Biblia Todo Logo
Bib sou entènèt

- Piblisite -




ଯିରିମୀୟ 29:27 - ଓଡିଆ ବାଇବେଲ

27 ଏହେତୁ ଅନାଥୋତୀୟ ଯେଉଁ ଯିରିମୀୟ ତୁମ୍ଭମାନଙ୍କ ନିକଟରେ ଆପଣାକୁ ଭବିଷ୍ୟଦ୍‍ବକ୍ତା ପରି ଦେଖାଉଅଛି, ତୁମ୍ଭେ କାହିଁକି ତାହାକୁ ଧମକ ଦେଇ ନାହଁ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଏହେତୁ ଅନାଥୋତୀୟ ଯେଉଁ ଯିରିମୀୟ ତୁମ୍ଭମାନଙ୍କ ନିକଟରେ ଆପଣାକୁ ଭବିଷ୍ୟଦ୍ବକ୍ତା ପରି ଦେଖାଉଅଛି, ତୁମ୍ଭେ କାହିଁକି ତାହାକୁ ଧମକ ଦେଇନାହଁ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏହେତୁ ଅନାଥୋତୀୟ ଯେଉଁ ଯିରିମୀୟ ତୁମ୍ଭମାନଙ୍କ ନିକଟରେ ଆପଣାକୁ ଭବିଷ୍ୟଦ୍‍ବକ୍ତା ପରି ଦେଖାଉଅଛି, ତୁମ୍ଭେ କାହିଁକି ତାହାକୁ ଧମକ ଦେଇ ନାହଁ?

Gade chapit la Kopi

ପବିତ୍ର ବାଇବଲ

27 ସମ୍ପ୍ରତି ଯିରିମିୟ ନିଜକୁ ଭବିଷ୍ୟ‌ଦ୍‌ବକ୍ତା ପରି ଦେଖାଉଅଛି। ତୁମ୍ଭେ କାହିଁକି ତାକୁ ବନ୍ଦୀ ନ କରିବ?’

Gade chapit la Kopi




ଯିରିମୀୟ 29:27
13 Referans Kwoze  

ଆଉ ଯେପରି ଯନ୍ନିସ୍ ଓ ଯମ୍ବ୍ରୀସ୍ ମୋଶାଙ୍କର ପ୍ରତିରୋଧ କରିଥିଲେ, ସେହିପରି ଏହି ପୁରୁଷମାନେ ମଧ୍ୟ ସତ୍ୟର ପ୍ରତିରୋଧ କରନ୍ତି, ଏମାନେ ମନରେ ଭ୍ରଷ୍ଟ ହୋଇ ବିଶ୍ୱାସ ସମ୍ବନ୍ଧରେ ପ୍ରମାଣସିଦ୍ଧ ନୁହଁନ୍ତି ।


ସେମାନେ ତାହାଙ୍କ କଥାରେ ସମ୍ମତ ହେଲେ, ପୁଣି, ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ି ଦେଲେ ।


"ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁୁ", ତଥାପି "ଦେଖ, ତୁମ୍ଭେମାନେ ତୁମ୍ଭମାନଙ୍କ ଶିକ୍ଷାରେ ଯିରୂୂଶାଲମ ପୂୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ ।"


ମହାଶୟ, ଆମ୍ଭମାନଙ୍କର ମନେ ପଢ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ପରେ ମୁଁ ଉଠିବି ।


କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍‍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ୱରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି।


ବିନ୍ୟାମୀନ୍ ପ୍ରଦେଶୀୟ ଅନାଥୋତ୍‍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍‍କୀୟଙ୍କ ପୁତ୍ର ଯିରିମୀୟଙ୍କ ବାକ୍ୟ;


ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, ଆମ୍ଭେମାନେ କ’ଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ ? କ୍ଷାନ୍ତ ହୁଅ ! କାହିଁକି ମାଡ଼ ଖାଇବ ? ଏଥିରେ ଭବିଷ୍ୟଦ୍‍ବକ୍ତା କ୍ଷାନ୍ତ ହୋଇ କହିଲା, ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋ’ ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।


ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ଡଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି, ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, ତେବେ କାହିଁକି ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?”


ଅନାଥୋତ୍‍ ଓ ତହିଁ ତଳିଭୂମି, ଅଲମୋନ ଓ ତହିଁ ତଳିଭୂମି; ଚାରି ନଗର।


Swiv nou:

Piblisite


Piblisite