟଦେଇ ଏହାକୁ ବାହାରକୁ ନେଇ ଯାଅ ଓ ଯେ ତାହାର ପଶ୍ଚାଦ୍‍ଗାମୀ ହୁଏ, ତାହାକୁ ଖଡ୍ଗରେ ବଧ କର।” କାରଣ ଯାଜକ କହିଲା, “ସେ ସଦାପ୍ରଭୁଙ୍କ ଗୃହ ଭିତରେ ହତ ନ ହେଉ।”


କିନ୍ତୁ ପାଉଲ କହିଲେ, ହେ ମହାମହିମ ଫେଷ୍ଟସ୍, ମୁଁ ପାଗଳ ନୁହେଁ, ମାତ୍ର ସତ୍ୟ ଓ ସ୍ଥିର ବୁଦ୍ଧିର ବାକ୍ୟ ବ୍ୟକ୍ତ କରୁଅଛି ।


ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।


Swiv nou:

Piblisite


Piblisite